ବାଟବଣା ହୋଇଛି ‘ବସୁଧା’

ପରଜଙ୍ଗ, ୮।୧୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ପାନୀୟ ଜଳଯୋଗାଣ ପ୍ରକଳ୍ପ ନିର୍ମାଣରେ ମହାଦୁର୍ନୀତି ହୋଇଥିବା ଅଭିଯୋଗ ଆଣିଛି ଭାଜପା। ବର୍ଷକ ମଧ୍ୟରେ ‘ବସୁଧା’ ଯୋଜନାରେ ନିର୍ମିତ ୪ ପାଣି ଟାଙ୍କି ଏବଂ କୂଅ ଭୁଶୁଡ଼ି ପଡ଼ିଲାଣି। ଏଥିରେ ଲକ୍ଷାଧିକ ଟଙ୍କା ପାଣିରେ ପଡ଼ିଛି। ପ୍ରକଳ୍ପ ଲକ୍ଷ୍ୟ ବାଟବଣା ହୋଇଛି। ବିଭାଗୀୟ ଅଧିକାରୀ ଏବଂ ଠିକାଦାରଙ୍କ ଅସାଧୁ ମେଣ୍ଟ ଯୋଗୁ କାମରେ ବ୍ୟାପକ ଅନିୟମିତତା ହେଉଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରି ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଆଗକୁ ଜନଆନ୍ଦୋଳନ କରାଯିବ ବୋଲି ଦଳର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଭୂତି ପ୍ରଧାନ ଚେତାବନୀ ଦେଇଛନ୍ତି। ସ୍ଥାନୀୟ ଭାଜପା କାର୍ଯ୍ୟାଳୟରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ପ୍ରଶାସନିକ କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନ ଉଠାଇଛନ୍ତି।
ଅଭିଯୋଗ ଅନୁଯାୟୀ, ପ୍ରକଳ୍ପ ନିର୍ମାଣ ବେଳେ ବିଭାଗ ପକ୍ଷରୁ ଠିକ୍‌ ଭାବେ ତଦାରଖ କରାଯାଉନାହିଁ। ଉପର ଠାଉରିଆ ଭାବେ କାମ ହେଉଛି। ଠିକାଦାରଙ୍କ ଉପରେ ଅଙ୍କୁଶ ରହୁନାହିଁ। ସେମାନେ କାମ ଆଣି ଦକ୍ଷତା ନ ଥିବା ପେଟି କଣ୍ଟ୍ରାକ୍ଟରଙ୍କୁ ଦେଉଛନ୍ତି। ଉପରୁ ତଳ ଯାଏ ସମସ୍ତେ ପିସି କାରବାରରେ ବୁଡ଼ି ରହିଛନ୍ତି। ଅଧିକ ଲାଭ ଆଶାରେ ନିମ୍ନମାନର ସାମଗ୍ରୀ ବ୍ୟବହାର ହେଉଛି। ପ୍ରକଳ୍ପର ସ୍ଥାୟିତ୍ୱ ରହୁନାହିଁ। ଏହି କାରଣରୁ କଙ୍କଡ଼ାସୋଡ଼ା, କୁଆଳୋରେ ପ୍ରକଳ୍ପ କୂଅ ଭୁଶୁଡ଼ି ପଡ଼ିଥିଲା। ଅନୁରୂପ ଭାବେ କଟାବାହାଳରେ ପାଣିଟାଙ୍କି ଛାତ ମାଡ଼ି ବସିଥିଲା। ସମାନ ଘଟଣା ଘଟିଛି କଣ୍ଢେଇଖୋଲରେ। ଚଳିତ ମାସ ୨ ତାରିଖରେ ପଞ୍ଚାୟତକୁ ହସ୍ତାନ୍ତର ହୋଇଥିବା ପ୍ରକଳ୍ପ କୂଳ ଭୁଶୁଡ଼ି ପଡ଼ିଛି। ଶତାଧିକ ପରିବାର ଶୁଦ୍ଧ ପାନୀୟ ଜଳ ଯୋଗାଣରୁ ବଞ୍ଚତ୍ତ ହୋଇଛନ୍ତି। ଏସବୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ଦଳ ପକ୍ଷରୁ ଦାବି କରାଯାଇଛି।
ଖବରଦାତା ସମ୍ମିଳନୀରେ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଧାନଙ୍କ ସମେତ ଅଷ୍ଟଶମ୍ଭୁ ମଣ୍ଡଳ ସଭାପତି ଦୟାନିଧି ସାହୁ, ୨ନଂ. ମଣ୍ଡଳ ସଭାପତି ରମେଶ ସାହୁ, ୩ନଂ. ଜୋନ୍‌ ମଣ୍ଡଳ ସଭାପତି ପ୍ରଶାନ୍ତ ନାୟକ, ପ୍ରବକ୍ତା ଦୁର୍ଗା ପ୍ରସାଦ ସାହୁ, ପୂର୍ବତନ ଜିଲା ପରିଷଦ ସଦସ୍ୟ ଲକ୍ଷ୍ମୀଧର ସାହୁ, ଦୀପକ ଗୋଚ୍ଛାୟତ, ସନ୍ତୋଷ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ମଙ୍ଗଳବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri