ଠିକ୍‌ ସମୟରେ ମିଳୁନି ବ୍ୟାଟେରି ଗାଡ଼ି

କଟକ,୨୧ା୩(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲରେ ରୋଗୀଙ୍କୁ ଠିକ୍‌ ସମୟରେ ବ୍ୟାଟେରି ଗାଡିର ସୁବିଧା ମିଳୁନାହିଁ। ଫଳରେ ରୋଗୀମାନେ ଗୋଟିଏ ୱାର୍ଡରୁ ଅନ୍ୟତ୍ର ଯିବା ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରୁଛନ୍ତି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ଏହି ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ସେମାନେ ଦାବି କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଏସ୍‌ସିବି ମେଡିକାଲରେ ରୋଗୀ ସେବା ପାଇଁ ନାଲ୍‌କୋ କମ୍ପାନୀ ପକ୍ଷରୁ ୧୫ ବର୍ଷ ତଳେ ୮ଟି ବ୍ୟାଟେରି ଗାଡ଼ି ଯୋଗାଇ ଦିଆଯାଇଥିଲା। ସେଥିମଧ୍ୟରୁ ୫ଟି ଷ୍ଟ୍ରେଚର ବ୍ୟାଟେରି ଗାଡ଼ିରେ ଜଣେ ଡ୍ରାଇଭର ସହ ୨ ଜଣ ଆଟେଣ୍ଡାଣ୍ଟ, ୨ଟି ସିଟିଂ ବ୍ୟାଟେରି ଗାଡ଼ିରେ ଜଣେ ଡ୍ରାଇଭର ଓ ଜଣେ ଆଟେଣ୍ଡାଣ୍ଟ, ଗୋଟିଏ ମେଡିସିନ ସପ୍ଲାଏ ବ୍ୟାଟେରି ଗାଡ଼ିରେ ଜଣେ ଡ୍ରାଇଭର ସହ ଦୁଇଜଣ ଆଟେଣ୍ଡାଣ୍ଟ କାର୍ଯ୍ୟରତ ରହିଛନ୍ତି। ଉଇ କେୟାର ନାମକ ଏକ ଘରୋଇ ସଂସ୍ଥା ଏହାର ସମସ୍ତ କାମ କରୁଛି। ତେବେ ୮ଟି ଗାଡ଼ି ମେଡିକାଲ ପାଇଁ ଯଥେଷ୍ଟ ନ ଥିବାବେଳେ ଉକ୍ତ କମ୍ପାନୀ ପକ୍ଷରୁ ଆଉ ୪ଟି ଗାଡ଼ି ଜାନୁଆରୀ ପ୍ରଥମ ସପ୍ତାହରେ ଯୋଗାଇ ଦିଆଯାଇଛି। ତଥାପି ରୋଗୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ଏସ୍‌ସିବି ମେଡିକାଲକୁ ଆସିଥିବା ଅନୁଗୋଳ ଅଞ୍ଚଳର ପ୍ରଦୀପ ବେହେରା କହିଛନ୍ତି, ମୋ ସମ୍ପର୍କୀୟ ୮ ଦିନ ହେବ ମେଡିକାଲର କାଜୁଆଲ୍‌ଟିରେ ଭର୍ତ୍ତି ହୋଇଛନ୍ତି। ପ୍ରତିଦିନ ଡାକ୍ତର ଦେଖାଇବା ସହ ପରୀକ୍ଷା ପାଇଁ ବିଭିନ୍ନ ବିଭାଗକୁ ଯିବାକୁ ପଡୁଛି। ଏଥିପାଇଁ ବ୍ୟାଟେରି ଗାଡିକୁ ଯୋଗାଯୋଗ କଲେ ୧ ଘଣ୍ଟାରୁ ଅଧିକ ସମୟ ଅପେକ୍ଷା କରିବାକୁ ପଡୁଛି। ଆସିବା ଦିନଠାରୁ ଏଭଳି ଅସୁବିଧା ଭୋଗିବାକୁ ପଡୁଛି। ହେଲେ ଏ ଦିଗରେ ମେଡିକାଲ କର୍ତ୍ତୃପକ୍ଷ ଦୃଷ୍ଟି ଦେଉ ନ ଥିବା ସେ କହିଛନ୍ତି। ସେହିପରି କେନ୍ଦ୍ରାପଡ଼ା ଅଞ୍ଚଳର ରୀନା ପାତ୍ର କହିଛନ୍ତି, ଶାଶୁଙ୍କ ଚିକିତ୍ସା ପାଇଁ ଏସ୍‌ସିବି ମେଡିକାଲ ଆସିଛି। ହେଲେ ଏଠାରେ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ବୁଧବାର ବ୍ୟାଟେରି ଗାଡି ପାଇଁ ଦେଢ଼ ଘଣ୍ଟା ଅପେକ୍ଷା କରିବାକୁ ପଡିଛି। ଫୋନ୍‌ କଲେ ପହଞ୍ଚୁଛୁ ବୋଲି କହି କେହି ଆସି ନ ଥିଲେ। ଏ ସମ୍ପର୍କରେ ଏସ୍‌ସିବି ମେଡିକାଲର ପ୍ରଶାସନିକ ଅଧିକାରୀ ଡା. ଅବିନାଶ ରାଉତଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାଙ୍କର ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri