ବାତ୍ୟା ‘ୟାସ’: ଆକଳନଠୁ ପ୍ରଭାବ କମ୍‌

ଭୁବନେଶ୍ବର,୨୬।୫: ବାତ୍ୟା ‘ୟାସ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ବାତ୍ୟା ‘ୟାସ’ ଧାମରାର ଉତ୍ତର, ବାଲେଶ୍ୱର ସହର ତଳକୁ ବାହାନଗା ପାଖରେ ଲ୍ୟାଣ୍ଡଫଲ କରିଥିଲା। ଏହି ସମୟରେ ପବନର ବେଗ ୧୩୦ରୁ ୧୪୦ କି.ମି. ରହିଥିଲା। ଲ୍ୟାଣ୍ଡଫଲ ପ୍ରକ୍ରିୟା ୩ରୁ ୪ ଘଣ୍ଟା ଧରି ଚାଲିଥିଲା। ଏହି ସମୟରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ମାତ୍ର ଯେଉଁଭଳି ଭାବେ ଆକଳନ କରାଯାଉଥିଲା ବାତ୍ୟାର ପ୍ରଭାବ ତାଠାରୁ ଢେର କମ୍‌ ରହିଥିଲା। ଲାଣ୍ଡଫଲ୍‌ ପୂର୍ବରୁ ବାତ୍ୟା ଦୁର୍ବଳ ହୋଇପଡିଥିଲା। ଫଳରେ ବାତ୍ୟାର ପ୍ରଭାବ କମ୍‌ ଦେଖିବାକୁ ମିଳିଛି। ତେବେ ବାଲେଶ୍ୱରରେ ସବୁଠୁ ଅଧିକ ବେଗରେ ପବନ ହୋଇଥିବା ବେଳେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ପବନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି।

ସୂଚନା ଯୋଗ୍ୟ, ମଙ୍ଗଳବାର ଆଇଏମ୍‌ଡି ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‌ରେ ବାତ୍ୟା ‘ୟାସ’ ଘଣ୍ଟାପ୍ରତି ୧୫୫ରୁ ୧୬୫ କି.ମି. ପବନ ବେଗରେ ସ୍ଥଳଭାଗ ଛୁଇଁବ ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri