ବସୁଧା ଯୋଜନା ବାଟବଣା

ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ବନ୍ଧ, ମୁଡା, ଚହଳା ଆଦି ଜଳାଶୟ ଶୁଖିଗଲାଣି। ଗାଁରେ ନଳକୂଅ ଥିଲେ ବି ସେଥିରୁ ଫ୍ଲୋରାଇଡଯୁକ୍ତ ପାଣି ବାହାରୁଛି। ଏହି ପାଣିକୁ ଲୋକେ ବ୍ୟବହାର କରି ବିଭିନ୍ନ ରୋଗରେ ଆକ୍ରାନ୍ତ ହେଉଛନ୍ତି ା ବସୁଧା ଯୋଜନାରୁ ଲୋକେ ଉପକୃତ ହେବେ ବୋଲି ଅଶା ରଖିଥିଲେ। ହେଲେ ଓଭରହେଡ୍‌ ଟାଙ୍କି ନିର୍ମାଣ ହୋଇ ପାଇପ୍‌ ପୋତା ସରି ପ୍ରାୟ ୩ବର୍ଷ ବିତିଯାଇଥିଲେ ମଧ୍ୟ ଜଳଯୋଗାଣ ହୋଇପାରି ନାହିଁ। ଗାଁରେ ଲାଗିଥିବା ଷ୍ଟାଣ୍ଡପୋଷ୍ଟ ସବୁ ଭାଙ୍ଗିବାକୁ ବସିଲାଣି। ଏହି ସ୍ଥିତିକୁ ଅନୁଧ୍ୟାନ କଲେ ଜିଲାରେ ବସୁଧା ଯୋଜନା ବାଟବଣା ହୋଇଥିବା କୁହାଯାଉଛି।
କେବଳ କରଙ୍ଗାଭଟା ନୁହେଁ, ଅନେକ ଗାଁରେ ପାଇପ୍‌ ପୋତା ସରିଥିଲେ ମଧ୍ୟ ପାଣି ମିଳୁନାହିଁ। କରଙ୍ଗାଭଟା ଗାଁରେ ବସ୍ତି ସମେତ ବ୍ରାହ୍ମଣପଡା, ନାଏକପଡା, କଲୋନିପଡା, ସ୍କୁଲପଡାରେ ୩ ଶହ ପରିବାର ବସବାସ କରୁଥିବାବେଳେ ୨ ହଜାରରୁ ଊର୍ଦ୍ଧ୍ୱ ଜନସଂଖ୍ୟା ରହିଛି। ବସ୍ତି ସମେତ ୪ଟି ପଡା ପାଇଁ ୭ଟି ନଳକୂଅ ରହିଛି ା ସବୁ ନଳକୂଅରେ ଫ୍ଲୋରାଇଡ ଯୁକ୍ତ ପାଣି ବାହାରୁଛି। ଏହି ପାଣିକୁ ବାଲ୍‌ଟି, ଗରାରେ ରଖିଲେ ଲାଲ ରଙ୍ଗ ହୋଇଯାଉଥିବାରୁ ଲୋକେ ଫ୍ଲୋରାଇଡ ପାଣି ବୋଲି ସନ୍ଦେହ କରୁଛନ୍ତି। ହେଲେ ଅନ୍ୟ ଉପାୟ ନ ଥିବାରୁ ଲୋକେ ବାଧ୍ୟହୋଇ ଫ୍ଲୋରାଇଡ ଯୁକ୍ତ ପାଣି ବ୍ୟବହାର କରୁଛନ୍ତି ା ବସ୍ତି, ନାଏକପଡାରେ ଥିବା ନଳକୂଅକୁ ଫ୍ଲୋରାଇଡ ଯୁକ୍ତ ପାଣି ବାହାରୁଛି ା କଲୋନିପଡା ଓ ସ୍କୁଲ ପଡାରେ ନଳକୂଅ ନାହିଁ ା ସ୍କୁଲପଡ଼ାବାସୀ ସ୍କୁଲ ନଳକୂଅ ପାଣି ବ୍ୟବହାର କରୁଛନ୍ତି ା ସ୍କୁଲ ଛୁଟି ହେଲେ ଗେଟ୍‌ରେ ତାଲା ପଡୁଥିବାରୁ ମୁଡା କିମ୍ବା ଚହଳା ଖୋଲା ପାଣି ବ୍ୟବହାର କରୁଛନ୍ତି। ଅଧିକାଂଶ ଲୋକ ନଈ ତଟରେ ଗାତକରି ପାଣି ଆଣି ବ୍ୟବହାର କରୁଛନ୍ତି। ଏ ସଂକ୍ରାନ୍ତରେ କୋମନା ଗୋଷ୍ଠୀ ଉନ୍ନୟନ ଅଧିକାରୀ ହିତାଂଶୁ ଶେଖର ସାମଲଙ୍କୁ ପଚାରିବାରୁ ବହୁତ ଶୀଘ୍ର ପାଣି ସମସ୍ୟା ସମାଧାନ ହୋଇଯିବ ବୋଲି କହିଛନ୍ତି। ଅନ୍ୟପକ୍ଷରେ ୭ଦିନ ମଧ୍ୟରେ ସମସ୍ୟା ଦୂର ନ ହେଲେ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବେ ବୋଲି ମାଳିକ ରାମ ରାଉତ, ରାଜେଶ୍ୱରୀ ଦୁବେ, ପଦ୍ମେ ରଣା, ଡମୁ ରାଉତ, ମହନି ରାଉତ, ସେଏବା ରାମ ନାଏକ, ଡିଲେଶ୍ୱର ଦୁବେ, ତେଜ ଦୁବେ, ସୌହାଗି ସତନାମୀ ପ୍ରମୁଖ ଗ୍ରାମବାସୀ ଚେତାବନୀ ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?