Posted inଜାତୀୟ

ବିବିସି ଡକ୍ୟୁମେଣ୍ଟାରିର ଶୁଣାଣି ଫେବୃୟାରୀ ୬ରେ…

ନୂଆଦିଲ୍ଲୀ,୩୦।୧ : ଗୁଜରାଟ ଦଙ୍ଗା ଉପରେ ବିବିସି ଡକ୍ୟୁମେଣ୍ଟାରି ଉପରେ ହୋଇଥିବା ନିଷେଧାଦେଶର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଫେବୃଆରୀ ୬ରେ କୋର୍ଟ ଏହି ମାମଲାର ଶୁଣାଣି କରିବେ। ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚ୍‌ୂଡ଼ଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ସମ୍ମୁଖରେ ମାମଲାର ଶୀଘ୍ର ଶୁଣାଣି ପାଇଁ ଆବେଦନକାରୀ ଏମ.ଏଲ ଶର୍ମା ଆବେଦନ କରିଛନ୍ତି। ଏହା ପରେ କୋର୍ଟ ଏହାକୁ ତାଲିକାଭୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆଇନଜୀବୀ ଏମ.ଏଲ ଶର୍ମା ତାଙ୍କ ଜନସ୍ବାର୍ଥ ମାମଲାରେ ଏକ ସାମ୍ବିଧାନିକ ପ୍ରଶ୍ନ ଉଠାଇଛନ୍ତି। ଏହି ଆବେଦନରେ ସେ ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ଅନୁରୋଧ କରିଛନ୍ତି ଯେ ୨୦୦୨ ଗୁଜରାଟ ଦଙ୍ଗା ସମ୍ପର୍କରେ ଖବର, ତଥ୍ୟ ଏବଂ ରିପୋର୍ଟ ଦେଖିବାର ଅଧିକାର ସମ୍ବିଧାନର ଧାରା ୧୯ (୧) ଏବଂ (୨) ଅନୁଯାୟୀ ନାଗରିକମାନଙ୍କର ଅଛି କି ନାହିଁ।

ଏହି ଆବେଦନରେ ସେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ୨୧ ଜାନୁୟାରୀ ୨୦୨୩ ରେ ବିବିସି ଡକ୍ୟୁମେଣ୍ଟାରିକୁ ବାରଣ କରିବାକୁ ବେଆଇନ, ଅଣସାମ୍ବିଧାନିକ ବୋଲି କହିଛନ୍ତି। ତାଙ୍କ ଆବେଦନରେ ସେ ପଚାରିଛନ୍ତି ଯେ କେନ୍ଦ୍ର ସରକାର ଗଣମାଧ୍ୟମର ସ୍ବାଧୀନତାକୁ ରୋକି ପାରିବେ କି ଯାହା ସମ୍ବିଧାନର ଧାରା ୧୯ (୧) ଏବଂ (୨) ଅନୁଯାୟୀ ନିଶ୍ଚିତ ହୋଇଛି।
ଏଥିରେ ଆହୁରି ମଧ୍ୟ କୁହାଯାଇଛି ଯେ ’ଭାରତର ସମ୍ବିଧାନର ଧାରା ୩୫୨ ଅନୁଯାୟୀ ରାଷ୍ଟ୍ରପତି ଜରୁରୀକାଳୀନ ଘୋଷଣା ନ କରି କେନ୍ଦ୍ର ସରକାର ଜରୁରୀକାଳୀନ ବ୍ୟବସ୍ଥା ଗ୍ରହଣ କରିପାରିବେ କି?’ ବରିଷ୍ଠ ଆଇନଜୀବୀ ଦାବି କରିଛନ୍ତି ଯେ ବିବିସି ଡକ୍ୟୁମେଣ୍ଟାରିରେ ରେକର୍ଡ ହୋଇଥିବା ତଥ୍ୟ ରହିଛି। ପୀଡିତଙ୍କ ନ୍ୟାୟ ପାଇଁ ଏହି ତଥ୍ୟଗୁଡିକ ବ୍ୟବହାର କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri