ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି l ଏନେଇ ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି।
ବସ୍ତା ବିଧାୟିକା ସୁବାସିନୀ ଜେନାଙ୍କୁ ବିଜେଡିରୁ ନିଲମ୍ବନ କରାଯିବା ବିରୋଧରେ ସେ ବ୍ଲକ ସଭାପତି ଓ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଦର୍ଶାଇଛନ୍ତି। ୧୯୮୫ରୁ ସେ ବିଜେଡିର ଜଣେ ଶୃଙ୍ଖଳିତ କର୍ମୀ ଭାବେ କାର୍ଯ୍ୟ କରିଆସୁଥିଲେ l ତିନି ତିନି ଥର ବ୍ଲକ ସଭାପତି ଦାୟିତ୍ୱରେ ରହିଥିଲେ l ଲଗାତର ୮ ଥର ସେ ଦଳୀୟ ପ୍ରାର୍ଥୀଙ୍କୁ ବିଧାୟକ ଭାବେ ବିଜୟୀ କରିବାରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ବୋଲି ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି।