ଦୁର୍ଗମ ଅଞ୍ଚଳ ଖଞ୍ଜାମେରାରେ ବସୁଧା ଯୋଜନା ଫେଲ୍‌

ଆର୍‌.ଉଦୟଗିରି,୧୧।୧୨(ମନୋଜ କୁମାର ପାଢୀ): ଦୁର୍ଗମ ଅଞ୍ଚଳରେ ଫେଲ୍‌ ମାରିଛି ରାଜ୍ୟ ସରକାରଙ୍କ ବସୁଧା ଯୋଜନା। ବର୍ଷ ବର୍ଷ ଧରି ବିଶୁଦ୍ଧ ପାନୀୟ ଜଳ ପାଇବା ଆଶାରେ ଚାତକ ପରି ଚାହିଁ ବସିଥିଲେ ପାହାଡିଆ ଦୁର୍ଗମ ଅଞ୍ଚଳ ଆଦିବାସୀ। ଶେଷରେ ଗାଁ ମୁଣ୍ଡରେ ବସୁଧା ଯୋଜନାର ପାଣିଟାଙ୍କି ଶୁଭାରମ୍ଭ ହୋଇ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ସମସ୍ତଙ୍କ ମନରେ ଖୁସିର ଲହରି ଖେଳିଥିଲା। କିନ୍ତୁ ନିର୍ମାଣ କାର୍ଯ୍ୟ ସରି ପାଇପ ସଂଯୋଗ ହେଲା ପରେ ପାଣି ଟ୍ୟାପ ଲଗାହେଲା। ତାହା ବି ତରବରିଆ ଭାବରେ ସଂଯୋଗ ହେଲା। ହେଲେ ତାହା ଆରମ୍ଭ ହେବା ଦିନଠାରୁ ହିଁ ବନ୍ଦ ପଡିଥିବା ମହିଳାମାନେ ଅଭିଯୋଗ କରିଛନ୍ତି। ନଳକୂପ ଅଛି ସତ ମାତ୍ର ତାହା କାମ ଦେଉନାହିଁ। ଦୀର୍ଘ ସମୟ ପରେ ସେଥିରୁ ଗୋଳିଆ ପାଣି ବାହାରୁଛି। ତାହା ପିଇବା ପାଇଁ ଯୋଗ୍ୟ ନୁହେଁ। ଏହା ଦେଖିବାକୁ ମିଳିଛି ଆର.ଉଦୟଗିରି ବ୍ଲକ ଦୁର୍ଗମ ପଞ୍ଚାୟତର ଖଞ୍ଜାମେରାରେ। ଏ ନେଇ ବାରମ୍ବାର ସ୍ଥାନୀୟ ସରପଞ୍ଚ, ପିଇଓଠାରୁ ଆରମ୍ଭ କରି ବ୍ଲକର ବିଭାଗୀୟ ଅଧିକାରୀମାନଙ୍କୁ ଅବଗତ କରାଯାଇଥିଲେ ମଧ୍ୟ କେହି ଶୁଣୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଦୁର୍ଗମ ଅଞ୍ଚଳର ଆଦିବାସୀ ଓ ଗୃହପାଳିତ ପ୍ରାଣୀ ଏକ ଛୋଟ ଝରଣାର ପାଣିକୁ ଭରସା କରିଛନ୍ତି। ଏହି ପାଣିକୁ ହିଁ ପାନୀୟଜଳ ରୂପେ ବ୍ୟବହାର କରି ନାନାଦି ରୋଗରେ ଆକ୍ରାନ୍ତ ହେଉଛନ୍ତି। ଅପରପକ୍ଷେ ରାଜ୍ୟ ସରକାର ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଥିଲେ ମଧ୍ୟ ଗ୍ରାମବାସୀ ପାଣି ଟୋପେ ପାଇବାରୁ ବଞ୍ଚିତ ହେଉଛନ୍ତି। ତୁରନ୍ତ ଖଞ୍ଜାମେରା ଦୁର୍ଗମ ଅଞ୍ଚଳରେ ପାନୀୟ ଜଳର ସୁବ୍ୟବସ୍ଥା କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri