Posted inଜାତୀୟ

ବିବିସି ଡକ୍ୟୁମେଣ୍ଟାରି ମାମଲା: ଶୁକ୍ରବାର ପୁଣି ଶୀଘ୍ର ଶୁଣାଣି ଆବେଦନ କରିବାକୁ କହିଲେ ସିଜେଆଇ…

ନୂଆଦିଲ୍ଲୀ,୨।୨ : ଭାରତରେ ବିବିସିକୁ ନିଷିଦ୍ଧ କରିବାକୁ ଆବେଦନ ଉପରେ ପ୍ରଧାନବିଚାରପତି(ସିଜେଆଇ) ଡି.ଓ୍ବାଇ ଚନ୍ଦ୍ରଚୂଡ଼ ଶୁକ୍ରବାର ପୁଣି ଶୀଘ୍ର ଶୁଣାଣି କରିବା ନେଇ ଆବେଦନ ପାଇଁ ଆବେଦନକାରୀଙ୍କୁ କହିଛନ୍ତି। ହିନ୍ଦୁ ସେନା ଅଧ୍ୟକ୍ଷ ବିଷ୍ଣୁ ଗୁପ୍ତା ଏହି ଆବେଦନ କରିଛନ୍ତି।

୨୦୦୨ ଗୁଜରାଟ ଦଙ୍ଗା ସହ ଜଡିତ ବ୍ରିଟିଶ ବ୍ରୋଡକାଷ୍ଟିଂ କର୍ପୋରେଶନ (ବିବିସି) ର ଡକ୍ୟୁମେଣ୍ଟାରୀ ଇଣ୍ଡିଆ: ଦ ମୋଦି କୋଶ୍ଚିନର ପ୍ରସାରଣ ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲଗାଇବାକୁ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଖଲ କରାଯାଇଛି। ଏହି ଆବେଦନରେ ଭାରତରେ ବ୍ରିଟିଶ ବ୍ରୋଡକାଷ୍ଟିଂ କର୍ପୋରେଶନ ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି ହୋଇଛି। ଭାରତର ଏକତା ଏବଂ ଅଖଣ୍ଡତାକୁ ଭାଙ୍ଗିବା ପାଇଁ ବିବିସିର ଷଡ଼ଯନ୍ତ୍ରକୁ ଏନଆଇଏ ଦ୍ୱାରା ଯାଞ୍ଚ୍‌ କରାଯାଉ ବୋଲି ପିଟିଶନରେ ଦାବି କରାଯାଇଛି।

ଏହି ଆବେଦନରେ ଦର୍ଶାଯାଇଛି ଯେ ଏହି ଡକ୍ୟୁମେଣ୍ଟାରି କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାବମୂର୍ତ୍ତିକୁ ଖରାପ କରିବା ପାଇଁ ଉଦ୍ଦିଷ୍ଟ ନୁହେଁ, ବରଂ ଭାରତର ସାମାଜିକ୍ୟବସ୍ଥାକୁ ନଷ୍ଟ କରିବା ପାଇଁ ବିବିସି ଦ୍ୱାରା ହିନ୍ଦୁ ବିରୋଧୀ ପ୍ରଚାର ମଧ୍ୟ ହୋଇଛି। ଭାରତୀୟ ସ୍ବାଧୀନତା ସମୟରୁ ବିବିସି ଭାରତ ବିରୋଧୀ ଭାବେ ଛିଡା ହୋଇଛି। ସ୍ବାଧୀନ ଭାରତରେ ବିବିସି ଭାରତ ବିରୋଧୀ ପ୍ରଚାର କାର୍ଯ୍ୟ କରୁଛି।
ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଦୁଇ ବର୍ଷ ଧରି ଭାରତରେ ବିବିସି ଉପରେ ପ୍ରତିବନ୍ଧକ ଲଗାଇଥିଲେ। ଭାରତରେ ପୋଷ୍ଟ ହୋଇଥିବା ବ୍ରିଟିଶ ବିବିସି କର୍ମଚାରୀଙ୍କୁ ଦେଶ ଛାଡିବାକୁ କୁହାଯାଇଥିଲା। ଭାରତୀୟ କର୍ମଚାରୀଙ୍କୁ କମ୍ପାନୀ ଛାଡିବାକୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri