କାର୍ତ୍ତିକ ମାସ ପାଇଁ ବଟେଶ୍ୱର ପୀଠ ଚଳଚଞ୍ଚଳ: ଜୋର୍‌ଦାର ଚାଲିଛି କାର୍ଯ୍ୟ

ଗଞ୍ଜାମ,୮ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ଠାରେ ଜିଲା ପ୍ରସିଦ୍ଧ ପବିତ୍ର ବଟେଶ୍ୱର ଶୈବପୀଠ ଅବସ୍ଥିତ। ବର୍ତ୍ତମାନ ପବିତ୍ର କାର୍ତ୍ତିକ ମାସ ଆରମ୍ଭ ହୋଇଥିବା ବେଳେ ପ୍ରତ୍ୟେକ ସୋମବାର ଉକ୍ତ ଶୈବ ପୀଠରେ ହଜାର ହଜାର ଭକ୍ତଙ୍କ ଭିଡ଼ ଜମିବ। ଏଥିସହ ଆସନ୍ତା ପାଞ୍ଚରେ ବଟେଶ୍ୱର ବାଲିଯାତ୍ରା ପଡ଼ିଆରେ ବାଲିଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର ବାଲିଯାତ୍ରାକୁ ପରିଚାଳିତ କରୁଥିବା ୬ ଖଣ୍ଡ ଗ୍ରାମର କମିଟି ସଦସ୍ୟମାନଙ୍କ ଦ୍ୱାରା ଜେସିବି ସାହାଯ୍ୟରେ ହୁମ୍ମାଠାରୁ ବଟେଶ୍ୱରକୁ ସଂଯୋଗ ରାସ୍ତା ସଫେଇ କରାଯାଇଥିଲା l ଏହି ସଫେଇରେ ବଟେଶ୍ୱର ଐତିହ୍ୟ ସରଂକ୍ଷଣ କମିଟି ଉପଦେଷ୍ଟା ତଥା ପୂର୍ବତନ ସରପଞ୍ଚ ଦିଲ୍ଲୀପ କୁମାର ଛୋଟରାୟ, କାର୍ଯ୍ୟକାରୀ ସଭାପତି ଶିବ ପ୍ରସାଦ ସ୍ବାଇଁ, ସମ୍ପାଦକ ରଞ୍ଜିତ କୁମାର ପଲାଇ, କୋଷାଧ୍ୟକ୍ଷ ନିରାକାର ଜେନା, ଶିବରାମ ପଲାଇ, ବୃନ୍ଦାବନ ପ୍ରଧାନ, ଦୁର୍ଯ୍ୟୋଧନ ରେଡ୍ଡୀ, ମୁସଲେୟl, ସାଇରାମ, ତ୍ରିନାଥ ରେଡ୍ଡୀ, ଯୁଧିଷ୍ଠିର ରେଡ୍ଡୀଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ଆସନ୍ତା ଶୁକ୍ରବାର ବଟେଶ୍ୱର ପୀଠ ପରିସରରେ ବାଲିଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେବ ବୋଲି କାର୍ଯ୍ୟକାରୀ ସଭାପତି ଶିବ ପ୍ରସାଦ ସ୍ବାଇଁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri