Posted inଖେଳ

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି। ଏହି ଦଳର ନେତୃତ୍ୱ ଶୁଭମନ ଗିଲ୍‌ଙ୍କୁ ଦିଆଯାଇଥିବା ବେଳେ ଶ୍ରେୟସ ଆୟରଙ୍କୁ ଉପ-ଅଧିନାୟକ କରାଯାଇଛି।

ଏହି ଦଳ ଚୟନରେ କିଛି ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ଦେଖିବାକୁ ମିଳିଛି। ଆହତ ସମସ୍ୟା ଯୋଗୁ ଆଫଗାନିସ୍ତାନ ବିପକ୍ଷ ଦିନିକିଆ ସିରିଜ୍‌ରୁ ବାଦ୍ ପଡ଼ିଥିବା ଷ୍ଟାର୍ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲିଙ୍କର ଦଳକୁ ପ୍ରତ୍ୟାବର୍ତ୍ତନ ହୋଇଛି। ତେବେ ମ୍ୟାଚ୍ ଖେଳିବା ପୂର୍ବରୁ ତାଙ୍କୁ ଫିଟନେସ୍ ଟେଷ୍ଟ ଦେବାକୁ ପଡ଼ିବ ଏବଂ ଏହା ଉପରେ ହିଁ ତାଙ୍କ ଖେଳିବା ନିର୍ଭର କରିବ।

ଅନ୍ୟପଟେ ସବୁଠାରୁ ଚମକାଇଲା ଭଳି ନିଷ୍ପତ୍ତି କ୍ରିକେଟ୍ ପ୍ରେମୀଙ୍କୁ ସ୍ତବ୍ଧ କରିଛି। ଆଫଗାନିସ୍ତାନ ବିପକ୍ଷ ତୃତୀୟ ଦିନିକିଆରେ ଅପରାଜିତ ଶତକୀୟ ଇନିଂସ ଖେଳିଥିବା ଯୁବ ଓପନର୍ ଯଶସ୍ୱୀ ଜୟସ୍ୱାଲ୍‌ଙ୍କୁ ଏହି ଇଂଲଣ୍ଡ ଗସ୍ତ ପାଇଁ ଦିନିକିଆ ଦଳରେ ସ୍ଥାନ ମିଳିନାହିଁ। ଦଳରେ ୱିକେଟକିପର ଭାବେ କେ.ଏଲ୍. ରାହୁଲ ଏବଂ ଈଶାନ କିଷାନଙ୍କୁ ସାମିଲ କରାଯାଇଛି।

ଇଂଲଣ୍ଡ ଗସ୍ତ ପାଇଁ ସମ୍ପୂର୍ଣ୍ଣ ଭାରତୀୟ ଦିନିକିଆ ଦଳ:
ଶୁଭମନ ଗିଲ୍ (ଅଧିନାୟକ),ରୋହିତ ଶର୍ମା, ବିରାଟ କୋହଲି (ଫିଟନେସ୍ କ୍ଲିୟରାନ୍ସ ଅଧୀନରେ), ଶ୍ରେୟସ ଆୟର (ଉପ-ଅଧିନାୟକ), କେ.ଏଲ୍. ରାହୁଲ (ୱିକେଟକିପର), ଈଶାନ କିଷାନ (ୱିକେଟକିପର), ୱାଶିଂଟନ ସୁନ୍ଦର, ଅକ୍ଷର ପଟେଲ, ନୀତିଶ କୁମାର ରେଡ୍ଡୀ, କୁଲଦୀପ ଯାଦବ, ଜସପ୍ରୀତ ବୁମରା, ପ୍ରସିଦ୍ଧ କୃଷ୍ଣା, ହର୍ଷିତ ରାଣା, ଅର୍ଶଦୀପ ସିଂହ, ଗୁରନୂର ବ୍ରାର୍


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri