ଅନାବନା ଗଛରେ ପରିପୂର୍ଣ୍ଣ ବିଇଓଙ୍କ କାର୍ଯ୍ୟାଳୟ

ବାସୁଦେବପୁର,୧୩।୭(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଓ ପୌରପାଳିକା ଅଞ୍ଚଳରେ ଥିବା ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ନିୟମିତ ଭାବେ ସଫେଇ କାର୍ଯ୍ୟ ହେଉ ନ ଥିବାରୁ ଅସ୍ବାସ୍ଥ୍ୟକର ପରିବେଶ ସହ ବିଷଧର ସାପ ଭୟ ସୃଷ୍ଟି ହେଉଛି। କେନ୍ଦ୍ର ଓ ରାଜ୍ୟ ସରକାର ସ୍ବଚ୍ଛତା ପ୍ରତି ପ୍ରାଥମିକତା ଦେଇ ଆସୁଥିବା ବେଳେ ବ୍ଲକ, ଡାକ୍ତରଖାନା, ବିଇଓଙ୍କ କାର୍ଯ୍ୟାଳୟ ସମେତ ବିଭିନ୍ନ ସରକାରୀ ଅଫିସ୍‌ରେ ନିୟମିତ ସଫେଇ ହେଉନି। ବିଭାଗୀୟ ଅଧିକାରୀଙ୍କ ଏଥିପ୍ରତି ଦୃଷ୍ଟି ନ ପଡ଼ିବା ସାଧାରଣରେ ଆଲୋଡ଼ନ ସୃଷ୍ଟି କରୁଛି।

ବାସୁଦେବପୁର ବ୍ଲକ କାର୍ଯ୍ୟାଳୟ ପରିସର ବାହ୍ୟ ଓ ଆଭ୍ୟନ୍ତରୀଣ ସ୍ଥାନ ଠିକ୍‌ ଭାବେ ସଫେଇ ହେଉନାହିଁ। ପ୍ରତିଦିନ ଶତାଧିକ ଲୋକ ବିଭିନ୍ନ ପଞ୍ଚାୟତରୁ ଏଠାକୁ ଆସୁଥିବା ବେଳେ ଠିକ୍‌ ଭାବେ ସଫେଇ ହେଉ ନ ଥିବାରୁ ଅଳିଆ ଆବର୍ଜନାରେ କାର୍ଯ୍ୟାଳୟ ପରିସର ଭରପୂର ହୋଇଯାଉଛି। ସେହିପରି ବ୍ଲକ ଅଫିସ୍‌ ସାମ୍ନାରେ ଫିଡର ସ୍କୁଲ ପରିସରରେ ଥିବା ବିଇଓଙ୍କ କାର୍ଯ୍ୟାଳୟ ପରିସର ବଣ ବୁଦା, ଘାସ ଓ ଅନାବନା ଗଛରେ ପରିପୂର୍ଣ୍ଣ ହୋଇଛି। ପ୍ରତିଦିନ ବିଭିନ୍ନ କାର୍ଯ୍ୟ ପାଇଁ ଶିକ୍ଷକମାନେ ବିଇଓଙ୍କ କାର୍ଯ୍ୟାଳୟକୁ ଆସୁଛନ୍ତି। ଏପରି ଅବ୍ୟବସ୍ଥା ତଥା ସଫେଇ ନ ହେବା ନେଇ ଅସନ୍ତୋଷ ପ୍ରକାଶ ପାଉଛି। ଏହି କାର୍ଯ୍ୟାଳୟ ପରିସରରେ ସାପ ଭୟ ସୃଷ୍ଟି ହେଉଛି। ବିଭିନ୍ନ ସମୟରେ ଦିବ୍ୟାଙ୍ଗ ପିଲାମାନେ ମଧ୍ୟ ବିଇଓଙ୍କ କାର୍ଯ୍ୟାଳୟକୁ ଆସୁଥିବା ବେଳେ ଏହା ସେମାନଙ୍କ ଯାତାୟାତ ପାଇଁ ବିପଦ ସୃଷ୍ଟି କରିବାର ଆଶଙ୍କା ରହିଛି। ସେହିପରି ବାସୁଦେବପୁର ଡାକ୍ତରଖାନାରେ ପରିମଳ ବ୍ୟବସ୍ଥା ଠିକ୍‌ଠାକ୍‌ ନ ଥିବା ଲକ୍ଷ୍ୟ କରାଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ଜଗବନ୍ଧୁ ସାହୁ କହିଛନ୍ତି, ବର୍ଷାଦିନ ପାଇଁ କାର୍ଯ୍ୟାଳୟ ପରିସରରେ ଅନାବନା ଗଛ, ଘାସ ଉଠିଯାଇଛି। ଖୁବ୍‌ଶୀଘ୍ର ଏସବୁ ସଫେଇ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?