ଭୟଙ୍କର ରୂପ ନେଇପାରେ ବାତ୍ୟା ‘ୟାସ’

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ଉତ୍ତର ଆଣ୍ଡାମାନ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟା ‘ୟାସ’ ଭୟଙ୍କର ହେବ। ଏହା ଓଡ଼ିଶା କିମ୍ବା ପଶ୍ଚିମବଙ୍ଗ ଉପକୂଳରେ ତାଣ୍ଡବ ରଚିପାରେ। ଯଦିଓ ବାତ୍ୟାର ଚିତ୍ର ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ, କିଛି ପାଣିପାଗ ମଡେଲ ପୂର୍ବାନୁମାନ କହୁଛି ୟାସ ବଳଶାଳୀ ହୋଇ ଉପକୂଳ ଧ୍ୱସ୍ତ କରିବ।

ସ୍ଥଳ ଭାଗ ଅତିକ୍ରମ କରିବା ବେଳେ ପବନର ବେଗ ଘଣ୍ଟା ପ୍ରତି ୧୨୦ରୁ ୧୫୦ କି.ମି ରହିବ ବୋଲି ଅନୁମାନ କରାଯାଇଛି। ଆସନ୍ତା ୨୨ ତାରିଖରେ ପୂର୍ବ କେନ୍ଦ୍ରୀୟ ବାଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ୭୨ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ସାମୁଦ୍ରିକ ଝଡରେ ପରିଣତ ହେବ। ବାତ୍ୟା ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ଦେଇ ଆସନ୍ତା ୨୬ ତାରିଖ ସନ୍ଧ୍ୟାରେ ସ୍ଥଳଭାଗ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରେ ଆଣ୍ଡାମାନ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟାକୁ ୪୫ରୁ ୫୫ କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି। ୨୪ ରୁ ୨୬ ତାରିଖ ମଧ୍ୟରେ ଏହା ବଳ ଗୋଟାଇ ଆହୁରି ଭୟଙ୍କର ଆକାର ଧାରଣ କରି ଉପକୂଳ ଆଡକୁ ମାଡିବ। ଏହାର ପ୍ରଭାବରେ ମେ’ ୨୫ ତାରିଖ ରାତିରୁ ଓଡ଼ିଶାର ଜଗତସିଂପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କଟକ, ବାଲେଶ୍ୱର, ଭୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ନିର୍ଦ୍ଦେଶକ ଏଚ୍‌.ଆର. ବିଶ୍ୱାସ କିହଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୨୩ ତାରିଖ ସୁଦ୍ଧା ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri