ଚାଇନାରେ ଖବରଦାତାଙ୍କୁ ମାଡ, ବେଜିଂ-ସାଂଘାଇ ପରେ ଉହାନରେ ରାଜରାସ୍ତାକୁ ଆସିଲେ ପ୍ରଦର୍ଶନକାରୀ, କ୍ଷମା ମାଗୁ ନାହାନ୍ତି ସରକାର

ବେଜିଂ,୨୮ ।୧୧: ଚାଇନାରେ ଜିରୋ କୋଭିଡ ପଲିସି ଯୋଗୁ କଡା ଲକଡାଉନ ବିରୋଧରେ ଲଗାତାର ପ୍ରଦର୍ଶନ କରାଯାଉଛି । ଇତିମଧ୍ୟରେ ଖବର ଆସିଛି କି ସାଂଘାଇରେ ଏକ ବିରୋଧ ପ୍ରଦର୍ଶନକୁ କଭର କରୁଥିବା ଜଣେ ଖବରଦାତାଙ୍କୁ ମାଡ ହୋଇଛି । ମିଡିଆ ହାଉସ ପକ୍ଷରୁ ସୂଚନା ଦିଆଯାଇଛି କି କ୍ୟାମେରାମ୍ୟାନ ଏଡୱାର୍ଡ ଲରେନ୍ସଙ୍କୁ ସରକାର ବିରୋଧି ପ୍ରଦର୍ଶନ କଭର କରିବା ସମୟରେ ଅଟକ ରଖାଯାଇଛି । ଏହାସହ ଚାଇନା ପୋଲିସ କିଛି ଘଣ୍ଟା ଧରି ତାଙ୍କୁ ମାଡ ମାରିଛନ୍ତି ।
ମିଡିଆ ହାଉସର ପ୍ରବକ୍ତା କହିଛନ୍ତି ଆମେ ଆମ ଖବରଦାତା ଏଡୱାର୍ଡ ଲରେନ୍ସଙ୍କ ସ୍ୱାସ୍ଥ୍ୟକୁ ନେଇ ଖୁବ୍ ଚିନ୍ତିତ । ତାଙ୍କୁ ସାଂଘାଇରେ ଏକ ବିରୋଧ ପ୍ରଦର୍ଶନକୁ କଭର କରୁଥିବା ସମୟରେ ଅଟକ ରଖାଯିବା ସହ ପୋଲିସ ତାଙ୍କୁ ମାରପିଟ କରିଛି । ପ୍ରବକ୍ତା କହିଛନ୍ତି ପୋଲିସ ତାଙ୍କୁ ଗୋଇଠା ବି ମାରିଛି ।

ମିଡିଆ ହାଉସ ପକ୍ଷରୁ କୁହାଯାଇଛି କି ଚାଇନା ସରକାରଙ୍କ ପକ୍ଷରୁ ଏହି ଘଟଣାକୁ ନେଇ କୌଣସି ସ୍ପଷ୍ଟିକରଣ ଅଥବା କ୍ଷମା ଦିଆଯାଇ ନାହିଁ । ଏହି ଘଟଣାର ଏକ ଭିଡିଓ ବି ଭାଇରାଲ ହୋଇଛି, କୁହାଯାଉଛି କି ଭିଡିଓରେ ଦୃଶ୍ୟ ହେଉଥିବା ଖବରଦାତା ଲରେନ୍ସ ହିଁ ଅଟନ୍ତି । ଯାହାଙ୍କୁ ପୋଲିସ ନେଇ ଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ,୧୫ା୨(ଅମିତାଭ ବେହେରା): ମାଲକାନଗିରି ଜିଲା ଏମ୍‌ଭି ୭୯ରୁ ବିଶାଖାପାଟଣା ଯାଉଥିବା (ଓଏସଆରଟିସି ) ବସ୍‌ ଆନ୍ଧ୍ରର ସାଲୁର ବାଇପାସ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ର ଷ୍ଟିଅରିଂ ଲକ୍‌…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri