ଶଙ୍ଖ ଫୁଙ୍କିଲେ ଭୃଗୁ ବକ୍ସିପାତ୍ର

ଭୁବନେଶ୍ୱର,୩।୪: ବିଜେଡିରେ ଯୋଗ ଦେଲେ ଭୃଗୁ ବକ୍ସିପାତ୍ର । ଆଜି ସକାଳୁ ସକାଳୁ ଭାଜପା ଛାଡିଥିବାବେଳେ ଏବେ ବିଜେଡି ସାମିଲ୍‌ ହୋଇଛନ୍ତି। ଶହ ଶହ ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ଯୋଗ ଦେଇଛନ୍ତି ଭୃଗୁ । ବ୍ରହ୍ମପୁର ଏମପି ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଦୁଇ ରାଜ୍ୟସଭା ଏମପି ମାନସ ମଙ୍ଗରାଜ ଓ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି । ଗତଥର ବ୍ରହ୍ମପୁରରୁ ଭାଜପାର ଏମପି ପ୍ରାର୍ଥୀ ଭାବେ ଲଢିଥିଲେ ଭୃଗୁ । କିନ୍ତୁ ଚଳିତଥର ଭାଜପା ତାଙ୍କୁ ଟିକେଟ ଦେଇ ନ ଥିଲା । ଏପରିକି ବ୍ରହ୍ମପୁର ବିଧାନସଭା ଆସନରୁ ମଧ୍ୟ ଭୃଗୁଙ୍କ ନାଁ ଘୋଷଣା ହୋଇ ନ ଥିଲା । ଯାହାକୁ ନେଇ ଭୃଗୁ ଅସନୁଷ୍ଟ ଥିଲେ ବୋଲି ଚର୍ଚ୍ଚା ହେଉଛି । ଯେଉଁଥିପାଇଁ ଆଜି ସକାଳେ ଭାଜପାରୁ ଇସ୍ତଫା ଦେଇଥିଲେ ।

ସକାଳେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟରୁ ସେ ନିଜ ଇସ୍ତଫା ପତ୍ର ପଠାଇ ଥିଲେ। ଏହାପରେ ସେ ବିଜେଡିରେ ଯୋଗ ଦେବା ନେଇ ଚର୍ଚ୍ଚା ହେଉଥିଲା ଯାହାର ସେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ଅନୁମାନ କରାଯାଉଛି କି, ତାଙ୍କୁ ବ୍ରହ୍ମପୁରରୁ ଏମପି ପଦ ଦିଆଯାଇପାରେ।

ସୂଚନାଥାଉ କି,୨୦୧୯ ବ୍ରହ୍ମପୁର ଲୋକ ସଭା ଆସନ ଜିତିଥିଲେ ବିଜେଡିର ଚନ୍ଦ୍ରଶେଖର ସାହୁ। ଚନ୍ଦ୍ରଶେଖର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ଭୃଗୁ ବକ୍ସିପାତ୍ରଙ୍କଠାରୁ ୯୪,୮୪୪ ଖଣ୍ଡ ଭୋଟରେ ବିଜୟୀ ହୋଇଥିଲେ। ଏହି ବିଜୟ ସହ ଚନ୍ଦ୍ରଶେଖର ଦ୍ୱିତୀୟ ଥର ପାଇଁ ବ୍ରହ୍ମପୁରର ଏମପି ଭାବେ ନିର୍ବାଚିତ ହୋଇଛନ୍ତି । ସେ ୨୦୦୪ରେ ପ୍ରଥମ ଥର ପାଇଁ କଂଗ୍ରେସରୁ ଲଢ଼ି ଏମପି ହୋଇଥିଲେ। କେନ୍ଦ୍ରର ଉପା ସରକାରରେ ମନ୍ତ୍ରୀ ମଧ୍ୟ ହୋଇଥିଲେ। ହେଲେ ୨୦୦୯ ଏବଂ ୨୦୧୪ ମସିହାରେ କଂଗ୍ରେସ ଟିକେଟରୁ ଲଢ଼ି ବିଜେଡି ସିଦ୍ଧାନ୍ତ ମହାପାତ୍ରଙ୍କଠାରୁ ପରାସ୍ତ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?