Posted inଜାତୀୟ

ବାଟ୍‌ଲା ହାଉସ୍ ଏନ୍‌କାଉଣ୍ଟର: ସୋନିଆ, ମମତାଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୯ ।୩: ବାଟ୍‌ଲା ହାଉସ୍ ଏନ୍‌କାଉଣ୍ଟର ମାମଲାରେ ଦିଲ୍ଲୀର ସାକେତ କୋର୍ଟ ଇଣ୍ଡିଆନ ମୁଜାହାଦ୍ଦିନର ଆତଙ୍କବାଦୀ ଆରିଜ ଖାଁଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ତାଙ୍କର ଦଣ୍ଡ ବିଧାନ ସମ୍ପର୍କିତ ଶୁଣାଣି ମାର୍ଚ୍ଚ ୧୫ରେ ହେବ । ଏହାକୁ ନେଇ ମଙ୍ଗଳବାର ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦ କଂଗ୍ରେସ, ବାମଦଳ ଓ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି । ରବିଶଙ୍କର କହିଛନ୍ତି, କୋର୍ଟ ଏବେ ପ୍ରମାଣ କରିଛନ୍ତି କି ବାଟଲା ହାଉସ୍ ଏନ୍‌କାଉଣ୍ଟର ମିଛ ନ ଥିଲା । ଏହାପରେ ବି କ’ଣ ସୋନିଆ ଗାନ୍ଧୀ କାନ୍ଦୁଛନ୍ତି । ଆଉ ମମତା ବାନାର୍ଜୀ ସେତେବେଳେ ଯାହା କହିଥିଲେ ଯେ ଯଦି ବାଟଲା ହାଉସ୍ ଏନକାଉଣ୍ଟର ସତ ହୁଏ ତେବେ ସେ ରାଜନୀତି ଛାଡି ଦେବେ । ଏବେତ ପ୍ରମାଣ ସାମ୍ନାରେ କେବେ ମମତା ରାଜନୀତି ଛାଉଛନ୍ତି ବୋଲି ଭାଜପା ପ୍ରଶ୍ନ କରୁଛି । ବିରୋଧୀଙ୍କୁ ଟାର୍ଗେଟ କରି ରବିଶଙ୍କର ପ୍ରସାଦ କହିଛନ୍ତି ଏମାନେ ଦେଶର ସୁରକ୍ଷା କଥା ଭୁଲି ଆତଙ୍କବାଦୀଙ୍କ ପକ୍ଷରେ ରହିଛନ୍ତି । ଆଉ ଆରିଜ ଖାଁ କେବଳ ବାଟଲା ହାଉସ ଏନକାଉଣ୍ଟର ନୁହେଁ ବରଂ ୨୦୦୭ରେ ଲକ୍ଷ୍ନୌ କୋର୍ଟ ବ୍ଲାଷ୍ଟ, ଫୈଜାବାଦ ଓ ବାରାଣସୀ ବ୍ଲାଷ୍ଟରେ ବି ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri