Odisha Elections 2024
Posted inଖେଳ

IND vs ENG: ଟେଷ୍ଟ ଦଳରୁ ବାଦ୍‌ ପଡିଲେ ମହମ୍ମଦ ଶାମି, ଇଶାନ କିଷନ, ଏହି ଷ୍ଟାର ବ୍ୟାଟରଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୧୩।୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଇଂଲଣ୍ଡ ବିପକ୍ଷ ହେବାକୁ ଥିବା ଟେଷ୍ଟ ସିରିଜର ପ୍ରଥମ ଦୁଇଟି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଛି। ଯେଉଁଥିରେ ଦ୍ରୁତ ବୋଲର ମହମ୍ମଦ ଶାମି ଏବଂ ଉଇକେଟ୍‌ କିପର ଇଶାନ କିଷନଙ୍କୁ ଅନ୍ତର୍ଭୁକ୍ତ କରାଯାଇ ନାହିଁ। ଯୁବ ଖେଳାଳି ଧ୍ରୁବ ଜୁରେଲଙ୍କୁ ଦଳରେ ସାମିଲ କରାଯାଇଛି। ଧ୍ରୁବଙ୍କୁ ପ୍ରଥମ ଥର ପାଇଁ ଭାରତୀୟ ଦଳରେ ସାମିଲ କରାଯାଇଛି।

ଆଜିକାଲି ଶାମି ଆଘାତ ସହ ସଂଘର୍ଷ କରୁଛନ୍ତି, ଯେଉଁ କାରଣରୁ ସେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଟେଷ୍ଟ ସିରିଜରେ ମଧ୍ୟ ଭାରତର ଅଂଶ ହୋଇପାରିନଥିଲେ। ବର୍ତ୍ତମାନ ଇଂଲଣ୍ଡ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ମଧ୍ୟ ଶାମିଙ୍କୁ ଟିମ ଇଣ୍ଡିଆର ସାମିଲ କରାଯାଇ ନାହିଁ। ତେବେ ଇଶାନ କିଷନଙ୍କ ବିଷୟରେ କୌଣସି ସୂଚନା ଦିଆଯାଇ ନାହିଁ। ହେଲେ ଶାମିଙ୍କ ବିଷୟରେ ଏ ଯାଏ କୌଣସି ସରକାରୀ ନିଶ୍ଚିତକରଣ କରାଯାଇ ନାହିଁ।

ଜାନୁଆରୀ ୨୫ ରୁ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଘରୋଇ ଟେଷ୍ଟ ସିରିଜ ପାଇଁ ବିସିସିଆଇ କିଛି ଯୁବ ଖେଳାଳିଙ୍କୁ ସୁଯୋଗ ଦେଇଛି। ଯଶସ୍ବୀ ଜସୱାଲ ପୁଣି ଥରେ ଭାରତର ଏକ ଅଂଶ ହୋଇଛନ୍ତି। ଉଇକେଟ୍‌ କିପର ବ୍ୟାଟର ଧ୍ରୁବ ଜୁରେଲ ମଧ୍ୟ ଏକ ସୁଯୋଗ ପାଇଛନ୍ତି। ଏହା ବ୍ୟତୀତ ଦ୍ରୁତ ବୋଲର ଆବେଶ ଖାନ ମଧ୍ୟ ଦଳରେ ସାମିଲ ହୋଇଛନ୍ତି। ମୁକେଶ କୁମାର ପୁଣି ଥରେ ଟେଷ୍ଟ ଦଳରେ ସ୍ଥାନ ପାଇଛନ୍ତି। ବୁମ୍ରାଙ୍କୁ ଅଧିନାୟକତ୍ୱ ଦଆଯାଇଥିବା ବେଳେ ରୋହିତ ଶର୍ମାଙ୍କୁ ଉପ-ଅଧିନାୟକ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସନରାଇଜର୍ସ ହାଇଦ୍ରାବାଦକୁ ପ୍ଲେଅଫରେ ପହଞ୍ଚାଇଲା ବର୍ଷା, ଗୁଜରାଟ ଟାଇଟାନ୍ସ ବିରୋଧରେ ମ୍ୟାଚ ରଦ୍ଦ

ହାଇଦ୍ରାବାଦ,୧୬।୫: ଆଇପିଏଲ ୨୦୨୪ ର ୬୬ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଗୁଜୁରାଟ ଟାଇଟାନ୍ସକୁ ସାମ୍ନା କରିଥିଲା। ଏହି ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ...

ବିରାଟଙ୍କ ରିଟାୟରମେଣ୍ଟ ପ୍ଲାନକୁ ନେଇ ଖୋଲିଲା ଗୁମର

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଭଲଭାବେ ଜାଣିଛନ୍ତି ଯେ ତାଙ୍କୁ ମଧ୍ୟ ଦିନେ କ୍ରିକେଟ ରୁ ଅବସର ନେବାକୁ ପଡିବ।...

୪ ଦିନ ୫ ମ୍ୟାଚ୍‌, ରୋଚକ ସ୍ଥିତିରେ ପ୍ଲେ ଅଫ୍‌ ରେସ୍‌: କିଏ ମାରିବ ବାଜି

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଏବଂ ରାଜସ୍ଥାନ ରୟାଲ୍ସ ପ୍ଲେ ଅଫ ରେ ପହଞ୍ଚିଛି। କିନ୍ତୁ ଅବଶିଷ୍ଟ ୨ ସ୍ଥାନ ପାଇଁ ୫ଟି ଦଳ ମଧ୍ୟରେ...

ଅଭ୍ୟାସ ମ୍ୟାଚ୍‌ ସମୟରେ ମୁମ୍ବାଇ ଖେଳାଳିଙ୍କ ମଧ୍ୟରେ ସଂଘର୍ଷ, କ୍ରିକେଟ ଛାଡ଼ି କୁସ୍ତିରେ ମାତିଲେ: Video

ନୂଆଦିଲ୍ଲୀ,୧୬।୫: ଆଇପିଏଲ୍‌ରେ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ଯାତ୍ରା ଶେଷ ହୋଇଛି। ଦଳ ପ୍ଲେଅଫ୍‌ ରେସ୍‌ରୁ ପ୍ରଥମେ ବାଦ୍‌ ପଡ଼ିଥିଲା। ଏବେ ମୁମ୍ବାଇର ଅନ୍ତିମ ମ୍ୟାଚ୍‌ କେବଳ ଔପଚାରିକତା...

ଏହି କ୍ରିକେଟର୍‌ଙ୍କୁ ପ୍ରପୋଜ୍‌ କଲେ ରିଙ୍କୁ ସିଂ, ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ର ପ୍ଲେ ଅଫ ପହଞ୍ଚିବାରେ ପ୍ରଥମ ଦଳ ହୋଇଛି। କେକେଆର୍‌ ଏପର୍ଯ୍ୟନ୍ତ ଚମତ୍କାର ପ୍ରଦର୍ଶନ କରିଛି। ଦଳ ୧୩ଟି...

କୋହଲିଙ୍କ ପାଇଁ ଏମିତି କହିଦେଲେ ବିଶ୍ୱର ସବୁଠୁ ଦ୍ରୁତତମ ଧାବକ

ନୂଆଦିଲ୍ଲୀ,୧୬।୫: ଜୁନ ୨ରୁ ଟି-୨୦ ବିଶ୍ୱକପ ଆରମ୍ଭ ହେଉଛି। ଏହି ଟୁର୍ନାମେଣ୍ଟ ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଦ୍ୱାରା ଆୟୋଜିତ ହେବ। ଏଥି ସହିତ ବିଶ୍ୱ ପ୍ରସିଦ୍ଧ...

ଚାହିଁଲେ ବି ପୁଣି ଥରେ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ହୋଇପାରିବେ ନାହିଁ ରବି ଶାସ୍ତ୍ରୀ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୬।୫: ଟି୨୦ ବିଶ୍ୱକପ୍‌ ୨୦୨୪ ଶେଷ ହେବା ପରେ ଭାରତୀୟ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବ। କାରଣ ଜୁନ୍‌ ୨୯ ପରେ ବର୍ତ୍ତମାନର ମୁଖ୍ୟ କୋଚ୍‌...

ହୋଷ୍ଟ ଭାବେ ନୂଆ ଇନିଂସ ଆରମ୍ଭ କରିବେ ଧାଓ୍ବନ୍‌, କଲେ ବଡ଼ ଘୋଷଣା…

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟର ଶିଖର ଧାଓ୍ବନ୍‌ ଆସନ୍ତା ୨୦ରେ ନୂଆ ଚାଟ୍‌ ଶୋ’ ସହ ହୋଷ୍ଟ ଭାବେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହାର ନା ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri