Posted inଜାତୀୟ

ବିବିସି ଡକ୍ୟୁମଣ୍ଟାରି ପ୍ରସଙ୍ଗ: ସରକାରଙ୍କୁ ସମର୍ଥନ କରି ଅନିଲ ଆଣ୍ଟୋନୀ କଂଗ୍ରେସରୁ ଦେଲେ ଇସ୍ତଫା…

ନୂଆଦିଲ୍ଲୀ,୨୪।୧ : ବରିଷ୍ଠ କଂଗ୍ରେସ ନେତା ତଥା କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଏକେ ଆଣ୍ଟୋନିଙ୍କ ପୁଅ ଅନିଲ ଆଣ୍ଟୋନୀ ୨୦୦୨ଗୁଜରାଟ ଦଙ୍ଗା ଉପରେ ବିବିସି ଡକ୍ୟୁମେଣ୍ଟାରୀକୁ ବିରୋଧ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ସମର୍ଥନ କରି ସେ ବୁଧବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ସେ ବିବିସି ଡକ୍ୟୁମଣ୍ଟାରିକୁ ବିରୋଧ କରିବାରୁ ତାଙ୍କୁ ଧମକ ମିଳିବା ଆରମ୍ଭ କରିଥିବା କହିଛନ୍ତି।

ସେ ଟୁଇଟ କରିଛନ୍ତି ଯେ, ମୁଁ କଂଗ୍ରେସର ମୋର ସମସ୍ତ ପଦରୁ ଇସ୍ତଫା ଦେଇଛି। ଇସ୍ତଫା ଦେବା ପରେ ସେ କଂଗ୍ରେସର ନୀତି ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି ରାହୁଲ ଗାନ୍ଧୀ କନ୍ୟାକୁମାରୀରୁ କଶ୍ମୀର ପଦଯାତ୍ରା କରି ପ୍ରେମର ବାର୍ତ୍ତା ପ୍ରସାର କରୁଛନ୍ତି। ଏପରି ସ୍ଥଳେ ଦଳର ଅନ୍ୟ ସଦସ୍ୟମାନେ ବିପରୀତ କାର୍ଯ୍ୟ କରୁଥିବା ଅନିଲ କହିଛନ୍ତି। ମୁଁ ବିବିସି ଡକ୍ୟୁମଣ୍ଟାରିକୁ ବିରୋଧ କରିବାର ୨୪ ଘଣ୍ଟା ମଧ୍ୟରେ ବହୁତ କିଛି ଘଟିଛି। ମୋ ପାଖକୁ ରାତି ସାରା ଧମକ ଭରା କଲ ଆସିଛି।

ସୂଚନାଯୋଗ୍ୟ, ମଙ୍ଗଳବାର ଅନିଲ ଆଣ୍ଟୋନୀ କହିଥିଲେ ଯେ ବ୍ରିଟିଶ ପ୍ରସାରଣକାରୀ ବିବିସିର ଭାରତୀୟ ଅନୁଷ୍ଠାନକୁ ଅଗ୍ରାଧିକାର ଦେବା ଆମ ଦେଶର ସାର୍ବଭୌମତ୍ୱକୁ କ୍ଷୁର୍ଣ୍ଣ କରିବ। ଏହା ଦେଶ ଲାଗି ବିପଦ ସୃଷ୍ଟି କରିବ। କଂଗ୍ରେସ ଦଳର କେରଳ ୟୁନିଟର ଡିଜିଟାଲ ଯୋଗାଯୋଗକୁ ଅନିଲ ଆଣ୍ଟୋନୀ ପରିଚାଳନା କରୁଥିଲେ। ସେ ଏକ ଟୁଇଟରେ କହିଥିଲେ ଯେ ଯେଉଁମାନେ ବିବିସି ତଥା ବ୍ରିଟେନର ପୂର୍ବତନ ବୈଦେଶିକ ସଚିବ ଜ୍ୟାକ ଷ୍ଟ୍ରୋଙ୍କ ଚିନ୍ତାଧାରାକୁ ସମର୍ଥନ କରୁଛନ୍ତି ଏବଂ ଗ୍ରହଣ କରୁଛନ୍ତି ସେମାନେ ଭାରତୀୟ ଅନୁଷ୍ଠାନ ଉପରେ ବିପଦପୂର୍ଣ୍ଣ ଉଦାହରଣ ସୃଷ୍ଟି କରୁଛନ୍ତି। କାରଣ ୨୦୦୩ ଇରାକ ଯୁଦ୍ଧ ପଛରେ ଜ୍ୟାକ ଷ୍ଟ୍ରୋଙ୍କ ହାତ ଥିଲା। ଭାଜପା ସହିତ ପ୍ରମୁଖ ମତଭେଦ ସତ୍ତ୍ୱେ ମୁଁ ଅନୁଭବ କରୁଛି ଯେ, ଏହା ଆମର ସାର୍ବଭୌମତ୍ୱକୁ କ୍ଷୁର୍ଣ୍ଣ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri