ମାର୍ଚ୍ଚ ସୁଦ୍ଧା କୃଷି ବିଭାଗ ମୂଳ ପଦବୀ ପୂରଣ ହେବ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): କୃଷି ବିଭାଗର ବିଭିନ୍ନ ନିର୍ଦ୍ଦେଶାଳୟରେ ଖାଲିଥିବା ମୂଳ ପଦବୀ ଯଥା ସହକାରୀ କୃଷି ଅଧିକାରୀ, ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ, ସହକାରୀ ଉଦ୍ୟାନ କୃଷି ଅଧିକାରୀ, ଗ୍ରାମ୍ୟ କୃଷି କର୍ମଚାରୀ, ମୃତ୍ତିକା ସଂରକ୍ଷଣ ସମ୍ପ୍ରସାରଣ କର୍ମଚାରୀ,ଉଦ୍ୟାନ କୃଷି ସମ୍ପ୍ରସାରଣ କର୍ମଚାରୀ, ସହକାରୀ କୃଷି ଯନ୍ତ୍ରୀ ଇତ୍ୟାଦି ପଦବୀ ଶୀଘ୍ର ପୂରଣ କରିବାକୁ କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅଧ୍ୟକ୍ଷତାରେ କୃଷି ଭବନଠାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗରେ ଖାଲିଥିବା ପଦବୀଗୁଡ଼ିକୁ ଯଥାଶୀଘ୍ର ପୂରଣ କରି ରାଜ୍ୟ ସରକାରଙ୍କ ବିଭିନ୍ନ କୃଷକ କଲ୍ୟାଣମୂଳକ ଯୋଜନାର ସଫଳ ରୂପାୟନ କରାଯାଉଛି ବୋଲି କହିଛନ୍ତି ।

ଏହି ପରିପ୍ରେକ୍ଷୀରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଅନ୍ତର୍ଗତ କୃଷି ଓ ଖାଦ୍ୟ ଉତ୍ପାଦନ, ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ, ଜଳ ବିଭାଜିକା ଉନ୍ନୟନ ନିର୍ଦ୍ଦେଶାଳୟରେ ବିଭିନ୍ନ ପଦବୀଗୁଡ଼ିକର କ୍ୟାଡର ପୁନର୍ଗଠନ ଏବଂ ଖାଲିଥିବା ମୂଳ ପଦବୀରେ ନିଯୁକ୍ତି ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଛି। ଖାଲି ପଦବୀ ନିଯୁକ୍ତି ନିମନ୍ତେ ଓଡ଼ିଶା ଲୋକସେବା ଆୟୋଗ ସଚିବ, ଓଡ଼ିଶା ଷ୍ଟାଫ ସିଲେକ୍‌ଶନ କମିଶନ ସଚିବ ଏବଂ ଓଡ଼ିଶା ସବ୍‌ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍‌ଶନ କମିଶନ ସଚିବଙ୍କ ସହ ଆଲୋଚନା କରାଯାଇଛି । ସମସ୍ତ ନୂତନ ନିଯୁକ୍ତି ପ୍ର୍ରକ୍ରିୟାକୁ ଆସନ୍ତା ମାର୍ଚ୍ଚ ସୁଦ୍ଧା ଶେଷ କରିବା ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । ସେହିପରି ଅଦ୍ୟାବଧି ଖାଲିଥିବା ସମସ୍ତ ପଦବୀ ପୂରଣ ନିମନ୍ତେ ଆସନ୍ତା ଜାନୁୟାରୀ ୧୫ ସୁଦ୍ଧା ଅର୍ଥ ବିଭାଗର ଅଧିକାରପ୍ରାପ୍ତ କମିଟିର ମଞ୍ଜୁର ପାଇଁ ପଠାଇବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି ।

ବୈଠକରେ ଓଡ଼ିଶା କୃଷି ସେବା ସଂଘର କର୍ମକର୍ତ୍ତା ଓ ବିଭାଗୀୟ ଅଧିକାରୀମାନଙ୍କ ସହ ବିଭିନ୍ନ ପଦବୀର କ୍ୟାଡର ପୁନର୍ଗଠନ ନିମନ୍ତେ ସଂଘଗୁଡ଼ିକ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବଗୁଡ଼ିକର ପୁଙ୍ଖାନୁପୁଙ୍ଖ ତର୍ଜମା କରାଯାଇ ତ୍ୱରିତ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ସ୍ବାଇଁ କହିଛନ୍ତି । ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାର ସଫଳ ରୂପାୟନ ଏବଂ କୃଷକମାନଙ୍କ ନିକଟରେ ସେସବୁକୁ ଠିକ୍‌ ଭାବରେ ପହଞ୍ଚାଇବା ନିମନ୍ତେ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଅଧିକ ଯତ୍ନବାନ ହେବା ନିମନ୍ତେ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବୈଠକରେ ଓଡ଼ିଶା ଉଦ୍ୟାନ କୃଷି ଅଧିକାରୀ ସଂଘ ଏବଂ ଗ୍ରାମ୍ୟ କୃଷି କର୍ମଚାରୀ(ଭିଏଡବ୍ଲ୍ୟୁ) ଏବଂ ଓଭରସିୟର ସଂଘର କର୍ମକର୍ତ୍ତାମାନେ ଯୋଗଦେବା ସହ କ୍ୟାଡର ପୁନର୍ଗଠନ ନିିମନ୍ତେ ବିଭିନ୍ନ ପ୍ରସ୍ତାବ ରଖିଥିଲେ। ବୈଠକରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ, ସ୍ବତନ୍ତ୍ର ସଚିବ ସଞ୍ଜୀବ ଚଢ଼ା, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ, ଉଦ୍ୟାନ କୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା, ଓଡ଼ିଶା ଲୋକସେବା ଆୟୋଗ ସଚିବ, ଓଡ଼ିଶା ଷ୍ଟାଫ୍‌ ସିଲେକ୍‌ଶନ କମିଶନ ସଚିବ, ଓଡ଼ିଶା ସବ୍‌ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍‌ଶନ କମିଶନ ସଚିବ ଏବଂ ଅନ୍ୟ ବିଭାଗୀୟ ଅଧିକାରୀମାନଙ୍କ ସମେତ ବିଭିନ୍ନ ସଂଘର ସଭାପତି, ସମ୍ପାଦକ ଓ ଅନ୍ୟାନ୍ୟ କର୍ମକର୍ତ୍ତା ପ୍ରମୁଖ ଯୋଗ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri