ଋଷିକୂଲ୍ୟାରେ ମହାବାରୁଣୀ ସ୍ନାନ, ପିତୃପୁରୁଷଙ୍କୁ ପିଣ୍ଡଦାନ କରି ଶ୍ରଦ୍ଧାଳୁ…

ପୁରୁଷୋତ୍ତମପୁର,୨୭ା୩(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ଗୁରୁବାର ହଜାର ହଜାର ସଂଖ୍ୟାରେ ଭକ୍ତ ବୁଡ଼ ପକାଇବାରେ ଲାଗିଛନ୍ତି। ଏହା ସହ ପିତୃପୁରୁଷଙ୍କ ଲାଗି ଶ୍ରାଦ୍ଧ କରିବା ସହ ମୃତ ବ୍ୟକ୍ତିଙ୍କ ଅସ୍ଥି ବିସର୍ଜନ କରିଛନ୍ତି। ବୁଡ଼ ପକାଇବା ଲାଗି ବୁଧବାର ସନ୍ଧ୍ୟାରୁ ଭକ୍ତଙ୍କ ଭିଡ଼ ଜମିଥିଲା। ସମଗ୍ର ପ୍ରତାପୁର ଗ୍ରାମ ଓ ଋଷିକୁଲ୍ୟା ନଦୀ ଲୋକାରଣ୍ୟ ହୋଇପଡ଼ିଛି। ଏଠାରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବା ସହ ବୁଡ଼ ପକାଇଲେ ଓ ମୃତ ବ୍ୟକ୍ତିଙ୍କ ଅସ୍ଥି ବିସର୍ଜନ କଲେ ପୁଣ୍ୟ ଅର୍ଜନ ହୁଏ ଏବଂ ମୃତ ବ୍ୟକ୍ତିଙ୍କ ସ୍ବର୍ଗପ୍ରାପ୍ତି ହୁଏ ବୋଲି ଲୋକଙ୍କ ବିଶ୍ୱାସ ରହିଛି। ଏହି ବିଶ୍ବାସକୁ ନେଇ ଦୀର୍ଘବର୍ଷହେଲା ଚୈତ୍ରମାସର ତ୍ରୟୋଦଶି ତିଥିରେ ବାରୁଣୀସ୍ନାନ ହୋଇ ଆସୁଛି। ଭକ୍ତଙ୍କ ସୁବିଧା ଲାଗି ତୁମ୍ବେଶ୍ବର ମନ୍ଦିର ପ୍ରଶାସନ ଓ ପ୍ରତାପୁର ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ବେଳେ ପୁରୁଷୋତ୍ତମପୁର ଏସ୍‌ଡିପିଓ ଡ.ଦୀପକ କୁମାର ମିଶ୍ର ଓ ଆଇଆଇସି ରାଜେଶ କୁମାର ନାୟକଙ୍କ ସମେତ ପୋଲିସ ଫୋର୍ସ ମୁତୟନ ରହି ଆଇନଶୃଙ୍ଖଳା ଓ ଟ୍ରାଫିକ୍‌ ସମସ୍ୟାକୁ ନିୟନ୍ତ୍ରଣ କରିବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri