କାମରେ ଆସୁନି ବସୁଧା ଯୋଜନା

ଲାଞ୍ଜିଗଡ଼,୨୨।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ଅନ୍ତର୍ଗତ କୁମଖାଲ ଗ୍ରାମପଞ୍ଚାୟତ ଅଧୀନ ପୁନିଗୁଡ଼ା ଗ୍ରାମରେ କାମରେ ଆସୁନି ବସୁଧା ଯୋଜନା। ବୋରୱେଲ ଖୋଳା ହୋଇ ୨ବର୍ଷ ପରେ ବି ଓଭରହେଡ଼ ପାଣିଟାଙ୍କି ନିର୍ମାଣ ହୋଇନି। ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ପ୍ରତ୍ୟେକ ଗ୍ରାମରେ ସବୁ ଲୋକଙ୍କ ପାଖରେ ବିଶୁଦ୍ଧ ଜଳ ପହଞ୍ଚାଇବା ପାଇଁ ବସୁଧା ଯୋଜନାରେ ପାଣି ଯୋଗାଇ ଦେଉଛନ୍ତି। ପରିତାପର ବିଷୟ ବୋରୱେଲ ଖୋଳା ହୋଇ ଦୀର୍ଘ ଦୁଇ ବର୍ଷ ବିତିଯାଉଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଓଭର୍‌ହେଡ ଟାଙ୍କିର ଦେଖାନାହିଁ। ନା ନିର୍ମାଣ କରାଯାଉଛି ଓଭରହେଡ୍‌ ଟାଙ୍କି ନା ଘରକୁ ଘର ସଂଯୋଗ ହାଇପାରିଛି ପାଇପ୍‌। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ଅନ୍ତର୍ଗତ କୁମଖାଲ ଗ୍ରାମପଞ୍ଚାୟତ ଅଧୀନ ପୁନିଗୁଡ଼ା ଗ୍ରାମବାସୀ ଏଭଳି ଅଭିଯୋଗ କରିଛନ୍ତି। ଗାଁରେ ୪୨ରୁ ଊର୍ଦ୍ଧ୍ୱ ପରିବାର ରହୁଥିବାବେଳେ ଜନସଂଖ୍ୟା ୩୦୦ରୁ ଊର୍ଦ୍ଧ୍ୱ। ଗାଁରେ ନଳକୂପ ରହିଥିଲେ ମଧ୍ୟ କମ ପରିମାଣରେ ପାଣି ବାହାରି ସେଥିରେ ଲାଲ ଗୁଣ୍ଡ ବାହାରୁ ଥିବାରୁ ପାଣି ପିଇବା ପାଇଁ ଉପଯୋଗୀ ନୁହେଁ ବୋଲି ଗ୍ରାମବାସୀ କହିଛନ୍ତି। ଏପଟେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଥିବାବେଳେ ପାଣି ଟିକିଏ ପାଇବାକୁ ହନ୍ତସନ୍ତ ହେଉଛନ୍ତି ଗ୍ରାମବାସୀ। ଏ ନେଇ ଜଳଯୋଗୋଣ ବିଭାଗ ବ୍ଲକ ଦାୟିତ୍ୱରେ ଥିବା ଯନ୍ତ୍ରୀ ମୋହନ ଚରଣ ସିହାଳ ଓ ଦଶମନ୍ତ ମାଝିଙ୍କୁ ବାରମ୍ବାର ଜଣାଇଥିଲେ ମଧ୍ୟ କେହି ଶୁଣୁ ନ ଥିବା ଗାଁ ଲୋକେ କହୁଛନ୍ତି। ଯଥାସମ୍ଭବ ଓଭରହେଡ୍‌ ଟାଙ୍କି ନିର୍ମାଣ କରି ଜଳ ଯୋଗାଇ ଦେବାକୁ କୁମଖାଲ ପଞ୍ଚାୟତ ପୂର୍ବତନ ସରପଞ୍ଚ ସରିତା ମାଝି, ମୁଲୁ ମାଝି, ପାଗୁ ମାଝି, ଦୁଗ୍ଦା ମାଝି, ଭୀମ ହରପାଲ୍‌, ଇନ୍ଦ୍ର ମାଝି, ରାମ ମାଝି, ବନ ହରପାଲ, ସବନ୍‌ ହରପାଲ୍‌, ଚିତ୍ର ହରପାଲ୍‌, ନୀଳକଣ୍ଠ, ଲଳିତା, ଭୀମ ହରପାଲଙ୍କ ସମେତ ଗ୍ରାମବାସୀ ଦାବି କରିଛନ୍ତି। ସୂଚନାଯୋଗ୍ୟ ଯେ, ଏହି ପଞ୍ଚାୟତ ସରପଞ୍ଚ ସାଣ୍ଡରୁ ମାଝି ବ୍ଲକ ସରପଞ୍ଚ ସଂଘ ସଭାପତି ରହିଥିବା ବେଳେ ଅଞ୍ଜଳି ମାଝି ଜିଲା ପରିଷଦ ସଭ୍ୟା ଅଛନ୍ତି। କିନ୍ତୁ ସେମାନଙ୍କ ପଞ୍ଚାୟତରେ ଏଭଳି ଅବହେଳାଙ୍କୁ ନେଇ ଜନପ୍ରତିନିଧିଙ୍କ ଉପରେ ଲୋକ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହି ସମସ୍ୟାର ସମାଧାନ କରାନ ଯାଏ ତାହାହେଲେ ଜିଲାପାଳଙ୍କ ଦ୍ୱାରସ୍ଥ ହେବୁ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏ ନେଇ ବ୍ଲକ ଜଳଯୋଗାଣ ଦାୟିତ୍ୱରେ ଥିବା ଯନ୍ତ୍ରୀ ଦସମନ୍ତ ମାଝିଙ୍କୁ ଫୋନ ଯୋଗେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ଫୋନ ବନ୍ଦ ଥିବା ହେତୁ ଯୋଗାଯୋଗ ସମ୍ଭବ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri