ବାଟବଣା ବସୁଧା ଯୋଜନା

ଏମ୍‌ଭି ୭୯,୩ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକରେ ବସୁଧା ଯୋଜନା ବାଟବଣା ହୋଇଛି। ଏମ୍‌ଭି-୭୯,ଏମ୍‌ପିଭି-୫୫,ଏମ୍‌ପିଭି-୪୨,ଏମ୍‌ପିଭି-୮୨,ଏମ୍‌ପିଭି-୭୯,ଏମ୍‌ଭି-୭୮, ଏମ୍‌ପିଭି-୮୧, ଗୁମୁକା, ବେଙ୍କଟପଲମ, ଏମ୍‌ଭି-୬୩ ଓ କୋଇକୁଣ୍ଡା ଗ୍ରାମରେ ବସୁଧା ଯୋଜନାରେ ନିର୍ମିିତ ପ୍ରକଳ୍ପ ୮ରୁ ୧୦ବର୍ଷ ହେଲା ଶେଷ ହୋଇଥିଲେ ସୁଦ୍ଧା ସେଗୁଡିକ ବର୍ତ୍ତମାନ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିନାହିଁ। ଦୂଷିତ ପାଣିକୁ ପାନୀୟ ଜଳ ରୂପେ ବ୍ୟବହାର କରି ପ୍ରତିବର୍ଷ ଲୋକେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟମୁଖରେ ପଡୁଛନ୍ତି। ଏଥିରୁ ରାଜ୍ୟ ସରକାରଙ୍କ ଏହି ମହତ୍ତ୍ୱାକାଂକ୍ଷୀ ଯୋଜନା ଯେ ଉପରୋକ୍ତ ଗ୍ରାମଗୁଡିକରେ ବାଟବଣା ହୋଇଛି ତାହା ସ୍ପଷ୍ଟ ହୋଇଛି। ଏହି ପ୍ରକଳ୍ପଗୁଡିକ ପାଇଁ ଖର୍ଚ୍ଚ ହୋଇଥିବା ୩ କୋଟିରୁ ଅଧିକ ଟଙ୍କା ପାଣିରେ ପଡିଥିବା ଅଭିଯୋଗ ହୋଇଛି। ଏହି ଜଳ ପ୍ରକଳ୍ପ ମଧ୍ୟରୁ ଅନେକ ସ୍ଥାନରେ ଗଛଲତା ମାଡି ଯାଇଥିବା ଦେଖିବାକୁ ମିଳୁଛି। ଉପରୋକ୍ତ ଗ୍ରାମଗୁଡିକର ପ୍ରାୟ ୪୦ ହଜାର ଲୋକ ପାଣି ମୁନ୍ଦିଏ ପାଇଁ ଡହଳବିକଳ ହେଉଛନ୍ତି। ଯେଉଁ କେତୋଟି ନଳକୂଅ ରହିଛି ସେଠାରୁ ପାଣି ନେବାକୁ ଲୋକଙ୍କ ଲମ୍ବା ଧାଡି ଲାଗୁଛି। ଏହି ନେଇ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ର ଯନ୍ତ୍ରୀ ପିଥା ସରେନଙ୍କୁ ପଚାରିବାରୁ ସେ କହିଲେ, ପ୍ରକଳ୍ପ କାର୍ଯ୍ୟ ଶେଷ ହୋଇଯାଇଛି। ମାତ୍ର ବିଦ୍ୟୁତ୍‌ ସଂଯୋଗ ହୋଇନାହିଁ। ଆମେ ଏ ସମ୍ପର୍କରେ ବିଦ୍ୟୁତ୍‌ ଅଧିକାରୀଙ୍କୁ ବାରମ୍ବାର ଜଣାଇଥିଲେ ସୁଦ୍ଧା ସେମାନେ ଆମ କଥା ଶୁଣୁନାହାନ୍ତି। ଫଳରେ ଆମେ ଲୋକଙ୍କୁ ପାଣି ଯୋଗାଇ ଦେଇପାରୁନାହୁଁ ବୋଲି ସରେନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri