Posted inଖେଳ

ଶେଷ ୩ ଟେଷ୍ଟ ପାଇଁ ଟିମ ଇଣ୍ଡିଆ ଘୋଷଣା: ଦଳକୁ ଫେରିଲେ ରାହୁଲ- ଜାଡେଜା, ଖେଳିବେନି କୋହଲି

ନୂଆଦିଲ୍ଲୀ,୧୦।୨: ଇଂଲଣ୍ଡ ବିପକ୍ଷରେ ଶେଷ ୩ ଟେଷ୍ଟ ପାଇଁ ଶନିବାର ବିସିସିଆଇ ଟିମ ଇଣ୍ଡିଆ ଘୋଷଣା କରିଛି। ଦଳରେ ଏକ ନୂଆ ଚେହେରାଙ୍କୁ ମଧ୍ୟ ସୁଯୋଗ ଦିଆଯାଇଛି। କେ.ଏଲ ରାହୁଲ ଏବଂ ରବିନ୍ଦ୍ର ଜାଡେଜା ଦଳକୁ ଫେରିଛନ୍ତି। ଏହା ବ୍ୟତୀତ ବିରାଟ କୋହଲି ଶେଷ ୩ ଟେଷ୍ଟରେ ମଧ୍ୟ ଟିମ ଇଣ୍ଡିଆର ଅଂଶ ନୁହଁନ୍ତି।

ବିସିସିଆଇ ଶେଷ ୩ ଟେଷ୍ଟରେ ପାଇଁ ୧୭ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଦ୍ରୁତ ବୋଲିଂ ବିଭାଗରେ ଉପ-ଅଧିନାୟକ ଜସପ୍ରୀତ ବୁମ୍‌ରା, ମହମ୍ମଦ ସିରାଜ ଏବଂ ମୁକେଶ କୁମାରଙ୍କ ସହ ଯୁବ ଆକାଶ ଦୀପଙ୍କୁ ମଧ୍ୟ ଦଳରେ ସାମିଲ କରାଯାଇଛି। ସ୍ପିନ ବିଭାଗରେ ରବିଚନ୍ଦ୍ରନ ଅଶ୍ୱିନ, ରବିନ୍ଦ୍ର ଜାଡେଜା, ଅକ୍ଷାର ପଟେଲ ଏବଂ କୁଳଦୀପ ଯାଦବଙ୍କ ସହ ୱାଶିଂଟନ ସୁନ୍ଦର ମଧ୍ୟ ସ୍ଥାନ ପାଇଛନ୍ତି। ଷ୍ଟାର ବ୍ୟାଟର୍‌ ତଥା ପୂର୍ବତନ ଅଧିନାୟକ ବିରାଟ କୋହଲି ଶେଷ ୩ ଟେଷ୍ଟରେ ମଧ୍ୟ ଦଳକୁ ଫେରିନାହାନ୍ତି। ବ୍ୟକ୍ତିଗତ କାରଣରୁ ସେ ପ୍ରଥମ ଦୁଇଟି ଟେଷ୍ଟରେ ମଧ୍ୟ ଟିମ ଇଣ୍ଡିଆର ଅଂଶ ହୋଇନଥିଲେ।

ଭାରତୀୟ ଦଳ- ରୋହିତ ଶର୍ମା (ଅଧିନାୟକ), ଜସପ୍ରୀତ ବୁମ୍‌ରା (ଉପ-ଅଧିନାୟକ), ଯଶସ୍ବୀ ଜସୱାଲ, ଶୁବମନ ଗିଲ, କେ.ଏଲ ରାହୁଲ, ରଜତ ପାଟିଦାର, ସରଫରାଜ ଖାନ, ଧ୍ରୁଭ ଜୁରେଲ (ଉଇକେଟ୍‌ କିପର), କେ.ଏସ ଭରତ (ଉଇକେଟ୍‌ କିପର) , ରବିଚନ୍ଦ୍ରନ ଅଶ୍ୱିନ, ରବିନ୍ଦ୍ର ଜାଡେଜା, ଅକ୍ଷାର ପଟେଲ, ୱାଶିଂଟନ ସୁନ୍ଦର, କୁଳଦୀପ ଯାଦବ, ମହମ୍ମଦ ସିରାଜ, ମୁକେଶ କୁମାର ଏବଂ ଆକାଶ ଦୀପ।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?