ହୁତୁ ହୁତୁ ହୋଇ ଜଳିଗଲା ବ୍ୟାଟେରୀ ଚାଳିତ ସ୍କୁଟି, ଚାଳକ…

ରାୟଗଡ଼ା,୭।୧୦(ଆଶିଷ ରଞ୍ଜନ ପଣ୍ଡା)- ଜଳିଗଲା ବ୍ୟାଟେରୀ ଚାଳିତ ସ୍କୁଟି। ଅଳ୍କକେ ବର୍ତ୍ତିଗଲେ ଚାଳକ। ଏଭଳି ଏକ ଘଟଣା ରାୟଗଡ଼ା ସଦର ବ୍ଲକ ଚାନ୍ଦିଲି ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି। ଥାନା ଅନ୍ତର୍ଗତ ଜେକେପୁର ସ୍ଥିତ ଜେକେ ସାଇକଲ ଦୋକାନ ମାଲିକ ଏମ୍‌ ଗୌରୀ ଶଙ୍କର ରାୟଗଡ଼ା କୌଣସି କାମରେ ଆସି ନିଜ ବ୍ୟାଟେରୀ ଚାଳିତ ସ୍କୁଟି(ନଂ ଓଡି୧୮ଜି୪୭୬୪)ରେ ଜେକେପୁର ଫେରୁଥିଲେ। ଭାକୁରଗୁଡାଠାରେ ରାତି ପ୍ରାୟ ୯.୩୦ ସମୟରେ ତାଙ୍କ ସ୍କୁଟିରେ ନିଆଁ ଲାଗିଯାଇଥିଲା। ସେ ସ୍କୁଟି ଚଳାଇ ଯିବା ସମୟରେ ପଛ ପଟୁ ଆସୁଥିବା ବାଇକ ଚାଳକ ଗାଡିରୁ ଧୂଆଁ ବାହାରୁଥିବା ନେଇ କହିଥିଲେ। ଏହାପରେ ଗୌରୀ ଅଟକି ଗାଡିରୁ ଓହ୍ଲାଇ ପଡ଼ିଥିଲେ। ଯାହାକୁ ନେଇ ଗୌରୀ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ସ୍କୁଟିଟି ଜଳି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଖବର ପାଇ ରାୟଗଡ଼ା ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଲିଭାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଂଶଧାରା ଉପରମୁଣ୍ଡରେ ଆନିକଟ ପାଇଁ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ସ୍ମାରକପତ୍ର, ନିର୍ଭର ପ୍ରତିଶ୍ରୁତି ଦେଇ…

ଗୁଣପୁର,୧ା୫(ସୁଜାତା ପାଢ଼ୀ): ବଂଶଧାରା ନଦୀ ଉପରମୁଣ୍ଡରେ ଆନିକଟ ନିର୍ମାଣ ପାଇଁ ବଂଶଧାରା ଅବବାହିକା ସୁରକ୍ଷା ସମିତି ତରଫରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରାୟଗଡ଼ାଗସ୍ତରେ ଥିବା କେନ୍ଦ୍ର ଗ୍ରାମୀଣ ଉନ୍ନୟନ…

କାଳବୈଶାଖୀ ଆଣିଲା ଆଶ୍ୱସ୍ତି: ୪୦ ଡିଗ୍ରୀ ତଳେ ସବୁ ସହର

ଭୁବନେଶ୍ୱର,୧ା୫: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଥିବାରୁ ଲୋକେ ତାତିରୁ ଆଶ୍ୱସ୍ତି ପାଇଛନ୍ତି। ଶୁକ୍ରବାର ମଧ୍ୟାହ୍ନ ୨ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ରାଜ୍ୟର କୌଣସି…

ସାମ୍ପ୍ରତିକ ପରିସ୍ଥିତିରେ ଶ୍ରମିକଙ୍କ ଅବସ୍ଥା ନେଇ ଆଲୋଚନା

ଦିଗପହଣ୍ଡି,୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ଶ୍ରମିକ ସଙ୍ଗଠନ ଏଆଇଟିୟୁସି ଏବଂ ସିଆଇଟିୟୁ ଅନୁବନ୍ଧିତ ଖେମୁଣ୍ଡି ବିଶକର୍ମା ରାଜମିସ୍ତ୍ରୀ ଓ କାରିଗର…

ମନମୁଖୀ କରାଯାଉଛି କର୍ମଚାରୀ ଛଟେଇ: ଟିପିଡବ୍ଲ୍ୟୁଓଡିଏଲ ବିରୋଧରେ ବିକ୍ଷୋଭ

ଲୋଇସିଂହା,୧।୫(ସୁଶାନ୍ତ ବାରିକ):ଟିପିଡବ୍ଲ୍ୟୁଓଡିଏଲର ମନମୁଖୀ ଛଟେଇ ବିରୋଧରେ ୱେଷ୍ଟର୍ଣ୍ଣ ଓଡ଼ିଶା ବିଦ୍ୟୁତ ଶ୍ରମିକ ମହାସଂଘ ତରଫରୁ ଲୋଇସିଂହା ବିଦ୍ୟୁୁତ ସେକ୍ସନରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନର…

ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ: ପୁଣି ଜୋର୍‌ ଧରିଲା ଉଚ୍ଛେଦ ଦାବି

ବରଗଡ,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବହୁଚର୍ଚ୍ଚିତ ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବି ପୁଣି ତେଜି ଉଠିଛି। ଏହି ଦାବି ନେଇ ବରଗଡ଼…

କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଘର କାନ୍ଥ, କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ଦାବି

କଲ୍ୟାଣସିଂହପୁର,୧ା୫(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ଜଗନ୍ନାଥ କଲୋନୀରେ ଗୁରୁବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। ଘର…

କାଳବୈଶାଖୀର ଭୀଷଣ ତାଣ୍ଡବ: ତପ୍ତପାଣିରେ ଘର ଉପରେ ପଡ଼ିଗଲା ଗଛ, ଭିତରେ ଶୋଇଥିଲେ ପରିବାର

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ଗୁରୁବାର ରାତି ପ୍ରାୟ ସାଢେ ୧୧ ଟାରୁ ଭୋର ୪…

୪ ଦୁର୍ଗମ ଗ୍ରାମର ୫୯ ଜଣଙ୍କୁ ମିଳିବ ଜନ୍ମ ପ୍ରମାଣପତ୍ର

ଗୁଡାରି , ୧।୫ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡାରି ତହସିଲଦାର ଏ. ସ୍ନେହଲତାଙ୍କ ନେତୃତ୍ୱରେ କାର୍ଯ୍ୟାଳୟର ଏକ ଟିମ୍‌ ବ୍ଲକର ଦୁର୍ଗମ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri