Posted inଜାତୀୟ

ବିବିସି ଡକ୍ୟୁମେଣ୍ଟାରିର ଶୁଣାଣି ଫେବୃୟାରୀ ୬ରେ…

ନୂଆଦିଲ୍ଲୀ,୩୦।୧ : ଗୁଜରାଟ ଦଙ୍ଗା ଉପରେ ବିବିସି ଡକ୍ୟୁମେଣ୍ଟାରି ଉପରେ ହୋଇଥିବା ନିଷେଧାଦେଶର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଫେବୃଆରୀ ୬ରେ କୋର୍ଟ ଏହି ମାମଲାର ଶୁଣାଣି କରିବେ। ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚ୍‌ୂଡ଼ଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ସମ୍ମୁଖରେ ମାମଲାର ଶୀଘ୍ର ଶୁଣାଣି ପାଇଁ ଆବେଦନକାରୀ ଏମ.ଏଲ ଶର୍ମା ଆବେଦନ କରିଛନ୍ତି। ଏହା ପରେ କୋର୍ଟ ଏହାକୁ ତାଲିକାଭୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆଇନଜୀବୀ ଏମ.ଏଲ ଶର୍ମା ତାଙ୍କ ଜନସ୍ବାର୍ଥ ମାମଲାରେ ଏକ ସାମ୍ବିଧାନିକ ପ୍ରଶ୍ନ ଉଠାଇଛନ୍ତି। ଏହି ଆବେଦନରେ ସେ ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ଅନୁରୋଧ କରିଛନ୍ତି ଯେ ୨୦୦୨ ଗୁଜରାଟ ଦଙ୍ଗା ସମ୍ପର୍କରେ ଖବର, ତଥ୍ୟ ଏବଂ ରିପୋର୍ଟ ଦେଖିବାର ଅଧିକାର ସମ୍ବିଧାନର ଧାରା ୧୯ (୧) ଏବଂ (୨) ଅନୁଯାୟୀ ନାଗରିକମାନଙ୍କର ଅଛି କି ନାହିଁ।

ଏହି ଆବେଦନରେ ସେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ୨୧ ଜାନୁୟାରୀ ୨୦୨୩ ରେ ବିବିସି ଡକ୍ୟୁମେଣ୍ଟାରିକୁ ବାରଣ କରିବାକୁ ବେଆଇନ, ଅଣସାମ୍ବିଧାନିକ ବୋଲି କହିଛନ୍ତି। ତାଙ୍କ ଆବେଦନରେ ସେ ପଚାରିଛନ୍ତି ଯେ କେନ୍ଦ୍ର ସରକାର ଗଣମାଧ୍ୟମର ସ୍ବାଧୀନତାକୁ ରୋକି ପାରିବେ କି ଯାହା ସମ୍ବିଧାନର ଧାରା ୧୯ (୧) ଏବଂ (୨) ଅନୁଯାୟୀ ନିଶ୍ଚିତ ହୋଇଛି।
ଏଥିରେ ଆହୁରି ମଧ୍ୟ କୁହାଯାଇଛି ଯେ ’ଭାରତର ସମ୍ବିଧାନର ଧାରା ୩୫୨ ଅନୁଯାୟୀ ରାଷ୍ଟ୍ରପତି ଜରୁରୀକାଳୀନ ଘୋଷଣା ନ କରି କେନ୍ଦ୍ର ସରକାର ଜରୁରୀକାଳୀନ ବ୍ୟବସ୍ଥା ଗ୍ରହଣ କରିପାରିବେ କି?’ ବରିଷ୍ଠ ଆଇନଜୀବୀ ଦାବି କରିଛନ୍ତି ଯେ ବିବିସି ଡକ୍ୟୁମେଣ୍ଟାରିରେ ରେକର୍ଡ ହୋଇଥିବା ତଥ୍ୟ ରହିଛି। ପୀଡିତଙ୍କ ନ୍ୟାୟ ପାଇଁ ଏହି ତଥ୍ୟଗୁଡିକ ବ୍ୟବହାର କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ।...

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ...

ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଗୋଟିଏ ବୟାନ ବଢାଇଲା କଂଗ୍ରେସର ଟେନସନ!

ନୂଆଦିଲ୍ଲୀ,୨୪।୪: ବର୍ତ୍ତମାନ ସମ୍ପତ୍ତି ବଣ୍ଟନ ଏବଂ ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଦେଶରେ ଅନେକ ରାଜନୈତିକ ବାକ୍‌ଯୁଦ୍ଧ ଚାଲିଛି। କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ...

ପୁଣିଥରେ କ୍ଷମା ମାଗିଲେ ବାବା ରାମଦେବ, କହିଲେ ଆଉଥରେ ହେବନି ଭୁଲ

ନୂଆଦିଲ୍ଲୀ,୨୪।୪: ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ ପରିଚାଳନା ନିର୍ଦ୍ଦେଶକ (MD) ବାଲକୃଷ୍ଣ ପୁନର୍ବାର ବିଭ୍ରାନ୍ତିକର ବିଜ୍ଞାପନ...

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri