ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ ମଧ୍ୟରେ ଜୋର୍‌ଦାର ଲଢ଼େଇ ହେବ।

ଏନେଇ ଉଭୟ ଟିମ୍‌ ଆଜି ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି। ସ୍ବତନ୍ତ୍ର ବିମାନରେ ଆସି ବିମାନବନ୍ଦରରେ ପହଞ୍ଚିବା ପରେ କଡ଼ା ସୁରକ୍ଷା ଭିତରେ ହୋଟେଲ ମେ’ ଫେୟାରରେ ପହଞ୍ଚିଲେ ଦୁଇ ଦେଶର ଖେଳାଳି। ହୋଟେଲ ପରିସରରେ ଉଭୟ ଦଳର ଖେଳାଳିଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।

Dharitri – Odisha’s No.1 Odia Daily

 

Share