ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମିଳୁନି ମୌଳିକ ସ୍ବାସ୍ଥ୍ୟସେବା

ଭାପୁର,୨୫।୬(ଭରତ କୁମାର ବେହେରା)ନୟାଗଡ଼ ଜିଲାର ପ୍ରଥମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପାଇଥିବା ଭାପୁର ଡାକ୍ତରଖାନାରେ ମୌଳିକ ସ୍ବାସ୍ଥ୍ୟସେବା ମିଳୁନି ା ଏହି ଡାକ୍ତରଖାନା ଉପରେ ଭାପୁର ବ୍ଲକର ୨୦ପଞ୍ଚାୟତର ଲକ୍ଷାଧିକ ଲୋକ ନିର୍ଭର କରନ୍ତି। ତେବେ ଅତୀତରେ ଉତ୍ତମ ସ୍ବାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଏହି ଡାକ୍ତରଖାନା ସୁନାମ ଅର୍ଜନ କରିଥିଲା। ହେଲେ ଏବେ ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୌଳିକ ସେବା ମିଳୁ ନ ଥିବା ନେଇ ଜନପ୍ରତିନିଧି ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ବିଭିନ୍ନ ସମୟରେ ଆସୁଥିବା ରୋଗୀ, ସମ୍ପର୍କୀୟ ତଥା ରାଜନେତାଙ୍କୁ ଠିକ ଢଙ୍ଗରେ ବ୍ୟବହାର ପ୍ରଦର୍ଶନ କରା ନ ଯାଇ ଦୁର୍ବ୍ୟବହାର କରାଯାଉଥିବା ଅଭିଯୋଗ ହେଉଛି। ଯେକୌଣସି ସାଧାରଣ ରୋଗୀ ଆସିଲେ ତାଙ୍କୁ ଯେଉଁ ସୁବିଧା ସୁଯୋଗ ମିଳିବା କଥା ତାଙ୍କୁ ସେଠାରେ ନ ଦେଇ ଅନ୍ୟ ମେଡିକାଲକୁ ରେଫର କରାଯାଉଛି। ନୟାଗଡ଼, ଖୋର୍ଦ୍ଧା, ଭୁବନେଶ୍ବର ରେଫର ଫଳରେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟ ଖର୍ଚ୍ଚାନ୍ତ ହେବା ସହ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହୋଇ ହନ୍ତସନ୍ତ ହେଉଛନ୍ତି। ଅଧିକାଂଶ ରୋଗୀଙ୍କୁ ମେଡିକାଲର ଫାର୍ମାସିଷ୍ଟ ଦେଖି ଔଷଧ ଲେଖୁଥିବା ନେଇ ମଧ୍ୟ ଅଭିଯୋଗ ହୋଇଛି। ଏନେଇ ରୋଗୀ କଲ୍ୟାଣ ସମିତି ବୈଠକରେ ବିଧାୟକଙ୍କ ପ୍ରତିନିଧି ତଥା ଭାପୁର ବ୍ଲକ ବିଜୁ ଜନତା ଦଳର ସଭାପତି ଜିତେନ୍ଦ୍ର କୁମାର ରଣସିଂହ ଅଭିଯୋଗ କରିଥିଲେ। ସେହିପରି ଭାପୁର ବ୍ଲକରେ ପ୍ରାକୃତିକ ବିପର୍ଯ୍ୟୟ ବୈଠକ ଓ ପଞ୍ଚାୟତ ସମିତି ବୈଠକରେ ରାକମା ସମିତି ସଭ୍ୟ ବାଳ ଗୋପାଳ ଷଡ଼ଙ୍ଗୀ ସେପରି ଅଭିଯୋଗ କରିଥିଲେ। ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅଧିକାରୀ ଡାକ୍ତର ବିଶ୍ୱନାଥ ସାହୁ ଏହା ଉପରେ ଦୃଷ୍ଟି ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଆଗକୁ ବର୍ଷାଦିନ ଆସୁଥିବାରୁ ମେଡିକାଲରେ ସାପ କାମୁଡ଼ା, କୁକୁର କାମୁଡ଼ା ବିଭିନ୍ନ ଔଷଧ ଗଛିତ ରଖିବାକୁ ଜନପ୍ରତିନିଧିମାନେ କହିଥିଲେ। ଏହି ସମସ୍ୟାର ଯଦି ସମାଧାନ ନ ହୁଏ ତେବେ ଆନ୍ଦୋଳନପନ୍ଥା ଗ୍ରହଣ କରାଯିବ ବୋଲି ଜନପ୍ରତିନିଧିମାନେ ଚେତାବନୀ ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?