ବସ୍ତିରିଗୁଡ଼ା ରାସ୍ତା ମରଣଯନ୍ତା

ଆର.ଉଦୟଗିରି, ୬ା୧ (ଡି.ଏନ୍‌.ଏ): ଗଜପତି ଜିଲା ଆର.ଉଦୟଗିରି ବ୍ଲକର ଆର.ଉଦୟଗିରି ଖଜୁରିପଦା ମୁଖ୍ୟରାସ୍ତାରୁ ବସ୍ତିରିଗୁଡା ଗ୍ରାମ୍ୟ ରାସ୍ତା ମରଣଯନ୍ତା ପାଲଟିଛି। ୨୦୧୪ରେ ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ଏହି ରାସ୍ତାକାମ ହୋଇଥିଲା। ସେହିଦିନଠାରୁ ଆଜି ପର୍ଯ୍ୟନ୍ତ ଏହି ରାସ୍ତାରେ ମାଟି ମଧ୍ୟ ପଡିନାହିଁ। ଫଳରେ ରାସ୍ତାସାରା ଖାଲଖମାରେ ଭର୍ତ୍ତି। ୧୦ଟି ଗ୍ରାମକୁ ସଂଯୋଗ କରୁଥିବା ଏହି ରାସ୍ତା ଅବସ୍ଥା ଅତି ଶୋଚନୀୟ ହୋଇପଡ଼ିଛି। ଏହି ରାସ୍ତାରେ ଯାତାୟତ କରୁଥିବା ଅଞ୍ଚଳବାସୀ ଅସୁବିଧାର ସମ୍ମୁଖୀନ ହେବା ସହ ଅନେକ ସମୟରେ ଛୋଟବଡ଼ ଦୁର୍ଘଟଣା ଘଟୁଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି । ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁଯାୟୀ, ପ୍ରଧାନମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ସରିବା ପରେ ୫ ବର୍ଷ ପର୍ଯ୍ୟନ୍ତ ଏହାର ମରାମତି କରିବା କଥା। ମାତ୍ର ପ୍ରଶାସନ କି ଠିକାଦାର କେହି ଏଥିପ୍ରତି ଦୃଷ୍ଟି ଦେଇନାହାନ୍ତି। ସାମାନ୍ୟ ବର୍ଷା ହେଲେ ଆଣ୍ଠୁଏ ପାଣି ଜମି ଦୁର୍ଘଟଣା ଘଟୁଛି। ରାସ୍ତା ମରାମତି କାମ ଅତି ନିମ୍ନମାନର ହୋଇଥିବାରୁ ଏଭଳି ଅବସ୍ଥା ସୃଷ୍ଟି ହୋଇଛି ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ରାସ୍ତା ମରାମତି ତୁରନ୍ତ କରାନଗଲେ ଆଗାମୀ ଦିନରେ ଲୋକେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ ଶୁଭଶ୍ରୀ ଜେନାଙ୍କୁ ପଚାରିବାରୁ ସେ କହିଛନ୍ତି ସେହି ରାସ୍ତାକାମ ପାଇଁ ଟେଣ୍ଡର ସରିଛି। ଅତିଶୀଘ୍ର ମରାମତି କାମ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri