ମାର୍ଚ୍ଚ ସୁଦ୍ଧା କୃଷି ବିଭାଗ ମୂଳ ପଦବୀ ପୂରଣ ହେବ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): କୃଷି ବିଭାଗର ବିଭିନ୍ନ ନିର୍ଦ୍ଦେଶାଳୟରେ ଖାଲିଥିବା ମୂଳ ପଦବୀ ଯଥା ସହକାରୀ କୃଷି ଅଧିକାରୀ, ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ, ସହକାରୀ ଉଦ୍ୟାନ କୃଷି ଅଧିକାରୀ, ଗ୍ରାମ୍ୟ କୃଷି କର୍ମଚାରୀ, ମୃତ୍ତିକା ସଂରକ୍ଷଣ ସମ୍ପ୍ରସାରଣ କର୍ମଚାରୀ,ଉଦ୍ୟାନ କୃଷି ସମ୍ପ୍ରସାରଣ କର୍ମଚାରୀ, ସହକାରୀ କୃଷି ଯନ୍ତ୍ରୀ ଇତ୍ୟାଦି ପଦବୀ ଶୀଘ୍ର ପୂରଣ କରିବାକୁ କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅଧ୍ୟକ୍ଷତାରେ କୃଷି ଭବନଠାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗରେ ଖାଲିଥିବା ପଦବୀଗୁଡ଼ିକୁ ଯଥାଶୀଘ୍ର ପୂରଣ କରି ରାଜ୍ୟ ସରକାରଙ୍କ ବିଭିନ୍ନ କୃଷକ କଲ୍ୟାଣମୂଳକ ଯୋଜନାର ସଫଳ ରୂପାୟନ କରାଯାଉଛି ବୋଲି କହିଛନ୍ତି ।

ଏହି ପରିପ୍ରେକ୍ଷୀରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଅନ୍ତର୍ଗତ କୃଷି ଓ ଖାଦ୍ୟ ଉତ୍ପାଦନ, ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ, ଜଳ ବିଭାଜିକା ଉନ୍ନୟନ ନିର୍ଦ୍ଦେଶାଳୟରେ ବିଭିନ୍ନ ପଦବୀଗୁଡ଼ିକର କ୍ୟାଡର ପୁନର୍ଗଠନ ଏବଂ ଖାଲିଥିବା ମୂଳ ପଦବୀରେ ନିଯୁକ୍ତି ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଛି। ଖାଲି ପଦବୀ ନିଯୁକ୍ତି ନିମନ୍ତେ ଓଡ଼ିଶା ଲୋକସେବା ଆୟୋଗ ସଚିବ, ଓଡ଼ିଶା ଷ୍ଟାଫ ସିଲେକ୍‌ଶନ କମିଶନ ସଚିବ ଏବଂ ଓଡ଼ିଶା ସବ୍‌ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍‌ଶନ କମିଶନ ସଚିବଙ୍କ ସହ ଆଲୋଚନା କରାଯାଇଛି । ସମସ୍ତ ନୂତନ ନିଯୁକ୍ତି ପ୍ର୍ରକ୍ରିୟାକୁ ଆସନ୍ତା ମାର୍ଚ୍ଚ ସୁଦ୍ଧା ଶେଷ କରିବା ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । ସେହିପରି ଅଦ୍ୟାବଧି ଖାଲିଥିବା ସମସ୍ତ ପଦବୀ ପୂରଣ ନିମନ୍ତେ ଆସନ୍ତା ଜାନୁୟାରୀ ୧୫ ସୁଦ୍ଧା ଅର୍ଥ ବିଭାଗର ଅଧିକାରପ୍ରାପ୍ତ କମିଟିର ମଞ୍ଜୁର ପାଇଁ ପଠାଇବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି ।

ବୈଠକରେ ଓଡ଼ିଶା କୃଷି ସେବା ସଂଘର କର୍ମକର୍ତ୍ତା ଓ ବିଭାଗୀୟ ଅଧିକାରୀମାନଙ୍କ ସହ ବିଭିନ୍ନ ପଦବୀର କ୍ୟାଡର ପୁନର୍ଗଠନ ନିମନ୍ତେ ସଂଘଗୁଡ଼ିକ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବଗୁଡ଼ିକର ପୁଙ୍ଖାନୁପୁଙ୍ଖ ତର୍ଜମା କରାଯାଇ ତ୍ୱରିତ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ସ୍ବାଇଁ କହିଛନ୍ତି । ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାର ସଫଳ ରୂପାୟନ ଏବଂ କୃଷକମାନଙ୍କ ନିକଟରେ ସେସବୁକୁ ଠିକ୍‌ ଭାବରେ ପହଞ୍ଚାଇବା ନିମନ୍ତେ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଅଧିକ ଯତ୍ନବାନ ହେବା ନିମନ୍ତେ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବୈଠକରେ ଓଡ଼ିଶା ଉଦ୍ୟାନ କୃଷି ଅଧିକାରୀ ସଂଘ ଏବଂ ଗ୍ରାମ୍ୟ କୃଷି କର୍ମଚାରୀ(ଭିଏଡବ୍ଲ୍ୟୁ) ଏବଂ ଓଭରସିୟର ସଂଘର କର୍ମକର୍ତ୍ତାମାନେ ଯୋଗଦେବା ସହ କ୍ୟାଡର ପୁନର୍ଗଠନ ନିିମନ୍ତେ ବିଭିନ୍ନ ପ୍ରସ୍ତାବ ରଖିଥିଲେ। ବୈଠକରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ, ସ୍ବତନ୍ତ୍ର ସଚିବ ସଞ୍ଜୀବ ଚଢ଼ା, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ, ଉଦ୍ୟାନ କୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା, ଓଡ଼ିଶା ଲୋକସେବା ଆୟୋଗ ସଚିବ, ଓଡ଼ିଶା ଷ୍ଟାଫ୍‌ ସିଲେକ୍‌ଶନ କମିଶନ ସଚିବ, ଓଡ଼ିଶା ସବ୍‌ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍‌ଶନ କମିଶନ ସଚିବ ଏବଂ ଅନ୍ୟ ବିଭାଗୀୟ ଅଧିକାରୀମାନଙ୍କ ସମେତ ବିଭିନ୍ନ ସଂଘର ସଭାପତି, ସମ୍ପାଦକ ଓ ଅନ୍ୟାନ୍ୟ କର୍ମକର୍ତ୍ତା ପ୍ରମୁଖ ଯୋଗ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri