Posted inଖେଳ

ବିସିସିଆଇ-ଆର୍‌ସିବିର ସ୍ବତନ୍ତ୍ର ଶୁଭେଚ୍ଛା ବାର୍ତ୍ତା

ନୂଆଦିଲ୍ଲୀ,୫।୧୧: ଭାରତୀୟ କ୍ରିକେଟଜଗତରେ ଯେଉଁ କେତେଜଣ କ୍ରିକେଟର ଲୋକପ୍ରିୟତା ହାସଲ କରିଛନ୍ତି, ସେମାନଙ୍କ ମଧ୍ୟରୁ ବିରାଟ କୋହଲି ଜଣେ। ତାଙ୍କୁ କିଏ କୁହେ ‘ରନ୍‌ ମେଶିନ’ ତ କିଏ କୁହେ ‘ଚେଜ୍‌ ମାଷ୍ଟର’। ଶନିବାର ସେ ନିଜର ୩୪ତମ ଜନ୍ମଦିନ ପାଳନ କରୁଛନ୍ତି। ୧୯୮୮ ନଭେମ୍ବର ୫ରେ ଦିଲ୍ଲୀରେ ହୋଇଥିଲା ତାଙ୍କ ଜନ୍ମ। ୨୦୦୮ରେ ସେ ଅନ୍ତର୍ଜାତୀୟ କ୍ରିକେଟରେ କରିଥିଲେ ଡେବ୍ୟୁ। ସେବେଠାରୁ ସେ ପଛକୁ ଫେରି ଚାହିଁ ନାହାନ୍ତି। ଆଜି ତାଙ୍କ ଜନ୍ମଦିନ ଅବସରରେ ସାଥି କ୍ରିକେଟରଙ୍କଠାରୁ ଆରମ୍ଭ କରି ପ୍ରଶଂସକମାନେ ଶୁଭେଚ୍ଛା ଜଣାଉଛନ୍ତି। ଏହି କ୍ରମରେ ବିସିସିଆଇ ଏବଂ ଆର୍‌ସିବି ମଧ୍ୟ ସ୍ବତନ୍ତ୍ର ଭାବେ ବିରାଟଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ବିସିସିଆଇ କୋହଲିଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଉପଲବ୍ଧିକୁ ଶେୟାର କରି ତାଙ୍କୁ ଶୁଭେଚ୍ଛା ଜଣାଇଛି। ଟୁଇଟ୍‌ କରି ବୋର୍ଡ ଲେଖିଛି, ୪୭୭ ଅନ୍ତର୍ଜାତୀୟ ମ୍ୟାଚ୍‌ ଏବଂ ଗଣନା ଜାରି ରହିଛି। ୨୪୩୫୦ ରନ୍‌ ଏବଂ ଏହା ବଢ଼ୁଛି। ୨୦୧୧ ଦିନିକିଆ ବିଶ୍ୱକପ୍‌ ଏବଂ ୨୦୧୩ ଚାମ୍ପିୟନ୍ସ ଟ୍ରଫିର ବିଜେତା। ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନ ସମୟର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରୁ ଅନ୍ୟତମ ବିରାଟ କୋହଲିଙ୍କୁ ଜନ୍ମଦିନର ବହୁତ ବହୁତ ଶୁଭେଚ୍ଛା। ସେହିଭଳି ଆର୍‌ସିବି କୋହଲିଙ୍କ ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରିଛି। ୧୫ ବର୍ଷର ମହାନତା ଏବଂ ଢ଼େରସାରା ସ୍ମୃତି। ଆମେ ଭାଗ୍ୟଶାଳୀ ଯେ କୋହଲିଙ୍କ ଯୁଗରେ ଅଛୁ ବୋଲି ଫ୍ରାଞ୍ଚାଇଜ୍‌ ଲେଖିଛି।

କହିରଖୁଛୁ, କିଛି ଦିନରୁ କୋହଲି ଭଲ ଫର୍ମରେ ଅଛନ୍ତି। ସେ ଏସିଆ କପ୍‌ ୨୦୨୨ରେ ଆଫଗାନିସ୍ତାନ ବିପକ୍ଷରେ ଶତକ ମାରିବା ପରେ ଏବେ ଟି୨୦ ବିଶ୍ୱକପ୍‌ରେ ନିଜର ବ୍ୟକ୍ତିଗତ ପ୍ରଦର୍ଶନକୁ ଭଲ କରି ଚାଲିଛନ୍ତି। ଟୁର୍ନାମେଣ୍ଟରେ ଏଯାବତ ୪ ମ୍ୟାଚ୍‌ ଖେଳାଯାଇଥିବା ବେଳେ ସେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri