Posted inଜାତୀୟ

ବିବିସି ଡକ୍ୟୁମେଣ୍ଟାରୀକୁ ବ୍ଲକ୍‌ କରାଗଲା କିନ୍ତୁ ଗଡସେଙ୍କ ଫିଲ୍ମକୁ ନୁହେଁ: ଓଓ୍ବାଇସି…

ନୂଆଦିଲ୍ଲୀ,୨୩।୧ : ୨୦୦୨ ଗୁଜୁରାଟ ଦଙ୍ଗା ଉପରେ ବିବିସି ଡକ୍ୟୁମେଣ୍ଟାରୀ ବିରୋଧରେ ସରକାରଙ୍କ କାର୍ଯ୍ୟକଳାପକୁ ହାଇଦ୍ରାବାଦ ଏମ୍‌ପି ଅସଦୁଦ୍ଦିନ ଓୱାଇସି ସମାଲୋଚନା କରିଛନ୍ତି। ଏକ କାର୍ଯ୍ୟକ୍ରମରେ ଏଆଇଏମଆଇଏମ ନେତା ଜାନୁଆରୀ ୨୬, ଗଣତନ୍ତ୍ର ଦିବସରେ ମୁକ୍ତିଲାଭ କରିବାକୁ ଥିବା ଗାନ୍ଧୀ ଗଡସେ: ଏକ ଯୁଦ୍ଧ ଚଳଚ୍ଚିତ୍ର ଉପରେ ନିଷେଧାଦେଶ ଜାରି କରିବାକୁ ଦାବି କରିଛନ୍ତି।

ଗୁଜରାଟ ଦଙ୍ଗା ଉପରେ ବିବିସି ନିକଟରେ ଦୁଇ ଭାଗ ବିଶିଷ୍ଟ ଡକ୍ୟୁମେଣ୍ଟାରୀ ସିରିଜ ଇଣ୍ଡିଆ: ଦ ମୋଦି କୋଶ୍ଚିନ ପ୍ରକାଶ କରିଛି। କେବଳ ଏହାର ପ୍ରଥମ ଭାଗ ରିଲିଜ ହୋଇଛି। କିନ୍ତୁ ଭାରତ ସରକାର ଏହାକୁ ପ୍ରଚାରର ଏକ ଅଂଶ ବୋଲି କହି ଏହାକୁ ଅବରୋଧ କରିଛନ୍ତି। ଓୱାଇସି ସରକାରଙ୍କ ଏହି ପଦକ୍ଷେପକୁ ସମାଲୋଚନା କରିଛନ୍ତି।

ସେ ପ୍ରଶ୍ନ କରିଛନ୍ତି, ଯେତେବେଳେ ଦଙ୍ଗା ହୋଇଥିଲା ସେତେବେଳେ ଆପଣ ମୁଖ୍ୟମନ୍ତ୍ରୀ ନ ଥିଲେ କି? ବିଲକିସ ବାନୋଙ୍କୁ ଗଣଦୁଷ୍କର୍ମ କରାଯାଇଥିଲା। ଜଣେ କଂଗ୍ରେସ ସାଂସଦ ଏହସାନ ଜାଫ୍ରିଙ୍କୁ ହତ୍ୟା କରାଯାଇଥିଲା।

ମହାତ୍ମା ଗାନ୍ଧୀଙ୍କୁ ହତ୍ୟା କରିଥିବା ଗଡସେଙ୍କ ଉପରେ ଏକ ଫିଲ୍ମ ନିର୍ମାଣ କରାଯାଇଛି। ଭାରତର ପ୍ରଧାନମନ୍ତ୍ରୀ ଏହି ଚଳଚ୍ଚିତ୍ର ଉପରେ ପ୍ରତିବନ୍ଧକ ଲଗାଇବେ କି? ମୁଁ ନିଜେ ଏହା ଦେଖିଛି ଗାନ୍ଧୀଙ୍କୁ କାହିଁକି ହତ୍ୟା କରାଯାଇଥିଲା ତାହା ଫିଲ୍ମରେ ବର୍ଣ୍ଣନା କରାଯାଇଛି। ତେଣୁ ଯେତେବେଳେ ବିବିସି ପିଏମ ମୋଦୀଙ୍କ ବିଷୟରେ କିଛି ଦେଖାଏ ସେତେବେଳେ ଏହା ଏକ ଅସୁବିଧା, କିନ୍ତୁ ଗାନ୍ଧୀଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କ ଉପରେ ଏକ ଫିଲ୍ମ ଅଛି ତାହାର ପ୍ରଦର୍ଶନ ବନ୍ଦ ହେବ ନାହିଁ।  ସେ କହିଛନ୍ତି, ଏହି ପକ୍ଷପାତିତା କାହିଁକି?

 


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri