ସ୍କୁଲ କାର୍ଯ୍ୟକ୍ଷମ ନହେଲେ ଅନଶନ

ବରଗଡ଼ ଅଫିସ୍‌,୨୭।୯: ବରଗଡ଼ ଜିଲା ଭେଡ଼େନ ବ୍ଳକ ଅନ୍ତର୍ଗତ ବସେଇକେଲା ପ୍ରାଥମିକ ସ୍କୁଲକୁ ସରକାରୀଭାବେ ବନ୍ଦ କରାଯାଇ ନିକଟସ୍ଥ ନନ୍ଦିନୀପୁର ପ୍ରାଥମିକ ସ୍କୁଲ ସହିତ ମିଶ୍ରଣ କରାଯାଇଛି। ଏହାକୁ ନେଇ ବସେଇକେଲାବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ପୂର୍ବଭଳି ବସେଇକେଲା ପ୍ରାଥମିକ ସ୍କୁଲକୁ କାର୍ଯ୍ୟକ୍ଷମ ତଥା ସରକାରୀଭାବେ ଖୋଲା ରକିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏହା କରା ନଗଲେ ଗ୍ରାମବାସୀ ଜିଲାପାଳ ଅଫିସ ଆଗରେ ଅନଶନରେ ବସିବାକୁ ଚେତାବନୀ ଦେଇଛନ୍ତି। ସୋମବାର ଗ୍ରାମବାସୀ ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସ୍ମାରକପତ୍ରରେ ଉଲ୍ଲେଖ ରହିଛି, ବସେଇକେଲା ପ୍ରାଥମିକ ସ୍କୁଲରେ ୩୭ଜଣ ଛାତ୍ରୀଛାତ୍ର ପଢୁଛନ୍ତି। ଅନ୍ୟ ସ୍କୁଲ ସହିତ ଉକ୍ତ ସ୍କୁଲକୁ ସ୍ଥାନାନ୍ତରଣ କରାଯାଇଛି । ହେଲେ ଛାତ୍ରୀଛାତ୍ର ସେହି ସ୍କୁଲକୁ ନ ଯାଇ ବସେଇକେଲା ପ୍ରାଥମିକ ସ୍କୁଲରେ ପାଠ ପଢୁଛନ୍ତି । ଗ୍ରାମବାସୀ ନିଜ ଉଦ୍ୟମରେ ଛାତ୍ରୀଛାତ୍ରଙ୍କୁ ନିଜ ଉଦ୍ୟମରେ ମଧ୍ୟାହ୍ନଭୋଜନ ଦେଉଛନ୍ତି। ଏ ନେଇ ଗତ ଜୁଲାଇ ମାସ ୨୫ତାରିଖ ଅଭିଭାବକମାନେ ଜିଲା ଶିକ୍ଷା ଅଧିକାରୀ ଏବଂ ଜିଲାପାଳଙ୍କୁ ଫେରାଦ ହୋଇ ସ୍କୁଲ ସ୍ଥାନାନ୍ତରଣ କରା ନ ଯାଇ ପୂର୍ବଭଳି ଖୋଲା ରଖିବାକୁ ନିବେଦନ କରିଥିଲେ। ମାତ୍ର କିଛି ପଦକ୍ଷେପ ନିଆଯାଇ ନଥିବା ଯୋଗୁ ଅଭିଭାବକମାନେ ପୁଣି ଜିଲାପାଳ ଏବଂ ଜିଲା ଶିକ୍ଷା ଅଧିକାରୀଙ୍କୁ ଫେରାଦ ହୋଇ ଅନଶନ ଚେତାବନୀ ଦେଇଛନ୍ତି। ସିଦ୍ଧେଶ୍ୱର ପାଣିଗ୍ରାହୀ, ମୀନକେତନ ମେସୁଆ ପ୍ରମୁଖ ସ୍ମାରକପତ୍ର ପ୍ରଦାନ ପାଇଁ ଜିଲାପାଳ ଅଫିସକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri