Posted inଖେଳ

ବିସିସିଆଇ ଏଜିଏମ୍‌: ଆଇପିଏଲ୍‌ ଦଳ ସଂଖ୍ୟା ବୃଦ୍ଧି, ଟ୍ୟାକ୍ସ ମାମଲା, କ୍ରିକେଟ କମିଟି ଗଠନ ନେଇ ଆଲୋଚନା ହେବ

ଅହମ୍ମଦାବାଦ,୨୪।୧୨(ପି.ଟି.): ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ୮୯ ତମ ବାର୍ଷିକ ସାଧାରଣ ବୈଠକ(ଏଜିଏମ୍‌)। ଏହି ହାଇପ୍ରୋଫାଇଲ ବୈଠକରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ୨ଟି ନୂଆ ଦଳ ସାମିଲ କରାଯିବା ନେଇ ବିଶେଷ ଭାବେ ଆଲୋଚନା ହେବ। ଏହା ବ୍ୟତୀତ ଭାରତରେ ଆୟୋଜନ ହେବାକୁ ଥିବା ଗ୍ଲୋବାଲ ଇଭେଣ୍ଟଗୁଡିକରେ ଟ୍ୟାକ୍ସ ଛାଡ଼ କରିବା ନେଇ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦାବି କରିଆସୁଛି। ଏହି ଟ୍ୟାକ୍ସ ମାମଲା ଓ ବିଭିନ୍ନ କ୍ରିକେଟ କମିଟି ଗଠନ ନେଇ ମଧ୍ୟ ବୈଠକରେ ସବିଶେଷ ଆଲୋଚନା କରାଯିବ।
ରାଜୀବ ଶୁକ୍ଳା ବିସିସିଆଇର ନୂଆ ଉପସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିବେ। ସେହିପରି ବ୍ରିଜେଶ ପଟେଲ ଆଇପିଏଲ୍‌ ଗଭର୍ନିଂ କାଉନସିଲର ମୁଖ୍ୟ ଭାବେ ପୂର୍ବପରି ଦାୟିତ୍ୱ ସମ୍ଭାଳିବେ। ସେହିପରି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ନେଇ ମଧ୍ୟ ବୈଠକରେ ଆଲୋଚନା ହେବାର ସମ୍ଭାବନା ରହିଛି। ତାଙ୍କଠାରୁ ଏ ନେଇ ସ୍ପଷ୍ଟୀକରଣ ମଗାଯିବ କି ନା ଅବଶ୍ୟ ସ୍ପଷ୍ଟ କରାଯାଇନାହିଁ। ତେବେ ଆଇପିଏଲ୍‌ରେ ୨ ନୂଆ ଦଳ ସାମିଲ କରାଯିବା ନେଇ ମୁଖ୍ୟତଃ ଏହି ବୈଠକରେ ଆଲୋଚନା କରାଯିବ।
ସେହିପରି ଆସନ୍ତା ଅକ୍ଟୋବର- ନଭେମ୍ବରରେ ଆୟୋଜନ ହେବାକୁ ଥିବା ବିଶ୍ୱକପ୍‌ ଟି୨୦ ନେଇ ଟ୍ୟାକ୍ସ ଛାଡ କରିବାକୁ ଆଇସିସି ତା’ର ଦାବି ଦୋହରାଇଛି ଓ ଡେଡ୍‌ଲାଇନ୍‌ ଜାରି କରିଛି। ଡେଡ୍‌ଲାଇନ୍‌ ସରିବାକୁ ଆଉ ଗୋଟିଏ ସପ୍ତାହ ବାକି ରହିଛି। ତେଣୁ ଏନେଇ ବୈଠକରେ ନିଷ୍ପତ୍ତି ନିଆଯିବା ନିଶ୍ଚିତ ମନେହେଉଛି। ସେହିପରି ଆଇସିସିରେ ବିଭିନ୍ନ ବୈଠକରେ ଜୟ ଶାହା ବିସିସିଆଇର ପ୍ରତିନିଧିତ୍ୱ କରିବା ନେଇ ମଧ୍ୟ ଆଲୋଚନା ହେବ। ସେହିପରି ୨୦୨୮ ଲସ୍‌ ଏଞ୍ଜେଲସ୍‌ ଅଲିମ୍ପିକ୍ସରେ କ୍ରିକେଟକୁ ସାମିଲ କରିବା ନେଇ ବିସିସିଆଇ ସମର୍ଥନ କରୁଛି। ତେବେ ଏହା ଦ୍ୱାରା ବିସିସିଆଇ ସ୍ବାୟତତା ହରାଇବା ସମ୍ଭାବନା ସୃଷ୍ଟି ହୋଇଛି। ତେଣୁ ଏନେଇ ମଧ୍ୟ ଆଲୋଚନା ହେବ। ଦୀର୍ଘଦିନ ହେବ ବିସିସିଆଇ କ୍ରିକେଟ ସବ୍‌କମିଟିଗୁଡିକ ଗଠନ କରିନାହିଁ। ତେଣୁ କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ଓ ଅମ୍ପାୟରିଂ କମିଟି ଓ ଟେକ୍‌ନିକାଲ କମିଟି ଗଠନ ନେଇ ମଧ୍ୟ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri