ବୟନିକାର ନାଇଟ୍‌ ବଜାର ଉଦ୍‌ଘାଟିତ

ଭୁବନେଶ୍ୱର,୯।୧: ରାଜ୍ୟର ପ୍ରମୁଖ ହସ୍ତତନ୍ତ୍ର ସଙ୍ଗଠନ ତଥା ଓଡ଼ିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ଲିମିଟେଡ୍‌ ବା ବୟନିକାର ବହୁ ପ୍ରତୀକ୍ଷିତ ‘ବୟନିକା ନାଇଟ୍‌ ବଜାର’ ବୁଧବାର ଭୁବନେଶ୍ୱରର ଖାରବେଳନଗରସ୍ଥିତ ବୟନିକା ଭବନଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା ସରକାରଙ୍କ ହସ୍ତତନ୍ତ,ବୟନ ଓ ହସ୍ତଶିଳ୍ପ ବିଭାଗର ବିଭାଗୀୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାରଙ୍କ ସମେତ ସ୍ବତନ୍ତ୍ର ଶାସନ ସଚିବ ମଧୁମିତା ରଥ, ଅତିରିକ୍ତ ଶାସନ ସଚିବ ବିକ୍ରମାଦିତ୍ୟ ବାରିକ ଏବଂ ପରିଚାଳନା ନିର୍ଦ୍ଦେଶିକା ପ୍ରଣତୀ ଛୋଟରାୟ, ଅତିରିକ୍ତ ଶାସନ ସଚିବ ସୁଷମା ବାରିକ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ବର୍ତ୍ତମାନ ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ବା ପିବିଡି-୨୦୨୫ର ଆୟୋଜନ କରାଯାଇଛି। ଏହି ସମୟରେ ଓଡ଼ିଶାର ହସ୍ତତନ୍ତ ଐତିହ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ବୟନିକା ପକ୍ଷରୁ ଏହି ସ୍ବଚନ୍ତ୍ର ନାଇଟ୍‌ ବଜାରର ଶୁଭାରମ୍ଭ କରାଯାଇଛି। ସେହିଭଳି ଭୁବନେଶ୍ୱର ବୟନିକାର ତିନୋଟି ଶାଖାରେ ସ୍ବତନ୍ତ୍ର ରିହାତି ବିକ୍ରୟ ସୁବିଧା ସୀମିତ ସମୟ ପାଇଁ ଉପଲବ୍ଧ ରହିଛି। ଏହି ବଜାର ୨୦୨୫ ଜାନୁଆରୀ ୧୨ ପର୍ଯ୍ୟନ୍ତ ଚାଲିବ। ସେହିପରି ସବୁ ବର୍ଗର ଗ୍ରାହକଙ୍କୁ ପିବିଡି ପାଇଁ ସ୍ବତନ୍ତ୍ର ରିହାତି ଦିଆଯାଉଛି। ଏପରିକି ଭୁବନେଶ୍ୱରର ସମସ୍ତ ଶାଖାରେ ୨୦% + ୧୦% + ୫% ରିହାତି ଅନ୍ତର୍ଭୁକ୍ତ ରହିଛି। ଏହି ଉତ୍ସାହକୁ ଦ୍ୱିଗୁଣିତ କରିବା ପାଇଁ ଅତିରିକ୍ତ ୫% ରିହାତି ବୟନିକାର ସ୍ବତନ୍ତ୍ର ନାଇଟ୍‌ ବଜାରରେ ଉପଲବ୍ଧ ରହିଛି। ଏହି ବଜାର ପ୍ରତିଦିନ ରାତି୧୧ଟାରୁ ପରଦିନ ସକାଳ ୭ଟା ଯାଏ ସୀମିତ ଅବଧି ପର୍ଯ୍ୟନ୍ତ ଖୋଲା ଅଛି। ଏଥିରେ ପର୍ଯ୍ୟଟକ ଓ ଆଗନ୍ତୁକମାନଙ୍କୁ ରାତ୍ରି ସମୟରେ ମଧ୍ୟ ଓଡ଼ିଶା ହସ୍ତତନ୍ତ ସୃଷ୍ଟିର ଅନ୍ବେଷଣ କରିବାକୁ ଏକ ଅନନ୍ୟ ସୁଯୋଗ ପ୍ରଦାନ କରିବ। ଅପରପକ୍ଷରେ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ଐତିହ୍ୟକୁ ଅନୁଭବ କରିବାକୁ ବିଶ୍ୱର ବିଭିନ୍ନ ସ୍ଥାନରୁ ଆସିଥିବା ପ୍ରବାସୀ ଭାରତୀୟ ତଥା ପ୍ରତିନିଧି ଓ ପରିଦର୍ଶକମାନଙ୍କୁ ବୟନିକା ଏହି ବଜାର ଜରିଆରେ ସ୍ବାଗତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri