ନାବାଳିକା ଗଣବଳାତ୍କାର ମାମଲା: ବୈଦ୍ୟୁତିକ ଗଣମାଧ୍ୟମ କର୍ମଚାରୀଙ୍କ ଆଗୁଆ ଜାମିନ ଆବେଦନ

ଭୁବନେଶ୍ୱର,୧୩।୯ (ବ୍ୟୁରୋ): ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ ପୋଲିସ ମାମଲା ରୁଜୁ କରି ବସିପଡ଼ିଛି। ଅଭିଯୁକ୍ତମାନଙ୍କୁ ୪୮ ଘଣ୍ଟା ମଧ୍ୟରେ ଗିରଫ କରିବା ପାଇଁ ରାଜ୍ୟ ଶିଶୁ ଅଧିକାର କମିଶନ କମିଶନରେଟ ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ୪୮ ଘଣ୍ଟା ବିତିଯାଇଥିଲେ ମଧ୍ୟ ପୋଲିସର କୌଣସି କାର୍ଯ୍ୟାନୁଷ୍ଠାନ ନାହିଁ।

ଶେଷରେ ଗିରଫ ଭୟରେ ଏହି ମାମଲାରେ ଅଭିଯୁକ୍ତ ଥିବା ଏକ ବୈଦ୍ୟୁତିକ ଗଣମାଧ୍ୟମର ୨ କର୍ମଚାରୀ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଥିବା ଜଣାପଡିଛି। କୋର୍ଟ ତାଙ୍କର ଏହି ଆବେଦନ ଆଧାରରେ ଜାମିନ ଦେଉଛନ୍ତି କି ନାହିଁ ତାହା ଆଗାମୀ ଦିନରେ ଜଣାପଡିବ। ଅନ୍ୟପଟେ ନାବାଳିକା ମା’ ଏବଂ ଉକ୍ତ ଘରୋଇ ଟିଭି ଚ୍ୟାନେଲର ମୁଖ୍ୟଙ୍କ ଏକ ଅଡିଓ ଭାଇରାଲ ହୋଇଛି। ଅଡିଓରେ ପୀଡ଼ିତାଙ୍କ ମା’ ନିଜ ଦୁଃଖ କଥା କହୁଥିବା ବେଳେ ଅନ୍ୟପକ୍ଷେ ମାଲିକ କ’ଣ ହୋଇଛି ବୁଝିବା କଥା କହୁଛନ୍ତି। ତେଣୁ ଏହି ଅଡ଼ିଓରେ କିଏ ସତ କହୁଛି ତାହା ଜାଣିବା ସମସ୍ୟା ହୋଇପଡ଼ିଛି। ସେହିଭଳି ପୋଲିସ ଅଭିଯୁକ୍ତମାନଙ୍କୁ ଚିହ୍ନଟ କରିବା ପାଇଁ ନାବାଳିକାଙ୍କୁ ପଚରାଉଚରା କରିବା ସହ ସେମାନଙ୍କର ଫଟୋ ଦେଖାଇଛନ୍ତି। ଏପରିକି ନାବାଳିକା ସେମାନଙ୍କୁ ଚିହ୍ନଟ କରିଥିବା ଜଣାପଡିଛି।

ସୂଚନାଯୋଗ୍ୟ, ଇନ୍‌ଫୋସିଟି ଥାନା ଅଞ୍ଚଳରେ ରହୁଥିବା ନାବାଳିକାଙ୍କୁ ଲକ୍‌ଡାଉନ୍‌ ସମୟରେ ଘରେ ପଶି ଗଣବଳାତ୍କାର କରାଯାଇଥିଲା। ଏପରିକି ଏକ ବୈଦ୍ୟୁତିକ ଗଣମାଧ୍ୟମର ୨ଜଣ କର୍ମଚାରୀ, ଜଣେ ପୋଲିସ ଏବଂ ତା’ର ସହଯୋଗୀ ସମ୍ପୃକ୍ତ ରହିଛନ୍ତି। ଏ ନେଇ ଗତ ମାସ ୩୦ତାରିଖରେ ନାବାଳିକାଙ୍କ ମା’ ଥାନାରେ ଅଭିଯୋଗ କରିଥିଲେ। ଏ ନେଇ ପୋଲିସ ନଂ-୪୪/୨୦ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri