Posted inଖେଳ

ଟସ୍‌ରେ କଏନ ବଦଳେ ପଡିଲା ବ୍ୟାଟ, ଦେଖନ୍ତୁ ଭିଡିଓ

କାନବେରା,୭।୧୨: ଡିସେମ୍ବର ୭ ଗୁରୁବାରଠାରୁ ବିଗ ବ୍ୟାସ ଲିଗର ନୂଆ ସିଜନ ଆରମ୍ଭ ହୋଇଥିଲା। ଅଷ୍ଟ୍ରେଲିଆର ଟି -୨୦ ଫ୍ରାଞ୍ଚାଇଜ ଲିଗ ମେଲବୋର୍ଣ୍ଣ ଷ୍ଟାର୍ସ ଏବଂ ବ୍ରିସବେନ ହିଟ ମଧ୍ୟରେ ମ୍ୟାଚ ସହିତ ଚମତ୍କାର ଓପନିଂ କରିଥିଲା। ଏଠାରେ, ମ୍ୟାଚ ପୂର୍ବରୁ ଏକ ଦୃଶ୍ୟ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ବାସ୍ତବରେ ଟସ ସମୟରେ ଏକ ବ୍ୟାଟ କଏନ ବଦଳରେ ଟସ କରାଯାଇଥିଲା। ଏହି ଘଟଣାର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।
ଯେତେବେଳେ ବ୍ୟାଟ ଟସ ହୋଇଥିଲା, ମେଲବୋର୍ଣ୍ଣ ଷ୍ଟାର୍ସର ଅଧିନାୟକ ଗ୍ଲେନ ମ୍ୟାକ୍ସୱେଲ ଫ୍ଲାଟ (ବ୍ୟାଟର ଫ୍ଲାଟ ଅଂଶ) ବୋଲି କହିଥିଲେ ଏବଂ ସେ ମଧ୍ୟ ଟସ ଜିତିଥିଲେ। ଏହି ସମୟରେ ଉଭୟ ଦଳର ଅଧିନାୟକ ଏବଂ ଉପସ୍ଥାପିକାମାନେ ମଧ୍ୟ ହସୁଥିବା ଦେଖିବାକୁ ମିଳିଥିଲା।
ମ୍ୟାକ୍ସୱେଲ ଏଠାରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ତାଙ୍କ ନିଷ୍ପତ୍ତି ଭୁଲ ପ୍ରମାଣିତ ହୋଇଥିଲା ଏବଂ ବ୍ରିସବେନ ହିଟ ବିସ୍ଫୋରକ ବ୍ୟାଟିଂ କରି ତିନୋଟି ୱିକେଟ ହରାଇବା ପରେ ୨୧୪ରନ ସ୍କୋର କରିଥିଲେ। କ୍ୟାପଟେନ ଉସମାନ ଖ୍ବାଜା ୧୯ଟି ବଲରେ ୨୮ରନ ସଂଗ୍ରହ କରିଥିଲେ। ୨୩ବଲରେ ୩୦ରନ ସ୍କୋର କରିବା ପରେ ମାର୍ନସ ଲାବୁଶେନ ଆଉଟ ହୋଇଥିଲେ। ତେବେ ଓପନର୍‌ ବ୍ୟାଟସମ୍ୟାନ କଲିନ ମୁନରୋ ଗୋଟିଏ ପଟେ ରହିଥିଲେ। ସେ ୬୧ବଲରେ ୯୯ ରନର ଅପରାଜିତ ଇନିଂସ ଖେଳିଥିଲେ। ଏଠାରେ ସାମ ବିଲିଙ୍ଗସ (୧୮) ଏବଂ ମ୍ୟାକ୍ସ ବ୍ରାଏଣ୍ଟ (୧୫) ମଧ୍ୟ ସ୍କୋରରେ ସହଯୋଗ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri