ନଭେମ୍ବରରେ ବଟେଶ୍ୱର ବାଲିଯାତ୍ରା: ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦେଖି ପ୍ରସ୍ତୁତି, ପରିବେଷଣ ହେବ…

ଗଞ୍ଜାମ,୧୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆ ଗଡ଼ ଗ୍ରାମ ନିକଟରେ ପ୍ରସିଦ୍ଧ ବାବା ବଟେଶ୍ୱର ଶୈବ ପୀଠ ଅବସ୍ଥିତ l ଆଉ ମାତ୍ର ଦିନ କେଇଟା ପରେ ପବିତ୍ର କାର୍ତ୍ତିକ ମାସ ପଡ଼ିବ। ଏଥିସହ ନଭେମ୍ବର ୫ରେ ଜିଲା ପ୍ରସିଦ୍ଧ ବଟେଶ୍ୱର ପୀଠରେ ବାଲିଯାତ୍ରା ଅନୁଷ୍ଠିତ ହେବ । ଏଥିପାଇଁ ବଟେଶ୍ୱର ଐତିହ୍ୟ ସରକ୍ଷଣ ପରିଚାଳନା କମିଟି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ବୁଧବାର ଅନୁଷ୍ଠିତ ହୋଇଥିଲା । ପରିଚାଳନା କମିଟି ଉପଦେଷ୍ଟା ତଥା ପୂର୍ବତନ ସରପଞ୍ଚ ଦିଲ୍ଲୀପ କୁମାର ଛୋଟରାଏ, କମିଟି ସଭାପତି ପିତାମ୍ବର ସ୍ବଇଁ, ଉପସଭାପତି ଶବର କୁମାର ତରାଇ, ସମ୍ପାଦକ ରଞ୍ଜିତ କୁମାର ପଲାଇ, କୋଷାଧକ୍ଷ ନିରାକାର ଜେନା, ବୃନ୍ଦାବନ ପ୍ରଧାନ,ପବିତ୍ର ସ୍ବାଇଁ, ଶିବରାମ ପଲାଇ, ତ୍ରିନାଥ ରେଡି, ଚେନେୟା, କୃଷ୍ଣ ଚନ୍ଦ୍ର ସ୍ବାଇଁ,କାର୍ଯ୍ୟକାରୀ ସଭାପତି ଶିବପ୍ରସାଦ ସ୍ବାଇଁଙ୍କ ସମେତ ସମସ୍ତ କମିଟି ସଦସ୍ୟ ଉପସ୍ଥିତ ଥିଲେ l ଆରମ୍ଭରେ ପୂର୍ବ ବୈଠକର ଆୟବ୍ୟୟ ଉପରେ ଆଲୋଚନା ହୋଇଥିଲା।
ଅକ୍ଟୋବରରେ କାର୍ତ୍ତିକ ମାସ ପଡ଼ୁଥିବା ବେଳେ ପ୍ରତ୍ୟେକ ସୋମବାର ମନ୍ଦିର ପରିସରରେ ଲକ୍ଷାଧିକ ଭକ୍ତ ସମାଗମ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବ୍ୟାପକ ଆଇନ ଶୃଙ୍ଖଳା ଉପରେ ଅଧିକ ଧ୍ୟାନ ଦେବା ପାଇଁ ମତ ପ୍ରକାଶ ପାଇଥିଲା l ଏଥିସହ ପାର୍କିଂ ସ୍ଥଳରେ ମୋରମ ପକାଇ ସମତୁଲ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି l କାର୍ତ୍ତିକ ପୂର୍ଣ୍ଣମୀ ଉପଲକ୍ଷେ ଆସନ୍ତା ଅକ୍ଟୋବର ୨୮ରୁ ନଭେମ୍ବର ୧ ପର୍ଯ୍ୟନ୍ତ ଯାତ୍ରା ଇନ୍ଦ୍ର ଭୁବନ ଟିକେଟ ଶୋ ଦ୍ୱାରା ନାଟକ ପରିବେଷଣ କରାଯିବ । ଏଥିପାଇଁ କଣ୍ଟିଆ ଗଡ଼ ଠାରୁ ଉଭୟ ରାସ୍ତା ସଫେଇ କରାଯିବl ଲାଗି ଆଲୋଚନା ହୋଇଛି। ଏଥିସହ ଆସନ୍ତା ନଭେମ୍ବର ୫ ରାସ ପୂର୍ଣ୍ଣମା ଅବସରରେ ବଟେଶ୍ୱର ପୀଠ ଠାରେ ଦର୍ଶକ ମାନଙ୍କ ମନୋରଞ୍ଜନ ପାଇଁ ଦୁଇଟି ରାମାୟଣ ନାଟକ ପରିବେଷଣ  ହେବ। ଏଥିପାଇଁ ଅଗ୍ରିମ ଟଙ୍କା ଦେବାକୁ ସ୍ଥିର କରାଯାଇଥିଲା ।
ପ୍ରକାଶ ଯୋଗ୍ୟ, ପ୍ରତିବର୍ଷ ଏହି କାର୍ତ୍ତିକ ପୂର୍ଣମୀ ଓ ବାଲିଯାତ୍ରାକୁ ସ୍ଥାନୀୟ ଛଅ ଖଣ୍ଡ ଗ୍ରାମବାସୀ ତଥା କଣ୍ଟିଆ ଗଡ଼, ଖଟୁଆ କୁଦା, ମୟୁରପଦା, ଗୋଖର କୁଦା, ନୀଳାଦ୍ରିପୁର ଓ ପୋଡମ୍‌ପେଟା ଗ୍ରାମ ଯାତ୍ରା ପରିଚାଳନା କରି ଆସୁଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?