ଇନ୍ଦାଳୋ ପଞ୍ଚାୟତରେ ବସୁଧା ଯୋଜନା ବିଫଳ

ଡେରାବିଶ,୨୪ା୫(ସ୍ବ.ପ୍ର.):ଡେରାବିଶ ବ୍ଲକ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ କର୍ତ୍ତୃପକ୍ଷଙ୍କ ଖାମଖିଆଲି ନୀତି ଯୋଗୁ ଗରାଏ ପାଣି ପାଇଁ ସାଧାରଣ ଲୋକ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଛତାଠାରେ ଥିବା ରାଜ୍ୟର ପ୍ରଥମ ସୋଲାର ପମ୍ପ ଅଚଳ ହୋଇପଡ଼ିଥିବା ବେଳେ ପାଇପ୍‌ ବିଛାରେ ଅନିୟମିତତା ସାଧାରଣ ଲୋକଙ୍କୁ ଅତିଷ୍ଠ କରିଛି। ଓଭରହେଡ୍‌ ଟାଙ୍କି ଥାଇ ମଧ୍ୟ ଲୋକଙ୍କ ପାଖରେ ପାନୀୟ ଜଳ ପହଞ୍ଚତ୍ ପାରୁନାହିଁ। ଉକ୍ତ ବ୍ଲକ ଅଧୀନ ଇନ୍ଦାଳୋ ପଞ୍ଚାୟତରେ ଏହି ସମସ୍ୟା ଉତ୍କଟ ରୂପ ଧାରଣ କରିଛି।
ସୂଚନା ଅନୁଯାୟୀ, ଇନ୍ଦାଳୋ ପଞ୍ଚାୟତର ପାନୀୟ ଜଳ ସମସ୍ୟା ଦୂର କରିବାକୁ ତତ୍କାଳୀନ ଏମ୍‌ପି ବୈଜୟନ୍ତ ପଣ୍ଡାଙ୍କ କଲ୍ୟାଣ ପାଣ୍ଠିରୁ ଏକ ଓଭରହେଡ୍‌ ଟାଙ୍କି ନିର୍ମାଣ କରାଯାଇଥିଲା। ମାତ୍ର ଟାଙ୍କି ହେବା ପରେ ପାନୀୟ ଜଳ ସମସ୍ୟା ଦୂର ନ ହେବାରୁ ଆଉ ଏକ ପମ୍ପ ହାଉସ୍‌ ନିର୍ମାଣ କରାଯାଇ ଇନ୍ଦାଳୋ ପଞ୍ଚାୟତ ଅନ୍ତର୍ଗତ ବାମ୍ବିଲୋ, ଫାଣ୍ଡିବର ଛକଠାରୁ ଛକନା, ଦକ୍ଷିଣପାରି ଦେଇ ବାରଗୋଡ଼ିଆ ଯାଏ ୪୩ଟି ଷ୍ଟାଣ୍ଡପୋଷ୍ଟ ଦ୍ୱାରା ଦିନକୁ ୨ ଥର ପାଣି ଯୋଗାଇ ଦିଆଯାଉଥିଲା। ହେଲେ ଗତ ୩ ମାସ ହେବ ପମ୍ପହାଉସ୍‌ଠାରୁ ୧୦୦ ମିଟର ଦୂରରେ ଥିବା ଗ୍ରାମକୁ ପାନୀୟ ଜଳ ଆସୁନାହିଁ। କେଉଁ ଷ୍ଟାଣ୍ଡ ପୋଷ୍ଟରୁ ଅଳ୍ପ ପାଣି ବାହାରୁଛି ତ ଅନ୍ୟ କେତେକ ଷ୍ଟାଣ୍ଡପୋଷ୍ଟରୁ ଆଦୌ ପାଣି ବାହାରୁ ନାହିଁ। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ପାନୀୟ ଜଳ ସମସ୍ୟାରେ ଉବୁଟୁବୁ ହେଉଥିବା ଗ୍ରାମବାସୀ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଏ ସଂକ୍ରାନ୍ତରେ ଜଣାଇଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ ବୋଲି ଦକ୍ଷିଣପାରି ଗ୍ରାମର ଚୌଧୁରୀ ରବୀନ୍ଦ୍ର କୁମାର ଜେନା କହିଛନ୍ତି। ପୂର୍ବରୁ ଛକନାରେ ନିର୍ମିତ ଓଭରହେଡ୍‌ ଟାଙ୍କି ଏଯାଏ କାର୍ଯ୍ୟକ୍ଷମ ହୋଇ ନ ଥିବା ବେଳେ ଏହି ପଞ୍ଚାୟତରେ ନାନକାର ଓ ଅଢ଼ଙ୍ଗାରେ ଦୁଇଟି ସ୍ଥାନରେ ପମ୍ପ ହାଉସ୍‌ ନିମନ୍ତେ ବୋରିଂ କରାଯାଇଛି। ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପ ନିମ୍ନମାନର ହେଉଥିବାରୁ ଓ ନିର୍ମାଣ ପରେ ଏହାର ରକ୍ଷଣାବେକ୍ଷଣ କରାଯାଉ ନ ଥିବାରୁ ତାହା କାର୍ଯ୍ୟକ୍ଷମ ହେବାର ଅଳ୍ପଦିନ ପରେ ଅଚଳ ହୋଇପଡୁଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ନିର୍ବାହୀ ଯନ୍ତ୍ରୀ ବସନ୍ତ କୁମାର ନାୟକଙ୍କୁ ଯୋଗାଯୋଗ କରିବାରୁ ଘଟଣାର ଅନୁଧ୍ୟାନ ପରେ ତୁରନ୍ତ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକା ହତ୍ୟା ମାମଲାର ପର୍ଦ୍ଧାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

କର୍ଲାମୁଣ୍ଡାରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା, ଭାଜପା….

କର୍ଲାମୁଣ୍ଡା,୧୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ମଣ୍ଡଳ ଭାଜପା ପକ୍ଷରୁ ମଣ୍ଡଳ ସଭାପତି ଡୋଳା ମଣୀ ଭୋଇଙ୍କ ନେତୃତ୍ୱରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା ଗୁରୁବାର…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri