ପାଣିଘେରରେ ବସ୍ତା ଥାନା,କୋର୍ଟ

ରୂପ୍‌ସା/ବସ୍ତା,୨୩ା୯(ଡି.ଏନ.ଏ.):  ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲା ଜଳକା ନଦୀରେ ବନ୍ୟା ସ୍ଥିତି ଗମ୍ଭୀର ହୋଇପଡ଼ିଛି। ବସ୍ତା ବ୍ଲକର ୧୩ ଓ ସଦର ବ୍ଲକର ୨ଟି ପଞ୍ଚାୟତରେ ପାଣି ପଶିଛି। ବିଭିନ୍ନ ସ୍ଥାନରେ ଗାଁ ଓ ମୁଖ୍ୟ ରାସ୍ତା ବୁଡ଼ି ଯୋଗାଯୋଗ ବିଚ୍ଛିିନ୍ନ ହୋଇଛି। ଗାନ୍ଧୀଛକ- ବାଲିଆପାଳ ରାସ୍ତାର କୁଡ଼ିଆ ଚଟାଣଠାରେ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ମଥାନୀ-ଗାନ୍ଧିଛକ ଓ ରାଉତପଡ଼ା-କଟିପୋଲ ରାସ୍ତା ଉପରେ ୩ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ବସ୍ତା ଥାନା, ଏସ୍‌ଡିପିଓ କାର୍ଯ୍ୟାଳୟ, କୋର୍ଟ ପରିସରରେ ପାଣି ପଶିଯାଇଛି। ବସ୍ତା ବିଦ୍ୟୁତ୍‌ ଗ୍ରୀଡ୍‌ରେ ପାଣି ଜମି ରହିଥିବାରୁ ମଙ୍ଗଳବାର ରାତିରୁ ସ୍ଥାନୀୟ ଅଞ୍ଚଳରେ ବିଦ୍ୟୁତ୍‌ ସେବା ବନ୍ଦ ରହିଛି। ହଜାର ହଜାର ହେକ୍ଟର ଚାଷଜମି ଜଳାର୍ଣ୍ଣବ ହୋଇଥିବାରୁ କ୍ଷତି ଆଶଙ୍କାରେ ଚାଷୀକୁଳ ମୁଣ୍ଡରେ ହାତ ଦେଇ ବସିଛନ୍ତି। ଓଡ୍ରାଫ୍‌ ଟିମ୍‌ ସହ ଅଗ୍ନିଶମ ବିଭାଗ କର୍ମଚାରୀ ଜଳଘେରରେ ଥିବା ଲୋକ, ଗୃହପାଳିତ ପ୍ରାଣୀ, ଆସବାବପତ୍ର ଆଦିକୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। ୮ଟି ପଞ୍ଚାୟତର ୨୪୦୦ ଲୋକଙ୍କୁ ଉଦ୍ଧାର କରି ସୁରକ୍ଷିତ ସ୍ଥାନରେ ରଖାଯାଇଥିବା ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମଥାନୀଠାରେ ଜଳକା ନଦୀର ବିପଦ ସଂକେତ ୫.୫ ମିଟର ଥିବାବେଳେ ବୁଧବାର ମଧ୍ୟାହ୍ନ ୧୨ଟା ସୁଦ୍ଧା ଜଳସ୍ତର ୭.୩୧ ମିଟରରେ ପ୍ରବାହିତ ହେଉଥିଲା। ରାତି ୮ଟା ସୁଦ୍ଧା ଜଳସ୍ତର ହ୍ରାସ ପାଇ ୬.୯୦ ମିଟରରେ ପ୍ରବାହିତ ହେଉଥିବା ଜଳସେଚନ ବିଭାଗ କନିଷ୍ଠ ଯନ୍ତ୍ରୀ ଅଶୋକ କୁମାର ଦାସ କହିଛନ୍ତି।
ସପ୍ତାହେ ହେଲା ଜଳସ୍ତର ୬ ମିଟର ଉପରେ ପ୍ରବାହିତ ହେଉଥିଲା। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ମଙ୍ଗଳବାର ରାତି ୧ଟାରେ ଜଳସ୍ତର ୭ ମିଟର ଅତିକ୍ରମ କରିଥିଲା। ଏହା ବ୍ୟତୀତ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକର ଏକତାଳିଠାରେ ଜମ୍ଭୀରା ନଦୀର ପ୍ରାୟ ଦୁଇଶହ ଫୁଟ୍‌ ବନ୍ଧ ଭାଙ୍ଗିଯିବା କାରଣରୁ ହଠାତ୍‌ ଜଳକାର ଜଳସ୍ତର ବୃଦ୍ଧି ପାଇଥିଲା। ଫଳରେ ବସ୍ତା ବ୍ଲକର ଗଡ଼ପଦା, ରାଉତପଡ଼ା, ଦୁଧହଂସା, ମଥାନୀ, ବାହାର୍ଦ୍ଦା, କୁଡ଼ିଆ, ସଦାନନ୍ଦପୁର, ପତ୍ରଝଡ଼ା, ବ୍ରାହ୍ମଣଦା, ବରୁଣଗଡ଼ିଆ, ବାସୀଚକୁରି, ଇଡ଼ଦା, ଦରଡ଼ା ସମେତ ସଦର ବ୍ଲକର ରସଲପୁର ଓ ଶ୍ରୀରାମପୁର ପଞ୍ଚାୟତରେ ବନ୍ୟାଜଳ ପ୍ରବେଶ କରିଛି।
ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ତହସିଲଦାର କାର୍ତ୍ତିକ ଚନ୍ଦ୍ର ଦାସ, ବିଡ଼ିଓ ଜ୍ଞାନରଞ୍ଜନ ସାହୁ, ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ ଅଶୋକ କୁମାର ଦାସ ପ୍ରମୁଖ ବନ୍ୟାଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିବା ସହ କ୍ଷୟକ୍ଷତି ଆକଳନ କରିଛନ୍ତି। ଜଳକା ନଦୀ ପାଖ ତଳତାପଣ୍ଡା, ମେଳକ, ପେଗରପଡ଼ା, ଲକ୍ଷ୍ମଣକ୍ଷପଡ଼ା, ସାନଖୁଡ଼ି, ଶିବଗଡ଼ିଆ, ବଡ଼ଖଡ଼ି, ଧଳସାହି, ବାହାର୍ଦ୍ଦା, ପୁନସିତା ପ୍ରଭୃତି ଗ୍ରାମ ପାଶର୍‌ବରେ ଥିବା ଦୁର୍ବଳ ନଦୀବନ୍ଧ ପ୍ରତି ପ୍ରଶାସନ ପକ୍ଷରୁ ତୀକ୍ଷ୍‌ଣ ନଜର ରଖାଯାଇଛି। ବନ୍ୟା ସ୍ଥିତି ମୁକାବିଲା କରିବା ପାଇଁ ଜିଲାପାଳ ସମସ୍ତ ପ୍ରଶାସନିକ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri