Posted inଜାତୀୟ

ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟରେ ମୋଦିଙ୍କ ଉପରେ ବିବିସି ଦ୍ୱାରା ନିର୍ମିତ ଡକ୍ୟୁମେଣ୍ଟାରିର ସ୍କ୍ରିନିଂ, ଜେଏନୟୁରେ ରଦ୍ଦ ହେଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୪ ।୧: ବିବିସି ଦ୍ୱାରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ନିର୍ମିତ ଡକ୍ୟୁମେଣ୍ଟାରିକୁ ୟୁଟ୍ୟୁବ ଓ ଟୁଇଟରରେ ବ୍ଲକ କରି ଦିଆଯାଇଛି । ଏହାପରେ ବି ହାଇଦ୍ରାବାଦ ୟୁନିଭର୍ସିଟିରେ ଛାତ୍ରଙ୍କୁ ଡକ୍ୟୁମେଣ୍ଟାରି ଦେଖାଯାଇଛି । ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ଛାତ୍ର ଶାଖା ଅଖିଳ ଭାରତୀୟ ବିଦ୍ୟାର୍ଥି ପରିଷଦ(ଏବିଭିପି) ଏହାକୁ ନେଇ ଅଧିକାରୀଙ୍କ ନିକଟରେ ଏକ ଅଭିଯୋଗ ବି ଦାଖଲ କରିଛନ୍ତି । ଅଭିଯୋଗ ରହିଛି କି ଛାତ୍ରମାନେ ବିଶ୍ୱିଦ୍ୟାଳୟ ପରିସରରେ ଡକ୍ୟୁମେଣ୍ଟାରି ଦେଖିଛନ୍ତି । ଏପଟେ ଦିଲ୍ଲୀର ଜେଏନୟୁରେ ବି ଏହି ଡକ୍ୟୁମେଣ୍ଟାରି ପ୍ରଦର୍ଶିତ ହେବାକୁ ଥିବା ବେଳେ କାର୍ଯ୍ୟକ୍ରମକୁ କିନ୍ତୁ ରଦ୍ଧ କରି ଦିଆଯାଇଛି ।

ହାଇଦ୍ରାବାଦ ୟୁନିଭର୍ସିିଟିରେ ଡକ୍ୟୁମେଣ୍ଟାରି ପ୍ରଦର୍ଶନକୁ ନେଇ ଅଧିକାରୀମାନେ ଯାଞ୍ଚ କରୁଛନ୍ତି । ପୋଲିସର ସୂଚନା ଅନୁଯାୟୀ, ୟୁନିଭର୍ସିଟି କ୍ୟାମ୍ପସ ଭିତରେ ବିବିସି ଡକ୍ୟୁମେଣ୍ଟାରି ‘ଇଣ୍ଡିଆ: ଦ ମୋଦି କ୍ୱୋଶ୍ଚିନ’ର ସ୍କ୍ରିନିଂର ଆୟୋଜନ କରାଯାଇଥିଲା । ପୋଲିସ କହିଛି ଏହି ଘଟଣା ସମ୍ପର୍କରେ ସୂଚନା ମିଳିଛି ଓ ଏବେ ଯାଞ୍ଚ ଚାଲିଛି । ଏହାସହ ଦିଲ୍ଲୀର ଜେଏନୟୁରେ ‘ଇଣ୍ଡିଆ: ଦ ମୋଦି କ୍ୱୋଶ୍ଚିନ’ର ସ୍କ୍ରିନିଂ ପାଇଁ ୨୪ ଜାନୁୟାରୀ ସ୍ଥିର କରାଯାଇଥିବା ବେଳେ କାର୍ଯ୍ୟକ୍ରମକୁ ରଦ୍ଦ କରି ଦିଆଯାଇଛି । ଜେଏନୟୁ ପ୍ରଶାସନ କହିଛନ୍ତି କି ଏଭଳି ଡକ୍ୟୁମେଣ୍ଟାରି କ୍ୟାମ୍ପସର ଶାନ୍ତି ଭଙ୍ଗ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri