ବଟେଶ୍ୱର ରାସ୍ତା ନିର୍ମାଣ କାର୍ଯ୍ୟ ଅହେତୁକ ବିଳମ୍ବ: ହୋଇଥିଲା ୫ କୋଟି ୪୪ ଲକ୍ଷ ଟଙ୍କା ବ୍ୟୟବରାଦ

ଗଞ୍ଜାମ,୩।୧ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତ କଣ୍ଟିଆ ଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବ ପୀଠ ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ନିର୍ମାଣାଧୀନ କାର୍ଯ୍ୟରେ ଅହେତୁକ ବିଳମ୍ବ ନେଇ ଅସନ୍ତୋଷ ବୃଦ୍ଧି ପାଉଥିବା ଜଣାପଡିଛି। ନିର୍ମାଣ କାର୍ଯ୍ୟ ବିଳମ୍ବ ଯୋଗୁ ପର୍ଯ୍ୟଟକଙ୍କ ମଧ୍ୟରେ ଘୋର ଅସନ୍ତୋଷ ମଧ୍ୟ ପ୍ରକାଶ ପାଉଛି । ଗୁରୁବାର ନୂତନ ବର୍ଷ ଯୋଗୁ ବଟେଶ୍ୱର ପୀଠରେ ଭକ୍ତଙ୍କ ଭିଡ଼ ହେଉଥିବାବେଳେ ରାସ୍ତାର ନିର୍ମାଣ ପାଇଁ ଦୀର୍ଘ ଦିନ ହେଲା ରାସ୍ତା ପାର୍ଶ୍ୱରେ ଖୋଳା ଯାଇଥିବା ଯୋଗୁ ଯାନବାହାନ ଯିବା ଆସିବାରେ ଆସୁଥିବା ସୃଷ୍ଟି ହେଉଛି । ଏକ ମାସ ହେଲା ଖୋଳା ହୋଇ ପଡ଼ିଥିବା ଯୋଗୁ ଠିକାଦାର ଜଣକ ଉକ୍ତ କାର୍ଯ୍ୟ ପାଇଁ ତତ୍ପରତା ନଥିବା ଜଣାପଡୁଛି । ଏହା ବିଳମ୍ବ ଯୋଗୁ ଦୁର୍ଘଟଣା ମଧ୍ୟ ହେଉଛି। ଯାହାକୁ ନେଇ ସାଧାରଣରେ ମଧ୍ୟ ଘୋର ଅସନ୍ତୋଷ ପ୍ରକାଶ ପାଉଛି । ବର୍ତ୍ତମାନ ପିକନିକ ପାଇଁ ପର୍ଯ୍ୟଟକ ପ୍ରତ୍ୟେକ ଦିନ ଆସୁଥିବା ବେଳେ ରାସ୍ତା ପାଇଁ ସମସ୍ୟା ସୃଷ୍ଟି ହେଉଛି । ପ୍ରଶାସନ ପକ୍ଷରୁ ଏହି ସମସ୍ୟା ପ୍ରତି ଦୃଷ୍ଟି ଦେବାକୁ ୬ ଖଣ୍ଡ ଗ୍ରାମର ଜନସାଧାରଣ ପକ୍ଷରୁ ଦାବି ହେଉଛି । ପ୍ରକାଶ ଯୋଗ୍ୟ ଯେ, ଉକ୍ତ ରାସ୍ତାଟି ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ରହିଛି । ରାସ୍ତା ନିର୍ମାଣ ପାଇଁ ଉକ୍ତ ବିଭାଗ ପକ୍ଷରୁ ଅର୍ଥ ବ୍ୟୟବରାଦ ହୋଇଛି । ପ୍ରାୟ ୫ କୋଟି ୪୪ ଲକ୍ଷ ଟଙ୍କା ବ୍ୟୟବରାଦ ହୋଇଛି। ଟେଣ୍ଡର ମାଧ୍ୟମରେ କାର୍ଯ୍ୟାଦେଶ ପାଇଥିବା ଠିକାଦାର ଜଣକ ନିର୍ମାଣ କାର୍ଯ୍ୟ ଠିକ ଭାବେ ତ୍ୱରାନ୍ବିତ କରୁନାହାନ୍ତି। ଫଳରେ ନିର୍ମାଣ କାର୍ଯ୍ୟ ବିଳମ୍ବ ହେଉଛି ବୋଲି ବଟେଶ୍ୱର ମନ୍ଦିର ପରିଚାଳନା କମିଟି ପକ୍ଷରୁ ଅଭିଯୋଗ ହୋଇଛି । ଆଗାମୀ ଦିନରେ ବିଳମ୍ବ ହେଲେ ଜିଲାପାଳ ଏବଂ ବିଭୀଗୀୟ ଉଚ୍ଚ କର୍ତ୍ତ୍‌ୃପକ୍ଷଙ୍କୁ ଅବଗତ କରିଯିବା ନେଇ ନିଷ୍ପତ୍ତି ହୋଇଥିବା ମନ୍ଦିର ପରିଚାଳନା କମିଟି ପକ୍ଷରୁ ସୂଚନା ମିଳିଛି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri