Posted inଜାତୀୟ

ବିବିସି ଡକ୍ୟୁମେଣ୍ଟାରି ଶେୟାର: ଟୁଇଟ୍‌, ୟୁଟ୍ୟୁବ୍‌ ଭିଡିଓ ବ୍ଲକ୍‌ କଲା କେନ୍ଦ୍ର

ନୂଆଦିଲ୍ଲୀ,୨୨।୧: ୨୦୦୨ ଗୁଜରାଟ ଦଙ୍ଗା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବିବିସି ପ୍ରସ୍ତୁତ କରିଥିବା ଡକ୍ୟୁମେଣ୍ଟାରି ‘ଇଣ୍ଡିଆ: ଦି ମୋଦି କୋଶ୍ଚିନ୍‌’ ଲିଙ୍କ୍‌ର ୟୁଟ୍ୟୁବ୍‌ ଭିଡିଓ ଏବଂ ଟୁଇଟର ପୋଷ୍ଟ ବ୍ଲକ୍‌ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ପ୍ରଯୁକ୍ତି ନିୟମାବଳୀ, ୨୦୨୧ରେ ଦିଆଯାଇଥିବା ଜରୁରୀ କ୍ଷମତା ଅନୁଯାୟୀ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଅପୂର୍ବ ଚନ୍ଦା ଶୁକ୍ରବାର ୫୦ଟି ଟୁଇଟ୍‌କୁ ବ୍ଲକ କରିବା ଲାଗି ନିର୍ଦ୍ଦେଶନାମା ଜାରି କରିଛନ୍ତି। ବିବିସିର ଉକ୍ତ ବିବାଦୀୟ ଡକ୍ୟୁମେଣ୍ଟାରିକୁ ଭାରତ ସମାଲୋଚନା କରିବା ପରେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ନିଜକୁ ଏଥିରୁ ଦୂରେଇ ରଖିଥିଲେ। ତେବେ ଉକ୍ତ ଡକ୍ୟୁମେଣ୍ଟାରିକୁ ଅନେକ ଟୁଇଟ୍‌ କରିବା ସହ ୟୁଟ୍ୟୁବ୍‌ ଭିଡିଓ ଶେୟାର କରିଥିଲେ। ସେମାନଙ୍କ ମଧ୍ୟରେ ତୃଣମୂଳ କଂଗ୍ରେସ ଏମ୍‌ପି ଡେରେକ୍‌ ଓ’ବ୍ରିଏନ୍‌ ଏବଂ କେତେଜଣ ବିରୋଧୀ ଦଳ ନେତା ରହିଛନ୍ତି। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ପରେ ସେହି ଟୁଇଟ୍‌ ଏବଂ ୟୁଟ୍ୟୁବ୍‌ ଭିଡିଓଗୁଡ଼ିକୁ ହଟାଇ ଦିଆଯାଇଛି।

ବହିର୍ବ୍ୟାପାର, ସ୍ବରାଷ୍ଟ୍ର ଏବଂ ସୂଚନା ପ୍ରସାରଣ ସମେତ ବିଭିନ୍ନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ବିବିସି ଡକ୍ୟୁମେଣ୍ଟାରିକୁ ଅନୁଧ୍ୟାନ କରିବା ପରେ ଏହା ସରକାରଙ୍କ ସଚ୍ଚୋଟତା ଏବଂ ସୁପ୍ରିମକୋର୍ଟଙ୍କ ବିଶ୍ୱସନୀୟତା ଉପରେ ଆକ୍ଷେପ ଏବଂ ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ବିଭେଦର ମଞ୍ଜି ବୁଣିବା ପାଇଁ ଉଦ୍ୟମ ବୋଲି ଜାଣିବାକୁ ପାଇଛନ୍ତି। ଭାରତରେ ବିଦେଶୀ ସରକାରଙ୍କ କାର୍ଯ୍ୟ ନିରାଧାର ଅଭିଯୋଗ ଆଣିଥିବା ସେମାନେ ମତ ଦେଇଛନ୍ତି। ଉକ୍ତ ଡକ୍ୟୁମେଣ୍ଟାରୀ ଭାରତର ସାର୍ବଭୌମତ୍ୱ ଏବଂ ସଂହତିକୁ ଅବମାନନା କରିବା ସହ ବିଦେଶୀ ରାଷ୍ଟ୍ର ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କକୁ ପ୍ରଭାବିତ କରିବା ପାଇଁ ଉଦ୍ଦିଷ୍ଟ ବୋଲି ସେମାନେ ଅଭିଯୋଗ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ବିବିସିର ଡକ୍ୟୁମେଣ୍ଟାରିକୁ ୩୦୨ ଜଣ ପୂର୍ବତନ ବିଚାରପତି, ପୂର୍ବତନ ପ୍ରଶାସନିକ ଅଧିକାରୀ ଏବଂ ବରିଷ୍ଠ ନାଗରିକ ନିନ୍ଦା କରିଛନ୍ତି। ଏହା ଆମ ନେତାଙ୍କ ବିରୋଧରେ ଏକ ଅଭିପ୍ରେରିତ ଅଭିଯୋଗ ଫର୍ଦ୍ଦ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ...

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି...

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ...

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି...

ଭାଜପାରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର: ମା’ଙ୍କ କଥାରେ ଧରିଲେ ପଦ୍ମ

ନୂଆଦିଲ୍ଲୀ,୨୫।୪: ବିହାରର ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟି ପଦ୍ମ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂରେ ନଜର ଆସିବେ ହେଭିଓ୍ବେଟ ନେତା, ଭାଗ୍ୟ ପରୀକ୍ଷା କରିବେ ରାହୁଲ-ଶଶୀ ଥରୁର୍‌

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନକୁ ନେଇ ଦେଶରେ ସୃଷ୍ଟି ହୋଇଛି ଏକ ଭିନ୍ନ ପରିବେଶ । ପ୍ରଥମ ପର୍ଯ୍ୟାୟ ପରେ ସବୁ ରାଜନୈତିକ ଦଳ ଏବେ...

ପ୍ରଧାନ ବିଚାରପତି କଲେ ବଡ଼ ଘୋଷଣା, ହ୍ବାଟ୍ସଆପ୍‌ରେ ଓକିଲଙ୍କୁ ମାମଲା ସମ୍ପର୍କିତ ସୂଚନା ପ୍ରଦାନ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୪: ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ ଘୋଷଣା କରିଛନ୍ତି ଯେ ସୁପ୍ରିମକୋର୍ଟ ହ୍ବାଟ୍ସଆପ୍‌ ଜରିଆରେ ଓକିଲଙ୍କ ସହ ଶୁଣାଣି ହେବାକୁ ଥିବା ମାମଲା, ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri