ପାଣିଘେରରେ ବସ୍ତା ଥାନା,କୋର୍ଟ

ରୂପ୍‌ସା/ବସ୍ତା,୨୩ା୯(ଡି.ଏନ.ଏ.):  ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲା ଜଳକା ନଦୀରେ ବନ୍ୟା ସ୍ଥିତି ଗମ୍ଭୀର ହୋଇପଡ଼ିଛି। ବସ୍ତା ବ୍ଲକର ୧୩ ଓ ସଦର ବ୍ଲକର ୨ଟି ପଞ୍ଚାୟତରେ ପାଣି ପଶିଛି। ବିଭିନ୍ନ ସ୍ଥାନରେ ଗାଁ ଓ ମୁଖ୍ୟ ରାସ୍ତା ବୁଡ଼ି ଯୋଗାଯୋଗ ବିଚ୍ଛିିନ୍ନ ହୋଇଛି। ଗାନ୍ଧୀଛକ- ବାଲିଆପାଳ ରାସ୍ତାର କୁଡ଼ିଆ ଚଟାଣଠାରେ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ମଥାନୀ-ଗାନ୍ଧିଛକ ଓ ରାଉତପଡ଼ା-କଟିପୋଲ ରାସ୍ତା ଉପରେ ୩ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ବସ୍ତା ଥାନା, ଏସ୍‌ଡିପିଓ କାର୍ଯ୍ୟାଳୟ, କୋର୍ଟ ପରିସରରେ ପାଣି ପଶିଯାଇଛି। ବସ୍ତା ବିଦ୍ୟୁତ୍‌ ଗ୍ରୀଡ୍‌ରେ ପାଣି ଜମି ରହିଥିବାରୁ ମଙ୍ଗଳବାର ରାତିରୁ ସ୍ଥାନୀୟ ଅଞ୍ଚଳରେ ବିଦ୍ୟୁତ୍‌ ସେବା ବନ୍ଦ ରହିଛି। ହଜାର ହଜାର ହେକ୍ଟର ଚାଷଜମି ଜଳାର୍ଣ୍ଣବ ହୋଇଥିବାରୁ କ୍ଷତି ଆଶଙ୍କାରେ ଚାଷୀକୁଳ ମୁଣ୍ଡରେ ହାତ ଦେଇ ବସିଛନ୍ତି। ଓଡ୍ରାଫ୍‌ ଟିମ୍‌ ସହ ଅଗ୍ନିଶମ ବିଭାଗ କର୍ମଚାରୀ ଜଳଘେରରେ ଥିବା ଲୋକ, ଗୃହପାଳିତ ପ୍ରାଣୀ, ଆସବାବପତ୍ର ଆଦିକୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। ୮ଟି ପଞ୍ଚାୟତର ୨୪୦୦ ଲୋକଙ୍କୁ ଉଦ୍ଧାର କରି ସୁରକ୍ଷିତ ସ୍ଥାନରେ ରଖାଯାଇଥିବା ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମଥାନୀଠାରେ ଜଳକା ନଦୀର ବିପଦ ସଂକେତ ୫.୫ ମିଟର ଥିବାବେଳେ ବୁଧବାର ମଧ୍ୟାହ୍ନ ୧୨ଟା ସୁଦ୍ଧା ଜଳସ୍ତର ୭.୩୧ ମିଟରରେ ପ୍ରବାହିତ ହେଉଥିଲା। ରାତି ୮ଟା ସୁଦ୍ଧା ଜଳସ୍ତର ହ୍ରାସ ପାଇ ୬.୯୦ ମିଟରରେ ପ୍ରବାହିତ ହେଉଥିବା ଜଳସେଚନ ବିଭାଗ କନିଷ୍ଠ ଯନ୍ତ୍ରୀ ଅଶୋକ କୁମାର ଦାସ କହିଛନ୍ତି।
ସପ୍ତାହେ ହେଲା ଜଳସ୍ତର ୬ ମିଟର ଉପରେ ପ୍ରବାହିତ ହେଉଥିଲା। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ମଙ୍ଗଳବାର ରାତି ୧ଟାରେ ଜଳସ୍ତର ୭ ମିଟର ଅତିକ୍ରମ କରିଥିଲା। ଏହା ବ୍ୟତୀତ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକର ଏକତାଳିଠାରେ ଜମ୍ଭୀରା ନଦୀର ପ୍ରାୟ ଦୁଇଶହ ଫୁଟ୍‌ ବନ୍ଧ ଭାଙ୍ଗିଯିବା କାରଣରୁ ହଠାତ୍‌ ଜଳକାର ଜଳସ୍ତର ବୃଦ୍ଧି ପାଇଥିଲା। ଫଳରେ ବସ୍ତା ବ୍ଲକର ଗଡ଼ପଦା, ରାଉତପଡ଼ା, ଦୁଧହଂସା, ମଥାନୀ, ବାହାର୍ଦ୍ଦା, କୁଡ଼ିଆ, ସଦାନନ୍ଦପୁର, ପତ୍ରଝଡ଼ା, ବ୍ରାହ୍ମଣଦା, ବରୁଣଗଡ଼ିଆ, ବାସୀଚକୁରି, ଇଡ଼ଦା, ଦରଡ଼ା ସମେତ ସଦର ବ୍ଲକର ରସଲପୁର ଓ ଶ୍ରୀରାମପୁର ପଞ୍ଚାୟତରେ ବନ୍ୟାଜଳ ପ୍ରବେଶ କରିଛି।
ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ତହସିଲଦାର କାର୍ତ୍ତିକ ଚନ୍ଦ୍ର ଦାସ, ବିଡ଼ିଓ ଜ୍ଞାନରଞ୍ଜନ ସାହୁ, ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ ଅଶୋକ କୁମାର ଦାସ ପ୍ରମୁଖ ବନ୍ୟାଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିବା ସହ କ୍ଷୟକ୍ଷତି ଆକଳନ କରିଛନ୍ତି। ଜଳକା ନଦୀ ପାଖ ତଳତାପଣ୍ଡା, ମେଳକ, ପେଗରପଡ଼ା, ଲକ୍ଷ୍ମଣକ୍ଷପଡ଼ା, ସାନଖୁଡ଼ି, ଶିବଗଡ଼ିଆ, ବଡ଼ଖଡ଼ି, ଧଳସାହି, ବାହାର୍ଦ୍ଦା, ପୁନସିତା ପ୍ରଭୃତି ଗ୍ରାମ ପାଶର୍‌ବରେ ଥିବା ଦୁର୍ବଳ ନଦୀବନ୍ଧ ପ୍ରତି ପ୍ରଶାସନ ପକ୍ଷରୁ ତୀକ୍ଷ୍‌ଣ ନଜର ରଖାଯାଇଛି। ବନ୍ୟା ସ୍ଥିତି ମୁକାବିଲା କରିବା ପାଇଁ ଜିଲାପାଳ ସମସ୍ତ ପ୍ରଶାସନିକ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri