Posted inଜାତୀୟ

ଶହୀଦଙ୍କ ମୃତଦେହ ଖୋଜୁଛି ବାୟୁସେନା, ବାଧକ ସାଜିଛି ଝଡବର୍ଷା

ରାୟପୁର,୪।୪: ଛତିଶଗଡ଼ରେ ନକ୍ସଲ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟରେ ୨୨ ଜଣ ଯବାନ ଶହୀଦ ହୋଇଛନ୍ତି। ତେବେ ଏହି ଯବାନଙ୍କ ପ୍ରତି ଆକ୍ରମଣରେ ୧୫ରୁ ଅଧିକ ନକ୍ସଲ ନିପାତ ହୋଇଛନ୍ତି । ଏନେଇ ଛତିଶଗଡ ବିଜାପୁର ଏସ୍ପି ସୂଚନା ଦେଇଛନ୍ତି। ଯବାନମାନଙ୍କ ମୃତଦେହକୁ ଫେରାଇ ଆଣିବା ଏବଂ ଆହତମାନଙ୍କୁ ସାହାଯ୍ୟ କରିବା ପାଇଁ ବାୟୁସେନା ହେଲିକପ୍ଟରଗୁଡ଼ିକ ଲଗାତାର ସେଠାରେ ନିୟୋଜିତ ଅଛି। କିନ୍ତୁ ଏବେ ସବୁଠୁ ବଡ ସମସ୍ୟା ହେଉଛି ସେଠାରେ କ୍ରମାଗତ ପାଗ ଖରାପ ହେବାରେ ଲାଗିଛି। ପ୍ରଥମ ଧୂଳି ଝଡ଼ ଯୋଗୁ ହେଲିକପ୍ଟରଗୁଡିକୁ ଉଡ଼ାଣ ହୋଇପାରି ନ ଥିଲା ଏବଂ ଏହା ପରେ ପ୍ରବଳ ପବନ ସହିତ ବର୍ଷା ଯୋଗୁ ଉଦ୍ଧାର କାର୍ଯ୍ୟ ବନ୍ଦ ରହିଛି। କିନ୍ତୁ ଏହି ପରିସ୍ଥିତିରେ ମଧ୍ୟ ଯବାନମାନେ ନିଜ ସାଥୀଙ୍କୁ ଫେରାଇ ଆଣିବାକୁ ସ୍ଥିର କରିଛନ୍ତି। ସେମାନେ ଶହୀଦ ଏବଂ ଆହତମାନଙ୍କୁ ଜଗଦଲପୁରକୁ ଆଣିବାରେ ନିୟୋଜିତ ଅଛନ୍ତି।

ଶହୀଦଙ୍କ ମୃତଦେହ ଜଗଦଲପୁରକୁ ଅଣାଯାଉଛି। ଜଗଦଲପୁର ବିମାନବନ୍ଦରରେ ଆର୍ମି ହେଲିକପ୍ଟର ଏମ୍‌-ଆଇ-୧୭ରେ ୧୨ ଯବାନଙ୍କ ମୃତଦେହ ଅଣାଯାଇଥିଲା। ଏଠାରୁ ଶହୀଦଙ୍କ ମୃତଦେହକୁ ୫ଟି ଆମ୍ବୁଲାନ୍ସ ମାଧ୍ୟମରେ ଡିମରାପାଲ ମେଡିକାଲ କଲେଜକୁ ଅଣାଯାଇଛି। ପୋଷ୍ଟମର୍ଟମ ପରେ ଏଠାରେ ଗର୍ଡ ଅଫ ଅନର ଦିଆଯିବ ଏବଂ ଶହୀଦଙ୍କ ମୃତଦେହ ବିଳମ୍ବିତ ରାତିରେ ନିଜ ସହରକୁ ପଠାଯିବ। ସୂଚନାଯୋଗ୍ୟ, ଛତିଶଗଡ ସୁକମା ଜିଲା ବିଜାପୁରର ତୋରମ ଥାନା ଜୋନାଗୁଡା ଜଙ୍ଗଲ ରେନକ୍ସଲ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲେ। ଏହି ଘଟଣାରେ ୨୨ ଜଣ ଯବାନ ସହିଦ ହୋଇଥିବା ସୂଚନା ମିଳିଥିବା ବେଳେ ୩୦ଜଣ ଯବାନ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri