ମୋତେ ମିଶାଇଲରେ ଉଡାଇ ଦେବାକୁ ପୁଟିନ ଦେଇଥିଲେ ଧମକ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ବଡ ବୟାନ

ଲଣ୍ଡନ,୩୦ ।୧: ରାଷ୍ଟ୍ରପତି ପୁଟିନ ମୋତେ ମିଶାଇଲରେ ଉଡାଇ ଦେବାକୁ ଧମକ ଦେଇଥିଲେ । ଏମିତି ଦାବି କରିଛନ୍ତି ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ ଜନସନ । ବିବିସିର ନ୍ୟୁ ଡକ୍ୟୁମେଣ୍ଟାରୀରେ ବୋରିସ ଜନସନ କହିଛନ୍ତି, ଯେତେବେଳେ ରୁଷିଆ ୟୁକ୍ରେନ୍ ଉପରେ ଆକ୍ରମଣ କରିଥିଲା ଏହାର କିଛି ସମୟ ପୂର୍ବରୁ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କୁ ଧମକାଇଥିଲେ ।

ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିବା ପୂର୍ବରୁ ପଶ୍ଚିମ ଦେଶର ନେତାମାନେ, ଯେଉଁମାନଙ୍କ ମଧ୍ୟରେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ବି ସାମିଲ ଥିଲେ, ଏମାନେ ୟୁକ୍ରେନର ସମର୍ଥନ କରିଥିଲେ ଓ ଚେଷ୍ଟା କରୁଥିଲେ କି ରୁଷିଆ ରୁକ୍ରେନ ଉପରେ ଆକ୍ରମଣ ନ କରୁ । ଜନସନଙ୍‌କ ଦାବି ଅନୁଯାୟୀ, ଏହି ସମୟରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମି ପୁଟିନ ବୋରିସ ଜନସନଙ୍କୁ ଫୋନ କରିଥିଲେ ।
ଜନସନ କହିଛନ୍ତି, ଗୋଟିଏ ସମୟରେ ପୁଟିନ ମୋତେ ଏକ ପ୍ରକାର ଧମକ ଦେଇଥିଲେ । କହିଥିଲେ ବୋରିସ, ମୁଁ ତୁମକୁ ଦୁଃଖ ଦେବାକୁ ଚାହୁଁନାହିଁ, ବାସ ଗୋଟିଏ ମିଶାଇଲ ଓ ଏଥିରେ କେବଳ ଗୋଟିଏ ମିନିଟ ଲାଗି । ରୁଷିଆ ୟୁକ୍ରେନ ୁପରେ ଆକ୍ରମଣ କରିବା ପରେ ଯେଉଁସବ ପଶ୍ଚିମ ଦେଶ ଅଧିକ ୟୁକ୍ରେନକୁ ସମର୍ଥନ କରୁଥିଲେ, ଏମାନଙ୍କ ମଧ୍ୟରେ ବୋରିସ ଜନସନ ବି ଥିଲେ । ଜନସନ ଏହାବି ଦାବି କରିଥିଲେ କି ସେ ଭ୍ଲାଦିମିର ପୁଟିନଙ୍କୁ କହିଥିଲେ, ୟୁକ୍ରେନ୍ ନିକଟ ଭବିଷ୍ୟତରେ ନାଟୋରେ ସାମିଲ ହେବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri