Posted inଜାତୀୟ

ଶହୀଦଙ୍କ ମୃତଦେହ ଖୋଜୁଛି ବାୟୁସେନା, ବାଧକ ସାଜିଛି ଝଡବର୍ଷା

ରାୟପୁର,୪।୪: ଛତିଶଗଡ଼ରେ ନକ୍ସଲ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟରେ ୨୨ ଜଣ ଯବାନ ଶହୀଦ ହୋଇଛନ୍ତି। ତେବେ ଏହି ଯବାନଙ୍କ ପ୍ରତି ଆକ୍ରମଣରେ ୧୫ରୁ ଅଧିକ ନକ୍ସଲ ନିପାତ ହୋଇଛନ୍ତି । ଏନେଇ ଛତିଶଗଡ ବିଜାପୁର ଏସ୍ପି ସୂଚନା ଦେଇଛନ୍ତି। ଯବାନମାନଙ୍କ ମୃତଦେହକୁ ଫେରାଇ ଆଣିବା ଏବଂ ଆହତମାନଙ୍କୁ ସାହାଯ୍ୟ କରିବା ପାଇଁ ବାୟୁସେନା ହେଲିକପ୍ଟରଗୁଡ଼ିକ ଲଗାତାର ସେଠାରେ ନିୟୋଜିତ ଅଛି। କିନ୍ତୁ ଏବେ ସବୁଠୁ ବଡ ସମସ୍ୟା ହେଉଛି ସେଠାରେ କ୍ରମାଗତ ପାଗ ଖରାପ ହେବାରେ ଲାଗିଛି। ପ୍ରଥମ ଧୂଳି ଝଡ଼ ଯୋଗୁ ହେଲିକପ୍ଟରଗୁଡିକୁ ଉଡ଼ାଣ ହୋଇପାରି ନ ଥିଲା ଏବଂ ଏହା ପରେ ପ୍ରବଳ ପବନ ସହିତ ବର୍ଷା ଯୋଗୁ ଉଦ୍ଧାର କାର୍ଯ୍ୟ ବନ୍ଦ ରହିଛି। କିନ୍ତୁ ଏହି ପରିସ୍ଥିତିରେ ମଧ୍ୟ ଯବାନମାନେ ନିଜ ସାଥୀଙ୍କୁ ଫେରାଇ ଆଣିବାକୁ ସ୍ଥିର କରିଛନ୍ତି। ସେମାନେ ଶହୀଦ ଏବଂ ଆହତମାନଙ୍କୁ ଜଗଦଲପୁରକୁ ଆଣିବାରେ ନିୟୋଜିତ ଅଛନ୍ତି।

ଶହୀଦଙ୍କ ମୃତଦେହ ଜଗଦଲପୁରକୁ ଅଣାଯାଉଛି। ଜଗଦଲପୁର ବିମାନବନ୍ଦରରେ ଆର୍ମି ହେଲିକପ୍ଟର ଏମ୍‌-ଆଇ-୧୭ରେ ୧୨ ଯବାନଙ୍କ ମୃତଦେହ ଅଣାଯାଇଥିଲା। ଏଠାରୁ ଶହୀଦଙ୍କ ମୃତଦେହକୁ ୫ଟି ଆମ୍ବୁଲାନ୍ସ ମାଧ୍ୟମରେ ଡିମରାପାଲ ମେଡିକାଲ କଲେଜକୁ ଅଣାଯାଇଛି। ପୋଷ୍ଟମର୍ଟମ ପରେ ଏଠାରେ ଗର୍ଡ ଅଫ ଅନର ଦିଆଯିବ ଏବଂ ଶହୀଦଙ୍କ ମୃତଦେହ ବିଳମ୍ବିତ ରାତିରେ ନିଜ ସହରକୁ ପଠାଯିବ। ସୂଚନାଯୋଗ୍ୟ, ଛତିଶଗଡ ସୁକମା ଜିଲା ବିଜାପୁରର ତୋରମ ଥାନା ଜୋନାଗୁଡା ଜଙ୍ଗଲ ରେନକ୍ସଲ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲେ। ଏହି ଘଟଣାରେ ୨୨ ଜଣ ଯବାନ ସହିଦ ହୋଇଥିବା ସୂଚନା ମିଳିଥିବା ବେଳେ ୩୦ଜଣ ଯବାନ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri