Posted inଖେଳ

କ୍ୱାଲିଫାୟରରେ ଆଣ୍ଠେଇଲା ହାଇଦ୍ରାବାଦ; ବ୍ୟାଟିଂ ଫାୟାର ପାଓ୍ବାର୍‌ ଫେଲ୍‌, କୋଲକାତାକୁ ମାତ୍ର ଏତିକି ରନ୍‌ର ସହଜ ଟାର୍ଗେଟ…

ଅହମ୍ମଦାବାଦ,୨୧।୫: ଆଇପିଏଲ୍‌ ୨୦୨୪ ସିଜନରେ ପ୍ଲେଅଫ୍‌ର ରୋମାଞ୍ଚ ଆରମ୍ଭ ହୋଇଛି। ପ୍ରଥମ କ୍ୱାଲିଫାୟରରେ କୋଲକାତା ନାଇଟ ରାଇଡର୍ସ(କେକେଆର୍‌) ଏବଂ ସନରାଇଜର୍ସ ହାଇଦ୍ରାବାଦ ମୁହାଁମୁହିଁ ହେଉଛି। ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଏହି ମୁକାବିଲାରେ ହାଇଦ୍ରାବାଦ ଅଧିନାୟକ ପ୍ୟାଟ୍‌ କମିନ୍ସ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଏହା ପରେ ଟିମ୍‌ କେକେଆର୍‌କୁ ୧୬୦ ରନ୍‌ର ଟାର୍ଗେଟ ଦେଇଛି।

ଟସ୍‌ ଜିତି ବ୍ୟାଟିଂ କରିବାକୁ ଓହ୍ଲାଇଥିବା ହାଇଦ୍ରାବାଦ ଟିମ୍‌ର ଆରମ୍ଭ ବହୁତ ଖରାପ ରହିଥିଲା। ଦଳ ୩୯ ରନ୍‌ରେ ୪ ଉଇକେଟ ହରାଇଥିଲା। ଏହାପରେ ରାହୁଲ ତ୍ରିପାଠୀ ୩୫ ବଲ୍‌ରେ ୫୫ ଏବଂ ହେନରିକ କ୍ଲାସେନ ୨୧ ବଲ୍‌ରେ ୩୨ ରନ୍‌ର ଇନିଂସ ଖେଳି ଦଳକୁ ୧୫୯ ରନ୍‌ର ସମ୍ମାନଜନକ ସ୍କୋର ପର୍ଯ୍ୟନ୍ତ ପହଞ୍ଚାଇଛନ୍ତି। ଉଭୟ ଖେଳାଳିଙ୍କ ମଧ୍ୟରେ ୫ମ ଉଇକେଟ ପାଇଁ ୩୭ ବଲ୍‌ରେ ୬୨ ରନ୍‌ର ଭାଗିଦାରୀ ହୋଇଥିଲା। ଶେଷରେ କମିନ୍ସ ୩୦ ରନ୍‌ କରିଥିଲେ। ଏହାଛଡ଼ା ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ୍‌ ୨୦ ରନ୍‌ କରିପାରି ନ ଥିଲେ।

ଅପରପକ୍ଷେ କେକେଆର୍‌ ବୋଲରମାନେ ଜବରଦସ୍ତ ବୋଲିଂ କରି ବିରୋଧୀ ଟିମ୍‌କୁ ଅଡ଼ୁଆରେ ପକାଇଥିଲେ। ମାଇକେଲ ଷ୍ଟାର୍କ ସର୍ବାଧିକ ୩ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?