Posted inଜାତୀୟ

ବିବିସି ଡକ୍ୟୁମେଣ୍ଟାରୀକୁ ବ୍ଲକ୍‌ କରାଗଲା କିନ୍ତୁ ଗଡସେଙ୍କ ଫିଲ୍ମକୁ ନୁହେଁ: ଓଓ୍ବାଇସି…

ନୂଆଦିଲ୍ଲୀ,୨୩।୧ : ୨୦୦୨ ଗୁଜୁରାଟ ଦଙ୍ଗା ଉପରେ ବିବିସି ଡକ୍ୟୁମେଣ୍ଟାରୀ ବିରୋଧରେ ସରକାରଙ୍କ କାର୍ଯ୍ୟକଳାପକୁ ହାଇଦ୍ରାବାଦ ଏମ୍‌ପି ଅସଦୁଦ୍ଦିନ ଓୱାଇସି ସମାଲୋଚନା କରିଛନ୍ତି। ଏକ କାର୍ଯ୍ୟକ୍ରମରେ ଏଆଇଏମଆଇଏମ ନେତା ଜାନୁଆରୀ ୨୬, ଗଣତନ୍ତ୍ର ଦିବସରେ ମୁକ୍ତିଲାଭ କରିବାକୁ ଥିବା ଗାନ୍ଧୀ ଗଡସେ: ଏକ ଯୁଦ୍ଧ ଚଳଚ୍ଚିତ୍ର ଉପରେ ନିଷେଧାଦେଶ ଜାରି କରିବାକୁ ଦାବି କରିଛନ୍ତି।

ଗୁଜରାଟ ଦଙ୍ଗା ଉପରେ ବିବିସି ନିକଟରେ ଦୁଇ ଭାଗ ବିଶିଷ୍ଟ ଡକ୍ୟୁମେଣ୍ଟାରୀ ସିରିଜ ଇଣ୍ଡିଆ: ଦ ମୋଦି କୋଶ୍ଚିନ ପ୍ରକାଶ କରିଛି। କେବଳ ଏହାର ପ୍ରଥମ ଭାଗ ରିଲିଜ ହୋଇଛି। କିନ୍ତୁ ଭାରତ ସରକାର ଏହାକୁ ପ୍ରଚାରର ଏକ ଅଂଶ ବୋଲି କହି ଏହାକୁ ଅବରୋଧ କରିଛନ୍ତି। ଓୱାଇସି ସରକାରଙ୍କ ଏହି ପଦକ୍ଷେପକୁ ସମାଲୋଚନା କରିଛନ୍ତି।

ସେ ପ୍ରଶ୍ନ କରିଛନ୍ତି, ଯେତେବେଳେ ଦଙ୍ଗା ହୋଇଥିଲା ସେତେବେଳେ ଆପଣ ମୁଖ୍ୟମନ୍ତ୍ରୀ ନ ଥିଲେ କି? ବିଲକିସ ବାନୋଙ୍କୁ ଗଣଦୁଷ୍କର୍ମ କରାଯାଇଥିଲା। ଜଣେ କଂଗ୍ରେସ ସାଂସଦ ଏହସାନ ଜାଫ୍ରିଙ୍କୁ ହତ୍ୟା କରାଯାଇଥିଲା।

ମହାତ୍ମା ଗାନ୍ଧୀଙ୍କୁ ହତ୍ୟା କରିଥିବା ଗଡସେଙ୍କ ଉପରେ ଏକ ଫିଲ୍ମ ନିର୍ମାଣ କରାଯାଇଛି। ଭାରତର ପ୍ରଧାନମନ୍ତ୍ରୀ ଏହି ଚଳଚ୍ଚିତ୍ର ଉପରେ ପ୍ରତିବନ୍ଧକ ଲଗାଇବେ କି? ମୁଁ ନିଜେ ଏହା ଦେଖିଛି ଗାନ୍ଧୀଙ୍କୁ କାହିଁକି ହତ୍ୟା କରାଯାଇଥିଲା ତାହା ଫିଲ୍ମରେ ବର୍ଣ୍ଣନା କରାଯାଇଛି। ତେଣୁ ଯେତେବେଳେ ବିବିସି ପିଏମ ମୋଦୀଙ୍କ ବିଷୟରେ କିଛି ଦେଖାଏ ସେତେବେଳେ ଏହା ଏକ ଅସୁବିଧା, କିନ୍ତୁ ଗାନ୍ଧୀଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କ ଉପରେ ଏକ ଫିଲ୍ମ ଅଛି ତାହାର ପ୍ରଦର୍ଶନ ବନ୍ଦ ହେବ ନାହିଁ।  ସେ କହିଛନ୍ତି, ଏହି ପକ୍ଷପାତିତା କାହିଁକି?

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri