ଭିଜିଲାନ୍ସ ଜାଲରେ ବାସୁଦେବପୁର ସିଡିପିଓ

ବାସୁଦେବପୁର, ୧୮ା୭(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ସିଡିପିଓ ଜାନକୀ ଦାସ ନିଜ କାର୍ଯ୍ୟାଳୟର ଅସ୍ଥାୟୀ ଡ୍ରାଇଭର ରାଜକିଶୋର ନାୟକଙ୍କଠାରୁ ୪ ମାସର ଦରମା କରାଇ ଦେବାକୁ କହି ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଅପରାହ୍ନରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଭିଜିଲାନ୍ସ ବିଭାଗର ବରିଷ୍ଠ ଅଧିକାରୀ ବାଲେଶ୍ୱର ରେଞ୍ଜ ଡିଏସ୍‌ପି ଏସ୍‌କେ ସାମନ୍ତରାୟ, ଭଦ୍ରକ ଡିଏସ୍‌ପି ଡିସି ମୁର୍ମୁ ପ୍ରମୁଖ ସିଡିପିଓଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିଛନ୍ତି। ସିଡିପିଓଙ୍କ ବ୍ୟକ୍ତିଗତ କାର୍‌ (ଓଡ଼ି ୨୨କ୍ୟୁ-୦୪୦୪) ମଧ୍ୟ ଜବତ ହୋଇଛି।
ଉଲ୍ଲେଖଯୋଗ୍ୟ ଯେ, ଦୀର୍ଘ ବର୍ଷ ଧରି ସିଡିପିଓଙ୍କ କାର୍ଯ୍ୟାଳୟରେ ରାଜକିଶୋର ଜଣେ ଅସ୍ଥାୟୀ ଡ୍ରାଇଭର ଭାବେ କାର୍ଯ୍ୟ କରୁଥିଲେ। ତାଙ୍କର ବକେୟା ଦରମା କରାଇ ଦେବାକୁ ସିଡିପିଓ ୩ ହଜାର ଟଙ୍କା ଦାବି କରିଥିଲେ। ଏ ବାବଦରେ ରାଜକିଶୋର ଭିଜିଲାନ୍ସ ବିଭାଗକୁ ଜଣାଇଥିଲେ। ପୂର୍ବ ଯୋଜନା ମୁତାବକ ସିଡିପିଓ ଲାଞ୍ଚ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଏ ସମ୍ପର୍କରେ ସିଡିପିଓ ଦାସ କୁହନ୍ତି ରାଜକିଶୋର ତାଙ୍କଠାରୁ ପୂର୍ବରୁ ୩ ହଜାର ଟଙ୍କା ଧାର ନେଇଥିବା ବେଳେ ଏହି ଟଙ୍କା ସେ ଶୁକ୍ରବାର ଅପରାହ୍ନରେ ଫେରସ୍ତ ଦେଇଥିଲେ। ଦରମା ବାବଦକୁ ସେ ରାଜକିଶୋରଙ୍କୁ ଲାଞ୍ଚ ମାଗି ନ ଥିଲେ ବୋଲି ମତ ରଖି ଏହା ତାଙ୍କ ବିରୋଧରେ ଏକ ଷଡ଼ଯନ୍ତ୍ର ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?