Posted inଜାତୀୟ

ବିବିସି ଡକ୍ୟୁମେଣ୍ଟାରି ଶେୟାର: ଟୁଇଟ୍‌, ୟୁଟ୍ୟୁବ୍‌ ଭିଡିଓ ବ୍ଲକ୍‌ କଲା କେନ୍ଦ୍ର

ନୂଆଦିଲ୍ଲୀ,୨୨।୧: ୨୦୦୨ ଗୁଜରାଟ ଦଙ୍ଗା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବିବିସି ପ୍ରସ୍ତୁତ କରିଥିବା ଡକ୍ୟୁମେଣ୍ଟାରି ‘ଇଣ୍ଡିଆ: ଦି ମୋଦି କୋଶ୍ଚିନ୍‌’ ଲିଙ୍କ୍‌ର ୟୁଟ୍ୟୁବ୍‌ ଭିଡିଓ ଏବଂ ଟୁଇଟର ପୋଷ୍ଟ ବ୍ଲକ୍‌ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ପ୍ରଯୁକ୍ତି ନିୟମାବଳୀ, ୨୦୨୧ରେ ଦିଆଯାଇଥିବା ଜରୁରୀ କ୍ଷମତା ଅନୁଯାୟୀ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଅପୂର୍ବ ଚନ୍ଦା ଶୁକ୍ରବାର ୫୦ଟି ଟୁଇଟ୍‌କୁ ବ୍ଲକ କରିବା ଲାଗି ନିର୍ଦ୍ଦେଶନାମା ଜାରି କରିଛନ୍ତି। ବିବିସିର ଉକ୍ତ ବିବାଦୀୟ ଡକ୍ୟୁମେଣ୍ଟାରିକୁ ଭାରତ ସମାଲୋଚନା କରିବା ପରେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ନିଜକୁ ଏଥିରୁ ଦୂରେଇ ରଖିଥିଲେ। ତେବେ ଉକ୍ତ ଡକ୍ୟୁମେଣ୍ଟାରିକୁ ଅନେକ ଟୁଇଟ୍‌ କରିବା ସହ ୟୁଟ୍ୟୁବ୍‌ ଭିଡିଓ ଶେୟାର କରିଥିଲେ। ସେମାନଙ୍କ ମଧ୍ୟରେ ତୃଣମୂଳ କଂଗ୍ରେସ ଏମ୍‌ପି ଡେରେକ୍‌ ଓ’ବ୍ରିଏନ୍‌ ଏବଂ କେତେଜଣ ବିରୋଧୀ ଦଳ ନେତା ରହିଛନ୍ତି। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ପରେ ସେହି ଟୁଇଟ୍‌ ଏବଂ ୟୁଟ୍ୟୁବ୍‌ ଭିଡିଓଗୁଡ଼ିକୁ ହଟାଇ ଦିଆଯାଇଛି।

ବହିର୍ବ୍ୟାପାର, ସ୍ବରାଷ୍ଟ୍ର ଏବଂ ସୂଚନା ପ୍ରସାରଣ ସମେତ ବିଭିନ୍ନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ବିବିସି ଡକ୍ୟୁମେଣ୍ଟାରିକୁ ଅନୁଧ୍ୟାନ କରିବା ପରେ ଏହା ସରକାରଙ୍କ ସଚ୍ଚୋଟତା ଏବଂ ସୁପ୍ରିମକୋର୍ଟଙ୍କ ବିଶ୍ୱସନୀୟତା ଉପରେ ଆକ୍ଷେପ ଏବଂ ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ବିଭେଦର ମଞ୍ଜି ବୁଣିବା ପାଇଁ ଉଦ୍ୟମ ବୋଲି ଜାଣିବାକୁ ପାଇଛନ୍ତି। ଭାରତରେ ବିଦେଶୀ ସରକାରଙ୍କ କାର୍ଯ୍ୟ ନିରାଧାର ଅଭିଯୋଗ ଆଣିଥିବା ସେମାନେ ମତ ଦେଇଛନ୍ତି। ଉକ୍ତ ଡକ୍ୟୁମେଣ୍ଟାରୀ ଭାରତର ସାର୍ବଭୌମତ୍ୱ ଏବଂ ସଂହତିକୁ ଅବମାନନା କରିବା ସହ ବିଦେଶୀ ରାଷ୍ଟ୍ର ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କକୁ ପ୍ରଭାବିତ କରିବା ପାଇଁ ଉଦ୍ଦିଷ୍ଟ ବୋଲି ସେମାନେ ଅଭିଯୋଗ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ବିବିସିର ଡକ୍ୟୁମେଣ୍ଟାରିକୁ ୩୦୨ ଜଣ ପୂର୍ବତନ ବିଚାରପତି, ପୂର୍ବତନ ପ୍ରଶାସନିକ ଅଧିକାରୀ ଏବଂ ବରିଷ୍ଠ ନାଗରିକ ନିନ୍ଦା କରିଛନ୍ତି। ଏହା ଆମ ନେତାଙ୍କ ବିରୋଧରେ ଏକ ଅଭିପ୍ରେରିତ ଅଭିଯୋଗ ଫର୍ଦ୍ଦ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri