Posted inଖେଳ

ହକି ବିଶ୍ୱକପ୍‌ ପାଇଁ ବଶିଷ୍ଠଙ୍କ କ୍ୟାଲେଣ୍ଡର

ଭୁବନେଶ୍ୱର, ୭ା୧(ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶାଠାରୁ ବେଶ୍‌ ଦୂର କେରଳ ରାଜ୍ୟର ସେ ବାସିନ୍ଦା। କାଲିକଟ୍‌ ସହର ମାଲ୍‌ବାର ଖ୍ରୀଷ୍ଟିଆନ କଲେଜର ଇତିହାସ ବିଭାଗର ଆସୋସିଏଟ୍‌ ପ୍ରଫେସର। ତାଙ୍କ ନାମ ହେଉଛି ବଶିଷ୍ଠ। ଓଡ଼ିଶାର ଦୁଇଟି ସହରରେ ହକି ବିଶ୍ୱକପ୍‌ ଆୟୋଜିତ ହେବାକୁ ଯାଉଥିଲା ବେଳେ ସେ ବଡ଼ ଉତ୍ସାହିତ ହୋଇପଡ଼ିଛନ୍ତି। ୨୬ ବର୍ଷ ହେଲା ଅଧ୍ୟାପକ ଭାବେ କାର୍ଯ୍ୟ କରି ଆସୁଥିବା ବଶିଷ୍ଠ ଜଣେ ଖେଳକୁ ଭଲ ପାଉଥିବା ମଣିଷ। ସେ ଫୁଟବଲ,ଟେନିସ ଓ କ୍ରିକେଟ ଉପରେ କବିତା ଲେଖିବା ସାଙ୍ଗକୁ ସଚିନ ତେନ୍ଦୁଲକରଙ୍କ ଉପରେ ଏକ ସଂଗ୍ରହାଳୟ ତାଙ୍କ କଲେଜରେ ସ୍ଥାପନ କରିଛନ୍ତି। ସଚିନଙ୍କ ଉପରେ ବିଭିନ୍ନ ଭାଷାରେ ଲେଖାଯାଇଥିବା ଲେଖା ସେ ସାଇତି ରଖିଛନ୍ତି। ଓଡ଼ିଆ ଲେଖା ମଧ୍ୟ ସେଥିରେ ଅଛି। ଏଥର ହକି ବିଶ୍ୱକପ୍‌ ସକାଶେ ବଶିଷ୍ଠ ଏକ ସ୍ବତନ୍ତ୍ର କ୍ୟାଲେଣ୍ଡର ତିଆରି କରି ତାକୁ ରିଲିଜ କରିଛନ୍ତି। ବାରମାସର ପୃଷ୍ଠାରେ ହକି ବିଶ୍ୱକପ୍‌ ବାବଦରେ ତଥ୍ୟ ସାଙ୍ଗକୁ ସ୍ମରଣୀୟ ଫଟୋ ମଧ୍ୟ ସ୍ଥାନିତ ହୋଇଛି। ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହକି ବିଶ୍ୱକପ୍‌ ଟ୍ରଫି ସହ ଫଟୋ ସାଙ୍ଗକୁ ୧୯୭୫ ବିଶ୍ୱକପ୍‌ ବିଜୟୀ ଭାରତୀୟ ଦଳର ଫଟୋ ମଧ୍ୟ ସେ ଏହି ସ୍ବତନ୍ତ୍ର କ୍ୟାଲେଣ୍ଡରରେ ସ୍ଥାନିତ କରିଛନ୍ତି। ସେ ୨୦୧୮ ବିଶ୍ୱକପ୍‌ ଫାଇନାଲ ଦେଖିବାକୁ ଭୁବନେଶ୍ୱର ଆସିଥିଲେ। ଏଥର ମଧ୍ୟ ସେ ଫାଇନାଲ ଦିନ କଳିଙ୍ଗ ଷ୍ଟାଡ଼ିୟମରେ ବସି ମ୍ୟାଚ୍‌ ଦେଖିବା ଲାଗି ଟିକେଟ କିଣି ସାରିଛନ୍ତି ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri